ଆହୁରି ୪ ଦିନ କାଳବୈଶାଖୀ,ହ୍ରାସ ପାଇବ ତାତି

ଭୁବନେଶ୍ୱର : ପ୍ରଚଣ୍ଡ ରୌଦ୍ର ତାପରେ ଜନଜୀବନ ଅସ୍ତବ୍ୟସ୍ତ ହେଉଥିବାବେଳେ କାଳବୈଶାଖୀ ଆଣିଦେଇଛି ଆଶ୍ବସ୍ତି I ଗତ ୬ ତାରିଖରୁ କାଳବୈଶାଖୀ ବର୍ଷା ଯୋଗୁଁ ପାଣିପାଗରେ ପରିବର୍ତ୍ତନ ହୋଇଛି I ଦିନର ତାପମାତ୍ରା ୬ ରୁ ୮ ଡିଗ୍ରୀ କମ ରହିଛି I ତେବେ ଆଗକୁ ଆହୁରି ୪ ଦିନ କାଳବୈଶାଖୀ ବର୍ଷା ସମ୍ଭାବନା ଥିବା ନେଇ ପୂର୍ବାନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର I ରାଜ୍ୟରେ ବିଭିନ୍ନ ସ୍ଥାନରେ ଆସନ୍ତା ୧୩ ତାରିଖ ଯାଏଁ […]

Samaya Live Picture
Published On

ଭୁବନେଶ୍ୱର : ପ୍ରଚଣ୍ଡ ରୌଦ୍ର ତାପରେ ଜନଜୀବନ ଅସ୍ତବ୍ୟସ୍ତ ହେଉଥିବାବେଳେ କାଳବୈଶାଖୀ ଆଣିଦେଇଛି ଆଶ୍ବସ୍ତି I ଗତ ୬ ତାରିଖରୁ କାଳବୈଶାଖୀ ବର୍ଷା ଯୋଗୁଁ ପାଣିପାଗରେ ପରିବର୍ତ୍ତନ ହୋଇଛି I ଦିନର ତାପମାତ୍ରା ୬ ରୁ ୮ ଡିଗ୍ରୀ କମ ରହିଛି I ତେବେ ଆଗକୁ ଆହୁରି ୪ ଦିନ କାଳବୈଶାଖୀ ବର୍ଷା ସମ୍ଭାବନା ଥିବା ନେଇ ପୂର୍ବାନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର I ରାଜ୍ୟରେ ବିଭିନ୍ନ ସ୍ଥାନରେ ଆସନ୍ତା ୧୩ ତାରିଖ ଯାଏଁ କାଳବୈଶାଖୀ ବର୍ଷା ନେଇ ସେହି ସବୁ ଜିଲ୍ଲା ଗୁଡିକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି I

ଏହି ସବୁ ଜିଲ୍ଲା ଗୁଡିକ ମଧ୍ୟରେ ଭଦ୍ରକ, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ, ଗଜପତି, ରାୟଗଡା ଏବଂ କୋରାପୁଟ ଜିଲାର କିଛି ଅଞ୍ଚଳରେ କାଳବୈଶାଖୀ ପ୍ରଭାବରେ ବିଜୁଳି ଘଡଘଡି ସହିତ ବର୍ଷା ପବନ ହୋଇପାରେ ବୋଲି ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର

ସେହିପରି ଆସନ୍ତା ୪ଦିନ ପର୍ଯ୍ୟନ୍ତ ରାଜ୍ୟର ଉତ୍ତର, ଦକ୍ଷିଣ ଏବଂ ଉତ୍ତର ଆଭ୍ୟନ୍ତରୀଣରେ କିଛି ସ୍ଥାନରେ କାଳବୈଶାଖୀ ପ୍ରଭାବରେ ବର୍ଷା ପବନର ସମ୍ଭାବନା ରହିଛି। କେତେକ ଅଞ୍ଚଳରେ ଘଣ୍ଟାପ୍ରତି ପବନର ବେଗ ୩୦ରୁ ୪୦କି.ମି ଛୁଇଁପାରେ। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ମୟୂରଭଞ୍ଜ, ଢେଙ୍କାନାଳ, ଯାଜପୁର, ଅନୁଗୋଳ ଏବଂ ବାଲେଶ୍ବରରେ କାଳବୈଶାଖୀ ଅନୁଭୂତ ହୋଇପାରେ। ସେହିପରି ଭଦ୍ରକ, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ, ଗଜପତି, କେନ୍ଦୁଝର, କନ୍ଧମାଳ, ରାୟଗଡା ଏବଂ କୋରାପୁଟ ଜିଲାର କିଛି ଅଞ୍ଚଳରେ କାଳବୈଶାଖୀ ପ୍ରଭାବରେ ବିଜୁଳି ଘଡଘଡି ସହିତ ବର୍ଷା ପବନ ହୋଇପାରେ। ଉପରୋକ୍ତ ଜିଲାଗୁଡିକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Tags: