ପରିକ୍ରମା ପ୍ରକଳ୍ପ ପାଇଁ ୫ ସ୍ତରୀୟ ସୁରକ୍ଷା ବ୍ୟବସ୍ଥା,୪୪ ପ୍ଲାଟୁନ ପୋଲିସ ଫୋର୍ସ ସହ K9 ଟିମ୍ ମୁତୟନ
ପୁରୀ : ଶ୍ରୀମନ୍ଦିର ଯାତ୍ରୀ ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ପାଇଁ ପୁରୀରେ କଡା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ଆଜିଠାରୁ ୧୬ ତାରିଖ ପର୍ଯ୍ୟନ୍ତ ୪୪ ପ୍ଲାଟୁନ ପୋଲିସ ଫୋର୍ସ ସହ K9 ଟିମ୍ ମୁତୟନ ହେବେ । ସାରା ସହରରେ ୨୪ ଘଣ୍ଟିଆ ୫ସ୍ତରୀୟ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ୧୨ତାରିଖରୁ ୧୫ ତାରିଖ ଓ ୧୬ରୁ ୧୭ ତାରିଖରେ ଦୁଇଟି ପର୍ଯ୍ୟାୟରେ ସୁରକ୍ଷା ବ୍ୟବସ୍ଥା ହୋଇଥିବା ସୂଚନା ଦେଇଛନ୍ତି କେନ୍ଦ୍ରାଞ୍ଚଳ ଆଇଜି ଆଶିଷ ସିଂ। […]
ପୁରୀ : ଶ୍ରୀମନ୍ଦିର ଯାତ୍ରୀ ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ପାଇଁ ପୁରୀରେ କଡା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ଆଜିଠାରୁ ୧୬ ତାରିଖ ପର୍ଯ୍ୟନ୍ତ ୪୪ ପ୍ଲାଟୁନ ପୋଲିସ ଫୋର୍ସ ସହ K9 ଟିମ୍ ମୁତୟନ ହେବେ । ସାରା ସହରରେ ୨୪ ଘଣ୍ଟିଆ ୫ସ୍ତରୀୟ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ୧୨ତାରିଖରୁ ୧୫ ତାରିଖ ଓ ୧୬ରୁ ୧୭ ତାରିଖରେ ଦୁଇଟି ପର୍ଯ୍ୟାୟରେ ସୁରକ୍ଷା ବ୍ୟବସ୍ଥା ହୋଇଥିବା ସୂଚନା ଦେଇଛନ୍ତି କେନ୍ଦ୍ରାଞ୍ଚଳ ଆଇଜି ଆଶିଷ ସିଂ।
ଆସନ୍ତା ଜାନୁଆରୀ ୧୭ ତାରିଖ ପୌଷ ଶୁକ୍ଳ ସପ୍ତମୀ ତିଥିରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପକୁ ଲୋକାର୍ପିତ କରିବେ। ଏଥିପାଇଁ ଶୁକ୍ରବାର ଠାରୁ ପୂଜାକାର୍ଯ୍ୟ ଆରମ୍ଭ ହେଉଛି। ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ଆଜି ସନ୍ଧ୍ୟା ୫ଟାରୁ ୬ଟା ମଧ୍ୟରେ ଶ୍ରୀନଅରଠାରେ ଗଜପତି ମହାରାଜା ଆଚାର୍ଯ୍ୟ ବରଣ କରିବେ । ଗୁଆଟେକା କାର୍ଯ୍ୟ ପରେ ଅଙ୍କୁରରୋପଣ ହେବ । ଆସନ୍ତାକାଲି ଦିନ ୧୧ଟାରୁ ରାତି ୮ଟା ଯାଏଁ ଅଙ୍କୁରପୂଜନ ହେବ ।




