ଆସୁଛି ଲଘୁଚାପ,୨୪ ରେ ହେବ ଅବପାତ
ଭୁବନେଶ୍ୱର : ଆସୁଛି ଲଘୁଚାପ I ତାତିରେ ଲାଗିବ ବ୍ରେକ I ଆଗାମୀ ୨୨ ତାରିଖ ବେଳକୁ ଦକ୍ଷିଣପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି l ଏହା ପ୍ରାଥମିକ ସ୍ତରରେ ଉତ୍ତରପୂର୍ବ ଦିଗରେ ଗତି କରିବାର ସମ୍ଭାବନା ଥିବାବେଳେ, କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଆହୁରି ଘନୀଭୂତ ହୋଇ ୨୪ ତାରିଖ ବେଳକୁ ଏକ ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି I ଏନେଇ ସୂଚନା ଦେଇଛି ପାଣିପାଗ ବିଭାଗ I […]
ଭୁବନେଶ୍ୱର : ଆସୁଛି ଲଘୁଚାପ I ତାତିରେ ଲାଗିବ ବ୍ରେକ I ଆଗାମୀ ୨୨ ତାରିଖ ବେଳକୁ ଦକ୍ଷିଣପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି l ଏହା ପ୍ରାଥମିକ ସ୍ତରରେ ଉତ୍ତରପୂର୍ବ ଦିଗରେ ଗତି କରିବାର ସମ୍ଭାବନା ଥିବାବେଳେ, କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଆହୁରି ଘନୀଭୂତ ହୋଇ ୨୪ ତାରିଖ ବେଳକୁ ଏକ ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି I ଏନେଇ ସୂଚନା ଦେଇଛି ପାଣିପାଗ ବିଭାଗ I ତେବେ ଏହା କେତେ ଘନୀଭୂତ ହେବ ଏବଂ କେଉଁ ଆଡକୁ ଗତି କରିବ ତାହା ସ୍ପଷ୍ଟ ହୋଇନାହିଁ I
A low pressure area is likely to form over southwest Bay of Bengal around 22nd May. It is likely to move initially northeastwards and concentrate into a depression over central parts of Bay of Bengal around 24th May,2024.
— Meteorological Centre, Bhubaneswar (@mcbbsr) May 18, 2024
ରାଜ୍ୟର ତୃତୀୟ ପର୍ଯ୍ୟାୟ ନିର୍ବାଚନରେ ବାଧକ ସାଜିପାରେ ବର୍ଷା । ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ନେଇ ପୂର୍ବାନୁମାନ କରିବା ପରେ ଏଭଳି ଆଶଙ୍କା ସୃଷ୍ଟି ହୋଇଛି । ୨୨ ତାରିଖରେ ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା ରହିଛି । ଏହା ସମୁଦ୍ର ଭିତରେ ଧିରେ ଧିରେ ଦକ୍ଷିଣ-ପୂର୍ବ ଦିଗକୁ ଗତି କରି ଅବପାତର ରୁପ ନେଇପାରେ । ଯାହାର ପ୍ରଭାବରେ ବର୍ଷା ହେବାର ସମ୍ଭାବନା ରହିଛି।




