ଫେବୃଆରୀ ୧୬ରୁ ମାର୍ଚ୍ଚ ୨୦ +୨ ପରୀକ୍ଷା

ଭୁବନେଶ୍ୱର :ଆସନ୍ତା ଫେବୃୟାରୀ ୧୬ରୁ ଯୁକ୍ତଦୁଇ ପରୀକ୍ଷା ଆରମ୍ଭ ହେବ। ଏନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ପରୀକ୍ଷା କାର୍ଯ୍ୟସୂଚୀ ପ୍ରକାଶ ପାଇଛି। ଏହି ପରୀକ୍ଷା ଫେବୃୟାରୀ ୧୬ରୁ ଆରମ୍ଭ ହୋଇ ମାର୍ଚ୍ଚ ୨୦ ପର୍ଯ୍ୟନ୍ତ ଚାଲିବ। ଏକ। ସହିତ ଅନୁଷ୍ଠିତ ହେବ କଳା,ବିଜ୍ଞାନ,ବାଣିଜ୍ୟ ପରୀକ୍ଷା । ଚଳିତ ବର୍ଷ ବିଜ୍ଞାନରେ ପ୍ରାୟ ୯୦ ହଜାର ଛାତ୍ରଛାତ୍ରୀ ପରୀକ୍ଷା ଦେବେ । ଏହା ସହ କଳାରେ ପ୍ରାୟ ୪ଲକ୍ଷ ଓ ବାଣିଜ୍ୟରେ ପ୍ରାୟ ୭୦ ହଜାର […]

Samaya Live Picture
Published On

ଭୁବନେଶ୍ୱର :ଆସନ୍ତା ଫେବୃୟାରୀ ୧୬ରୁ ଯୁକ୍ତଦୁଇ ପରୀକ୍ଷା ଆରମ୍ଭ ହେବ। ଏନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ପରୀକ୍ଷା କାର୍ଯ୍ୟସୂଚୀ ପ୍ରକାଶ ପାଇଛି। ଏହି ପରୀକ୍ଷା ଫେବୃୟାରୀ ୧୬ରୁ ଆରମ୍ଭ ହୋଇ ମାର୍ଚ୍ଚ ୨୦ ପର୍ଯ୍ୟନ୍ତ ଚାଲିବ। ଏକ। ସହିତ ଅନୁଷ୍ଠିତ ହେବ କଳା,ବିଜ୍ଞାନ,ବାଣିଜ୍ୟ ପରୀକ୍ଷା । ଚଳିତ ବର୍ଷ ବିଜ୍ଞାନରେ ପ୍ରାୟ ୯୦ ହଜାର ଛାତ୍ରଛାତ୍ରୀ ପରୀକ୍ଷା ଦେବେ । ଏହା ସହ କଳାରେ ପ୍ରାୟ ୪ଲକ୍ଷ ଓ ବାଣିଜ୍ୟରେ ପ୍ରାୟ ୭୦ ହଜାର ଛାତ୍ରଛାତ୍ରୀ ପରୀକ୍ଷା ଦେବା ନେଇ ସୂଚନା ରହିଛି ।

ପରୀକ୍ଷା ସୂଚୀ ଅନୁଯାୟୀ-୧୬ତାରିଖ – ବଜ୍ଞାନ ଏବଂ ୧୭ ତାରିଖରୁ କଳା ଓ ବାଣିଜ୍ୟ ପରୀକ୍ଷା ଆରମ୍ଭ ହୋଇ ଏହା ମାର୍ଚ୍ଚ ୨୦ ତାରିଖ ଯାଏଁ ଚାଲିବ I

ଅନ୍ୟପଟେ ଫେବ୍ରୁଆରୀ ୨୦ରୁ ଆରମ୍ଭ ହେବ ମାଟ୍ରିକ୍‌ ପରୀକ୍ଷା । ମାଟ୍ରିକ ପରୀକ୍ଷା ଆରମ୍ଭ ହେବା ନେଇ ବୋର୍ଡ ପକ୍ଷରୁ ପୂର୍ବରୁ ସୂଚନା ଦିଆଯାଇଛି । ଫେବ୍ରୁଆରୀ ୨୦ରୁ ମାର୍ଚ୍ଚ ୪ ପର୍ଯ୍ୟନ୍ତ ପରୀକ୍ଷା ହେବ । ପ୍ରଥମ ଦିନରେ ଅର୍ଥାତ୍‌ ୨୦ ତାରିଖରେ ମାତୃଭାଷା ଓଡ଼ିଆ ପରୀକ୍ଷା ଦେବେ ପରୀକ୍ଷାର୍ଥୀ । ପରେ ଫେବ୍ରୁଆରୀ ୨୩ ତାରିଖରେ ଇଂରାଜୀ ପରୀକ୍ଷା ହେବ । ସେହିପରି ୨୬ରେ ଗଣିତ, ୨୮ରେ ହିନ୍ଦୀ/ସଂସ୍କୃତ, ମାର୍ଚ୍ଚ ୨ରେ ବିଜ୍ଞାନ,୪ରେ ସାମାଜିକ ବିଜ୍ଞାନ ପରୀକ୍ଷା କରାଯିବା ନେଇ ବୋର୍ଡ ପକ୍ଷରୁ ସୂଚନା ଦିଆଯାଇଛି । ସେହିପରି ୨ହଜାର ୯୯୧ କେନ୍ଦ୍ରରେ ପରୀକ୍ଷା ଦେବେ ୫ ଲକ୍ଷ ୫୧ ହଜାର ୬୧୧ ପରୀକ୍ଷାର୍ଥୀ । ମାର୍ଚ୍ଚ ୧୫ରୁ ମାଟ୍ରିକ ଖାତା ଦେଖା ହେବ ବୋଲି ବୋର୍ଡ ସଭାପତି ସୂଚନା ଦେଇଛନ୍ତି ।

Tags: