ପ୍ରବାଦ ପୁରୁଷ ବିଜୁ ବାବୁଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ପ୍ରଧାନମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଓଡ଼ିଶାର ବରପୁତ୍ର ବିଜୁ ବାବୁଙ୍କ ୧୦୯ ତମ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହିତ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ I ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଟୁଇଟ୍‌ ଯୋଗେ ବିଜୁ ବାବୁଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ସେ କହିଛନ୍ତି, ଓଡ଼ିଶାର ବିକାଶ ସହ ଲୋକଙ୍କୁ ସଶକ୍ତ କରିବାରେ ବିଜୁବାବୁଙ୍କ ଅବଦାନ ଅବିସ୍ମରଣୀୟ। ଗଣତାନ୍ତ୍ରିକ ଆଦର୍ଶ ପ୍ରତି ସେ ପ୍ରତିବଦ୍ଧ ଥିଲେ। ସେହିପରି ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି […]

Samaya Live Picture
Published On

ଭୁବନେଶ୍ବର: ଓଡ଼ିଶାର ବରପୁତ୍ର ବିଜୁ ବାବୁଙ୍କ ୧୦୯ ତମ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହିତ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ I ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଟୁଇଟ୍‌ ଯୋଗେ ବିଜୁ ବାବୁଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ସେ କହିଛନ୍ତି, ଓଡ଼ିଶାର ବିକାଶ ସହ ଲୋକଙ୍କୁ ସଶକ୍ତ କରିବାରେ ବିଜୁବାବୁଙ୍କ ଅବଦାନ ଅବିସ୍ମରଣୀୟ। ଗଣତାନ୍ତ୍ରିକ ଆଦର୍ଶ ପ୍ରତି ସେ ପ୍ରତିବଦ୍ଧ ଥିଲେ।

ସେହିପରି ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ମୁଖ୍ୟମନ୍ତ୍ରୀ କହିଛନ୍ତି, ଓଡ଼ିଶାର ନିର୍ମାତା ବିଜୁ ବାବୁ। ସେ ଓଡ଼ିଶାର ପୁର୍ନଗଠନ କରିଥିଲେ, ଓଡ଼ିଶାର ଶିଳ୍ପନୀତିକୁ ବିଜୁ ବାବୁ ବହୁତ ଆଗକୁ ନେଇଥିଲେ। ଜଣେ ବରପୁତ୍ର ଏବଂ ଓଡ଼ିଶାର ମୁଖ୍ୟମନ୍ତ୍ରୀ ହିସାବରେ ତାଙ୍କ ଅବଦାନ ଅତୁଳନୀୟ ।

ରାଜ୍ୟ ସରକାରଙ୍କ ପକ୍ଷରୁ ବୁଧବାର ରାଜ୍ୟସ୍ତରୀୟ ବିଜୁ ଜୟନ୍ତୀ କାର୍ଯ୍ୟକ୍ରମ ହେବାକୁ ଯାଉଛି। ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ସମାରୋହକୁ ରାଜ୍ୟ ସରକାର ପାଳନ କରିବାକୁ ଯାଉଥିବା ବେଳେ ଏହି କାର୍ଯ୍ୟକ୍ରମରେ ଯୋଗଦେବା ଲାଗି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ଚିଠି ଲେଖି ମଙ୍ଗଳବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିମନ୍ତ୍ରଣ କରିଛନ୍ତି।

ଜୟଦେବ ଭବନଠାରେ ସା ୭ଟା ସମୟରେ ଏହି କାର୍ଯ୍ୟକ୍ରମ ରାଜ୍ୟସ୍ତରୀୟ ଭାବେ ପାଳନ ହେବାକୁ ଯାଉଛି। ଉକ୍ତ କାର୍ଯ୍ୟକ୍ରମରେ ବିଶିଷ୍ଟ ଅତିଥି ଭାବେ ଯୋଗଦେବା ଲାଗି ନବୀନଙ୍କୁ ମୁଖ୍ୟମନ୍ତ୍ରୀ ନିମନ୍ତ୍ରଣ କରିଛନ୍ତି। ଏହି କାର୍ଯ୍ୟକ୍ରମରେ ଯୋଗଦେଲେ ଏହାର ଶୋଭାବର୍ଦ୍ଧନ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

 

 

 

 

Tags: