ଡିସେମ୍ବରରେ ବାତ୍ୟା ଭୟ! ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଲଘୁଚାପ

ଭୁବନେଶ୍ୱର : ଡିସେମ୍ବର ବେଳକୁ ବାତ୍ୟା ଆଶଙ୍କା I ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ । ଦକ୍ଷିଣ ପୂର୍ବ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ଦକ୍ଷିଣ ଆଣ୍ଡାମାନ ସାଗରରେ ଗତକାଲି ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଥିଲା। ଏହା ଡିସେମ୍ବର ୧ ବେଳକୁ ନେଇପାରେ ବାତ୍ୟାର ରୂପ । ଆଜି ତାହା ସୁଦୃଶ୍ୟ ଲଘୁଚାପରେ ପରିଣତ ହୋଇଛି। ଏହା ପଶ୍ଚିମ, ଉତ୍ତର-ପଶ୍ଚିମ ଦିଗରେ ଗତି କରି ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ଆସନ୍ତା ୨୯ ତାରିଖରେ ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି। […]

Samaya Live Picture
Published On

ଭୁବନେଶ୍ୱର : ଡିସେମ୍ବର ବେଳକୁ ବାତ୍ୟା ଆଶଙ୍କା I ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ । ଦକ୍ଷିଣ ପୂର୍ବ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ଦକ୍ଷିଣ ଆଣ୍ଡାମାନ ସାଗରରେ ଗତକାଲି ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଥିଲା। ଏହା ଡିସେମ୍ବର ୧ ବେଳକୁ ନେଇପାରେ ବାତ୍ୟାର ରୂପ । ଆଜି ତାହା ସୁଦୃଶ୍ୟ ଲଘୁଚାପରେ ପରିଣତ ହୋଇଛି। ଏହା ପଶ୍ଚିମ, ଉତ୍ତର-ପଶ୍ଚିମ ଦିଗରେ ଗତି କରି ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ଆସନ୍ତା ୨୯ ତାରିଖରେ ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି। ପରବର୍ତ୍ତୀ ୪୮ ଘଂଟାରେ ଆହୁରି ଘନୀଭୂତ ହୋଇ ଏହା ବାତ୍ୟାର ରୂପ ନେଇପାରେ ବୋଲି ଆକଳନ କରିଛି ପାଣିପାଗ ବିଭାଗ। ତେବେ ସମ୍ଭାବ୍ୟ ବାତ୍ୟା ନେଇ ବର୍ତ୍ତମାନ ଓଡ଼ିଶା ପାଇଁ କୌଣସି ସତର୍କତା ଜାରି ହୋଇନାହିଁ। କିନ୍ତୁ କେତେକ ପାଣିପାଗ ମଡେଲର ପ୍ରାକ ଆକଳନ ଅନୁସାରେ,ବାତ୍ୟା ଆନ୍ଧ୍ର-ଦକ୍ଷିଣ ଓଡିଶା ଉପକୂଳରେ ମାଡ଼ ହେଇପାରେ I କିମ୍ବା ବାଂଲାଦେଶ ଆଡକୁ ମୁହାଁଇପାରେ I
ଲଘୁଚାପ ପ୍ରଭାବ ଓଡ଼ିଶା ଉପରେ ବିଶେଷ ନଥିଲେ ମଧ୍ୟ ଓଡ଼ିଶା ଉପକୂଳସ୍ଥ ସମୁଦ୍ର ଅଶାନ୍ତ ରହିବ। ଏଣୁ ୧ ତାରିଖ ଦିନ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳର ଗଭୀର ସମୁଦ୍ର ଅଞ୍ଚଳକୁ ମତ୍ସ୍ୟଜୀବୀଙ୍କୁ ପ୍ରବେଶ ପାଇଁ ବାରଣ କରାଯାଇଛି। ଏଥିସହ ସମୁଦ୍ର ମଧ୍ୟରେ ଥିବା ମତ୍ସଜୀବୀମାନଙ୍କୁ ୧ ତାରିଖ ସୁଦ୍ଧା ଉପକୂଳକୁ ଫେରିଆସିବାକୁ ପରାମର୍ଶ ଦିଆଯାଇଛି।ଏପଟେ ସମ୍ଭାବ୍ୟ ବାତ୍ୟାକୁ ନେଇ ଚାଷୀକୁଳ ଆତଙ୍କିତ ଅଛନ୍ତି I ଧାନ ପାଚି ସାରିଥିବାବେଳେ ବର୍ତ୍ତମାନ ଫସଲ ଅମଳ ସମୟ ଥିବାରୁ କ୍ଷେତ ଉଜୁଡି ଯିବାର ଭୟ ଘାରିଛି I

Tags: