ପିଣ୍ଟୁ ନନ୍ଦଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତିଙ୍କ ଶୋକ ପ୍ରକାଶ
ଭୁବନେଶ୍ୱର : ଓଲିଉଡ୍ ଅଭିନେତା ପିଣ୍ଟୁ ନନ୍ଦଙ୍କ ଅକାଳ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟ୍ୱିଟ କରି ଶୋକ ବ୍ୟକ୍ତ କରିଛନ୍ତି । ‘ଲୋକପ୍ରିୟ ଅଭିନେତା ପିଣ୍ଟୁ ନନ୍ଦଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ’। ତାଙ୍କ ‘ନିଖୁଣ ଅଭିନୟ ଦ୍ୱାରା ଚଳଚ୍ଚିତ୍ର, ଧାରାବାହିକରେ ଛାପ ଛାଡ଼ିଯାଇଛନ୍ତି’। ଦର୍ଶକଙ୍କ ହୃଦୟରେ ପିଣ୍ଟୁ ନନ୍ଦ ସର୍ବଦା ସ୍ମରଣୀୟ ହୋଇ ରହିବେ ବୋଲି ଟ୍ଵିଟ୍ କରି ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ। ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ଗଭୀର ସମବେଦନା ଜଣାଇବା ସହ ତାଙ୍କ ଅମର […]
ଭୁବନେଶ୍ୱର : ଓଲିଉଡ୍ ଅଭିନେତା ପିଣ୍ଟୁ ନନ୍ଦଙ୍କ ଅକାଳ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟ୍ୱିଟ କରି ଶୋକ ବ୍ୟକ୍ତ କରିଛନ୍ତି । ‘ଲୋକପ୍ରିୟ ଅଭିନେତା ପିଣ୍ଟୁ ନନ୍ଦଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ’। ତାଙ୍କ ‘ନିଖୁଣ ଅଭିନୟ ଦ୍ୱାରା ଚଳଚ୍ଚିତ୍ର, ଧାରାବାହିକରେ ଛାପ ଛାଡ଼ିଯାଇଛନ୍ତି’। ଦର୍ଶକଙ୍କ ହୃଦୟରେ ପିଣ୍ଟୁ ନନ୍ଦ ସର୍ବଦା ସ୍ମରଣୀୟ ହୋଇ ରହିବେ ବୋଲି ଟ୍ଵିଟ୍ କରି ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ। ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ଗଭୀର ସମବେଦନା ଜଣାଇବା ସହ ତାଙ୍କ ଅମର ଆତ୍ମାର ସଦ୍ଗତି କାମନା କରିଛନ୍ତି ।
ଓଡ଼ିଆ ଚଳଚ୍ଚିତ୍ର ଜଗତର ଲୋକପ୍ରିୟ ଅଭିନେତା ପିଣ୍ଟୁ ନନ୍ଦଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ନିଜ ନିଖୁଣ ଅଭିନୟ ଦ୍ୱାରା ଚଳଚ୍ଚିତ୍ର ଏବଂ ଧାରାବାହିକରେ ସେ ଛାଡିଯାଇଥିବା ଛାପ ତାଙ୍କୁ ଦର୍ଶକଙ୍କ ହୃଦୟରେ ସର୍ବଦା ସ୍ମରଣୀୟ କରି ରଖିବ। ତାଙ୍କ ଅମର ଆତ୍ମାର ସଦଗତି କାମନା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ସମବେଦନା ଜଣାଉଛି।
— Naveen Patnaik (@Naveen_Odisha) March 2, 2023
ସେହିପରି ମାନ୍ୟବର ଓଡିଶା ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍ ଓଡ଼ିଆ ଚଳଚ୍ଚିତ୍ର ତଥା ଧାରାବାହିକ ଜଗତର ଲୋକପ୍ରିୟ ଅଭିନେତା ପିଣ୍ଟୁ ନନ୍ଦଙ୍କ ଅକାଳ ବିୟୋଗ ବିଷୟରେ ଜାଣି ମାନ୍ୟବର ରାଜ୍ୟପାଳ ଅତ୍ୟନ୍ତ ଦୁଃଖ ପ୍ରକାଶ କରିବା ସହ ନିଜର ନିଖୁଣ ଅଭିନୟ ଦ୍ୱାରା ଘରେ ଘରେ ପରିଚିତ ପିଣ୍ଟୁଙ୍କ ଅମର ଆତ୍ମାର ସଦଗତି କାମନା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ସମବେଦନା ଜଣାଇଛନ୍ତି।
ଓଡ଼ିଆ ଚଳଚ୍ଚିତ୍ର ତଥା ଧାରାବାହିକ ଜଗତର ଲୋକପ୍ରିୟ ଅଭିନେତା ପିଣ୍ଟୁ ନନ୍ଦଙ୍କ ଅକାଳ ବିୟୋଗ ବିଷୟରେ ଜାଣି ମାନ୍ୟବର ରାଜ୍ୟପାଳ ଅତ୍ୟନ୍ତ ଦୁଃଖ ପ୍ରକାଶ କରିବା ସହ ନିଜର ନିଖୁଣ ଅଭିନୟ ଦ୍ୱାରା ଘରେ ଘରେ ପରିଚିତ ପିଣ୍ଟୁଙ୍କ ଅମର ଆତ୍ମାର ସଦଗତି କାମନା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ସମବେଦନା ଜଣାଇଛନ୍ତି।
ଓଁ ଶାନ୍ତି ??— Governor Odisha (@GovernorOdisha) March 2, 2023
ଓଡ଼ିଆ ଅଭିନେତା ପିଣ୍ଟୁ ନନ୍ଦଙ୍କ ଅକାଳ ବିୟୋଗ ପରେ ଛତିଶଗଡ ରାଜ୍ୟପାଳ ଶ୍ରୀ ବିଶ୍ଵଭୂଷଣ ହରିଚନ୍ଦନ ଅତ୍ୟନ୍ତ ମର୍ମାହତ ହେବା ସହିତ ଗଭୀର ଦୁଃଖ ପ୍ରକାଶ କରିଛନ୍ତି । ଟ୍ୱିଟ୍ କରି ଲେଖିଛନ୍ତି, ଶ୍ରୀ ନନ୍ଦ ଓଡ଼ିଆ ଆଲବମରୁ ନିଜର ଅଭିନୟ ଜୀବନ ଆରମ୍ଭ କରି ଅନେକ ଓଡ଼ିଆ ଚଳଚ୍ଚିତ୍ରରେ ସୁନ୍ଦର ଅଭିନୟ କରିଥିଲେ । ତାଙ୍କର ସୁନ୍ଦର ଅଭିନୟ ପାଇଁ ସେ ଓଡ଼ିଶା ଚଳଚ୍ଚିତ୍ର ଜଗତରେ ସୁନାମ ଅର୍ଜନ କରିଥିଲେ । ତାଙ୍କର ଏହିପରି ଅକାଳ ବିୟୋଗ ଓଡ଼ିଆ ଚଳଚ୍ଚିତ୍ର ପାଇଁ ଏକ ଅପୂରଣୀୟ କ୍ଷତି ।




