ପଞ୍ଜିକା ସମନ୍ୱୟ ବୈଠକ ଶେଷ ,୫ଟି ପଞ୍ଜିକା ପାଣ୍ଡୁଲିପି କୁ ଅନୁମୋଦନ
ପୁରୀ : ଆଜି ପୁରୀରେ ଅନୁଷ୍ଠିତ ହୋଇଯାଇଛି ୨୦୨୫-୨୬ ବର୍ଷ ପାଇଁ ପଞ୍ଜିକା ସମୀକରଣ ବୈଠକ । ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀଙ୍କ ଅଧକ୍ଷତାରେ ବୈଠକ ଅନୁଷ୍ଠିତ ହୋଇଥିଲା । ଦିନ ୧୨ଟାରେ ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟରେ ଏହି ବୈଠକ ବସିଥିଲା । ବିଭିନ୍ନ ପଞ୍ଜିକାରେ ତ୍ରୁଟି ନେଇ ପୂର୍ବରୁ ବିବାଦ ଦେଖାଦେବାରୁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ବୈଠକ ଅନୁଷ୍ଠିତ ହୋଇଥିଲା । ତେବେ ଏହି ବୈଠକରେ ନୀତି ପ୍ରଶାସକଙ୍କ ସହ ପଞ୍ଜିକାର, ପୂଜାପଣ୍ଡା ଓ […]
ପୁରୀ : ଆଜି ପୁରୀରେ ଅନୁଷ୍ଠିତ ହୋଇଯାଇଛି ୨୦୨୫-୨୬ ବର୍ଷ ପାଇଁ ପଞ୍ଜିକା ସମୀକରଣ ବୈଠକ । ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀଙ୍କ ଅଧକ୍ଷତାରେ ବୈଠକ ଅନୁଷ୍ଠିତ ହୋଇଥିଲା । ଦିନ ୧୨ଟାରେ ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟରେ ଏହି ବୈଠକ ବସିଥିଲା । ବିଭିନ୍ନ ପଞ୍ଜିକାରେ ତ୍ରୁଟି ନେଇ ପୂର୍ବରୁ ବିବାଦ ଦେଖାଦେବାରୁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ବୈଠକ ଅନୁଷ୍ଠିତ ହୋଇଥିଲା । ତେବେ ଏହି ବୈଠକରେ ନୀତି ପ୍ରଶାସକଙ୍କ ସହ ପଞ୍ଜିକାର, ପୂଜାପଣ୍ଡା ଓ ମୁକ୍ତିମଣ୍ଡପ ସଦସ୍ୟ ଏହି ବୈଠକରେ ଉପସ୍ଥିତ ରହିଥିଲେ । ଆଜିର ବୈଠକରେ ୫ ଟି ପଞ୍ଜିକା ପାଣ୍ଡୁଲିପିକୁ ଅନୁମୋଦନ ଦେଇଛି ଶ୍ରୀମନ୍ଦିର ପ୍ରଶାସନ । ଏଗୁଡିକ ହେଲା ରାଧାରମଣ,କୋହିନୁର,ଭାଗ୍ୟଦୋୟ,ଭାଗ୍ୟଦୀପ ଏବଂ ଜି.ଏନ ତ୍ରିପାଠୀ ପଞ୍ଜିକା । ମହାପ୍ରଭୁଙ୍କ ନୀତିକାନ୍ତି ତିଥି ନେଇ ସମସ୍ତେ ସହମତ ହେଲେ । ଏ ନେଇ ଚିଠା ଅନୁମୋଦିତ ହୋଇଛି, କେହି ଭୁଲ୍ ତଥ୍ୟ ଦେବେନି । ତେବେ ସହମତି ପରେ ଯଦି ପଞ୍ଜିକାରେ ବିଭ୍ରାନ୍ତିକର ତଥ୍ୟ ଦିଅନ୍ତି ତେବେ ଏମାନଙ୍କ ବିରୋଧରେ କଡା କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି କହିଛନ୍ତି ପୁରୀ ପ୍ରଶାସକ ।




