କେଳୁଚରଣ ପାର୍କ ନିକଟରୁ ଅର୍ଦ୍ଧଦଗ୍ଧ ମୃତଦେହ ଉଦ୍ଧାର
ଭୁବନେଶ୍ୱର : ରାଜଧାନୀରେ ଚାଞ୍ଚଲ୍ୟ । ପାର୍କରୁ ଅର୍ଦ୍ଧଦଗ୍ଧ ମୃତଦେହ ଉଦ୍ଧାର। ହତ୍ୟା ପରେ ପ୍ରମାଣ ନଷ୍ଟ ପାଇଁ ପାର୍କରେ ପିଙ୍ଗି ପୋଡ଼ିବାକୁ ଉଦ୍ୟମ କରିଥିଲେ ଦୁର୍ବୃତ୍ତ । ମଞ୍ଚେଶ୍ୱର ଥାନା ଅଞ୍ଚଳରେ ଗାଡ଼କଣ ଗାଁ କେଳୁଚରଣ ପାର୍କରୁନିକଟରୁ ଏହି ଅଜଣା ମୃତଦେହ ଉଦ୍ଧାର ହୋଇଛି । ମୃତକ ମହିଳା କିମ୍ବା ପୁରୁଷ ତାହା ମଧ୍ୟ ଜଣାପଡ଼ିନାହିଁ । କିନ୍ତୁ ତାଙ୍କ ଦେହ ସାରା ପୋଡା ଚିହ୍ନ ରହିଥିବା ଦେଖା ଯାଇଛି । ଏହି ଘଟଣା ସ୍ଥାନୀୟ ଅଞ୍ଚଳରେ ପ୍ରବଳ ଚାଞ୍ଚଲ୍ୟ ସୃଷ୍ଟି କରିଛି । ଦୁର୍ବୃତ୍ତମାନେ ବ୍ୟକ୍ତିଜଣଙ୍କୁ ଅନ୍ୟ କେଉଁଠି ହତ୍ୟା କରିବା ପରେ ପ୍ରମାଣ ନଷ୍ଟ କରିବା ଉଦ୍ଦେଶ୍ୟରେ ମୃତଦେହକୁ ପାର୍କ ଭିତରକୁ ଆଣି ପୋଡ଼ିବାକୁ ଉଦ୍ୟମ କରିଥିବା ସନ୍ଦେହ କରାଯାଉଛି । ଘଟଣାସ୍ଥଳରେ ମଞ୍ଚେଶ୍ୱର ଥାନା ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।
Tags:




