ଦିଲ୍ଲୀ ଗଲେ ମନମୋହନ ସାମଲ

ଭୁବନେଶ୍ୱର : ଦିଲ୍ଲୀ ଗସ୍ତରେ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ। ରାଜ୍ୟ କମିଟି ଓ ବୋର୍ଡ ନିଗମ ଅଧ୍ୟକ୍ଷ ନିଯୁକ୍ତି ନେଇ ବଢିଲା ଚର୍ଚ୍ଚା। ଗସ୍ତ ସମୟରେ ମନମୋହନ କିଛି କେନ୍ଦ୍ରୀୟ ନେତୃତ୍ୱଙ୍କୁ ଭେଟି ପାରନ୍ତି। ଉପରାଷ୍ଟ୍ରପତି ନିର୍ବାଚନ ନେଇ ସାଂସଦମାନଙ୍କ ସହ ଆଲୋଚନା କରିପାରନ୍ତି ବୋଲି ସୂଚନା ମିଳିଛି । ସେପଟେ ମଙ୍ଗଳବାର ଦିଲ୍ଲୀରେ ଏନଡିଏ ସାଂସଦଙ୍କ ବୈଠକ ହେବ। ରାଜ୍ୟ କମିଟି ଏବଂ ବୋର୍ଡ ନିଗମ ନିଯୁକ୍ତି ନେଇ କେନ୍ଦ୍ରୀୟ ନେତାଙ୍କ ସହ […]

ଦିଲ୍ଲୀ ଗଲେ ମନମୋହନ ସାମଲ
Samaya Live Picture
Published On

ଭୁବନେଶ୍ୱର : ଦିଲ୍ଲୀ ଗସ୍ତରେ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ। ରାଜ୍ୟ କମିଟି ଓ ବୋର୍ଡ ନିଗମ ଅଧ୍ୟକ୍ଷ ନିଯୁକ୍ତି ନେଇ ବଢିଲା ଚର୍ଚ୍ଚା। ଗସ୍ତ ସମୟରେ ମନମୋହନ କିଛି କେନ୍ଦ୍ରୀୟ ନେତୃତ୍ୱଙ୍କୁ ଭେଟି ପାରନ୍ତି। ଉପରାଷ୍ଟ୍ରପତି ନିର୍ବାଚନ ନେଇ ସାଂସଦମାନଙ୍କ ସହ ଆଲୋଚନା କରିପାରନ୍ତି ବୋଲି ସୂଚନା ମିଳିଛି ।

ସେପଟେ ମଙ୍ଗଳବାର ଦିଲ୍ଲୀରେ ଏନଡିଏ ସାଂସଦଙ୍କ ବୈଠକ ହେବ। ରାଜ୍ୟ କମିଟି ଏବଂ ବୋର୍ଡ ନିଗମ ନିଯୁକ୍ତି ନେଇ କେନ୍ଦ୍ରୀୟ ନେତାଙ୍କ ସହ ଆଲୋଚନା ହୋଇପାରେ। ନିକଟରେ କ୍ଷେତ୍ରୀୟ ପ୍ରଭାରୀ ସୁନୀଲ ଵଂଶଲ ଓଡ଼ିଶା ଗସ୍ତରେ ଆସି ଫେରିଛନ୍ତି। ତେଣୁ କିଛି ବଡ଼ ଧରଣର ଘୋଷଣା ହୋଇପାରେ ବୋଲି ଚର୍ଚ୍ଚା ଜୋର୍ ଧରିଛି।

Tags: