ଆସନ୍ତା କାଲି ଲଘୁଚାପ,୨୪ ରୁ ପ୍ରବଳ ବର୍ଷା

ଭୁବନେଶ୍ୱର : ଅସହ୍ୟ ତାତି ଓ ଗୁଳୁଗୁଳିରେ ଜନଜୀବନ ଅସ୍ତବ୍ୟସ୍ତ ହେଉଥିବାବେଳେ ବଙ୍ଗପୋସାଗରରେ ଦାନା ବାନ୍ଧୁଛି ଲଘୁଚାପ I ୨୨ ତାରିଖ ବେଳକୁ ଦକ୍ଷିଶ ପଶ୍ଚିମ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ। ପରବର୍ତ୍ତୀ ୨୪ ଘଣ୍ଟା ମଧ୍ୟରେ ଏହା ଲଘୁଚାପରେ ପରିଣତ ହେବା ସହ ଉତ୍ତର-ପୂର୍ବ ଦିଗରେ ଗତି କରିବ ଏବଂ କେନ୍ଦ୍ରୀୟ ବଙ୍ଗୋପସାଗରରେ ଅବପାତରେ ପରିଣତ ହୋଇପାରେ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି। ଲଘୁଚାପ ସୃଷ୍ଟି ହେବା ଫଳରେ […]

Samaya Live Picture
Published On

ଭୁବନେଶ୍ୱର : ଅସହ୍ୟ ତାତି ଓ ଗୁଳୁଗୁଳିରେ ଜନଜୀବନ ଅସ୍ତବ୍ୟସ୍ତ ହେଉଥିବାବେଳେ ବଙ୍ଗପୋସାଗରରେ ଦାନା ବାନ୍ଧୁଛି ଲଘୁଚାପ I ୨୨ ତାରିଖ ବେଳକୁ ଦକ୍ଷିଶ ପଶ୍ଚିମ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ। ପରବର୍ତ୍ତୀ ୨୪ ଘଣ୍ଟା ମଧ୍ୟରେ ଏହା ଲଘୁଚାପରେ ପରିଣତ ହେବା ସହ ଉତ୍ତର-ପୂର୍ବ ଦିଗରେ ଗତି କରିବ ଏବଂ କେନ୍ଦ୍ରୀୟ ବଙ୍ଗୋପସାଗରରେ ଅବପାତରେ ପରିଣତ ହୋଇପାରେ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି।

ଲଘୁଚାପ ସୃଷ୍ଟି ହେବା ଫଳରେ ୨୪ ଓ ୨୫ ତାରିଖରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବ। ବିଶେଷକରି ଉତ୍ତର ଓ ଉପକୂଳ ଓଡ଼ିଶାରେ ଅଧିକ ବର୍ଷିବ। କିଛି କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି। ଏ ନେଇ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା ମନୋରମା ମହାନ୍ତି କହିଛନ୍ତି, ୨୪ରେ ଜଗତ୍‌ସିଂହପୁର, କେନ୍ଦ୍ରାପଡ଼ା ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାକୁ ଥିବା ବେଳେ କଟକ, ଭଦ୍ରକ, ବାଲେଶ୍ୱର, ମୟୂରଭଞ୍ଜ ଏବଂ କେନ୍ଦୁଝରରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ସେହିପରି ୨୫ ତାରିଖରେ ବାଲେଶ୍ୱର, ଭଦ୍ରକ ଓ କେନ୍ଦ୍ରାପଡ଼ାରେ ପ୍ରବଳରୁ ଅତି ପ୍ରବଳ ଏବଂ ଜଗତ୍‌ସିଂହପୁର, ଯାଜପୁର, କଟକ, ମୟୂରଭଞ୍ଜ ଓ କେନ୍ଦୁଝରରେ ପ୍ରବଳ ବର୍ଷା ହୋଇପାରେ। ଏହି କାରଣରୁ ୨୩ ତାରିଖ ସକାଳୁ କେନ୍ଦ୍ରୀୟ ବଙ୍ଗୋପସାଗରରେ ପବନର ବେଗ ଘଣ୍ଟାପ୍ରତି ୪୦ ରୁ ୫୦ କି.ମି. ରହିବା ସହିତ ଝଟ୍‌କା ପବନର ବେଗ ୬୦କିମି ରହିବା ଆଶଙ୍କା ରହିଛି।

ସେହିଭଳି ୨୩ ତାରିଖ ସକାଳୁ ସମୁଦ୍ର ମୁଖ୍ୟତଃ ଅଶାନ୍ତ ରହିବା ସମ୍ଭାବନା ଥିବାରୁ ମତ୍ସ୍ୟଜୀବୀଙ୍କୁ କେନ୍ଦ୍ରୀୟ ବଙ୍ଗୋପସାଗରକୁ ଏବଂ ୨୪ ତାରିଖରେ ଉତ୍ତର ବଙ୍ଗୋପସାଗରକୁ ପ୍ରବେଶ ନ କରିବା ପାଇଁ କୁହାଯାଇଛି। ସମୁଦ୍ରରେ ଥିବା ମତ୍ସ୍ୟଜୀବୀଙ୍କୁ ୨୩ ତାରିଖ ସୁଦ୍ଧା ଉପକୂଳକୁ ଫେରିଆସିବା ପାଇଁ ପରାମର୍ଶ ଦିଆଯାଇଛି।

ଅନ୍ୟପଟେ ତାପମାତ୍ରା ପୁଣି ୪୨ ଡିଗ୍ରୀ ଡେଇଁଥିବାବେଳେ ଆସନ୍ତା ୩ଦିନ ହେବାକୁ ଥିବା ହିଟ୍‌ ଓ୍ବେଭ୍‌କୁ ନେଇ ଚିନ୍ତା ବଢ଼ିଛି। ଏପଟେ ରବିବାର ତିନୋଟି ସହରର ତାପମାତ୍ରା ୪୦ ଡିଗ୍ରୀ ଉପରେ ଥିବାବେଳେ ସୋମବାର ୧୦ ସହରରେ ପାରଦ ୪୦ ଛୁଇଁଛି। ଉପକୂଳରେ ଅସହ୍ୟ ଗୁଳୁଗୁଳି ସାଙ୍ଗକୁ ଉଷ୍ମଆର୍ଦ୍ର ସ୍ଥିତି ଜାରି ରହିଛି। ଏପଟେ ଆଜିଠୁ ତିନି ଦିନ ପାଇଁ ରାଜ୍ୟର କିଛି ସ୍ଥାନରେ ବିଜୁଳି ଘଡ଼ଘଡ଼ି ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ଦୁଇ ଦିନ ପାଇଁ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ସତର୍କତା ଜାରି କରିଛି ପାଣିପାଗ ବିଭାଗ। ତେଣୁ ୨୧ରୁ ୨୩ ତାରିଖ ପର୍ଯ୍ୟନ୍ତ କିଛି ଜିଲାକୁ ହିଟ୍‌ଓ୍ବେଭ୍‌ ନେଇ ୟେଲୋ ଓ୍ବାର୍ନିଂ ମଧ୍ୟ ଜାରି କରାଯାଇଛି।

Tags: