ବଙ୍ଗୋପସାଗରରେ ସୃଷ୍ଚି ହେଲା ବାତ୍ୟା ‘ହମୁନ୍’,ଓଡିଶା ପ୍ରତି ବିପଦ ନାହିଁ

ଭୁବନେଶ୍ୱର : ବଙ୍ଗୋପସାଗରରେ ସୃଷ୍ଟ ଗଭୀର ଅବପାତ ଘନୀଭୂତ ହୋଇ ଭୀଷଣ ବାତ୍ୟା ରୂପ ନେଇଛି। ଆସନ୍ତା ୧୨ ଘଣ୍ଟାରେ ଏହା ଅଧିକ ଘନୀଭୂତ ହେବ । ହାମୁନ ଭୀଷଣ ବାତ୍ୟାରେ ପରିଣତ ହେବା ସମ୍ଭାବନା ରହିଛି । ବାତ୍ୟା ‘ହାମୁନ୍’ ଏବେ ପାରାଦୀପ ଠାରୁ ୨୧୦ କିମି ଓ ଦୀଘାଠାରୁ ୨୭୦କିମି ଦୂରରେ କେନ୍ଦ୍ରୀଭୂତ ରହିଛି। ଘଣ୍ଟାପ୍ରତି ୧୮ କିମି ବେଗରେ ଗତି କରୁଥିବା ବାତ୍ୟା ହାମୁନ୍ ଆସନ୍ତାକାଲି ସନ୍ଧ୍ୟା ସୁଦ୍ଧା ବାଂଲାଦେଶ ଉପକୂଳ ଅତିକ୍ରମ […]

Samaya Live Picture
Published On

ଭୁବନେଶ୍ୱର : ବଙ୍ଗୋପସାଗରରେ ସୃଷ୍ଟ ଗଭୀର ଅବପାତ ଘନୀଭୂତ ହୋଇ ଭୀଷଣ ବାତ୍ୟା ରୂପ ନେଇଛି। ଆସନ୍ତା ୧୨ ଘଣ୍ଟାରେ ଏହା ଅଧିକ ଘନୀଭୂତ ହେବ । ହାମୁନ ଭୀଷଣ ବାତ୍ୟାରେ ପରିଣତ ହେବା ସମ୍ଭାବନା ରହିଛି । ବାତ୍ୟା ‘ହାମୁନ୍’ ଏବେ ପାରାଦୀପ ଠାରୁ ୨୧୦ କିମି ଓ ଦୀଘାଠାରୁ ୨୭୦କିମି ଦୂରରେ କେନ୍ଦ୍ରୀଭୂତ ରହିଛି। ଘଣ୍ଟାପ୍ରତି ୧୮ କିମି ବେଗରେ ଗତି କରୁଥିବା ବାତ୍ୟା ହାମୁନ୍ ଆସନ୍ତାକାଲି ସନ୍ଧ୍ୟା ସୁଦ୍ଧା ବାଂଲାଦେଶ ଉପକୂଳ ଅତିକ୍ରମ କରିବ। ସେତେବେଳକୁ ଏହା ଦୁର୍ବଳ ହୋଇ ଏକ ଗଭୀର ଅବପାତ ଭାବେ ବାଂଲାଦେଶ ଉପକୂଳ ଅତିକ୍ରମ କରିବା ସମ୍ଭାବନା ରହିଛି। ତେବେ ୨୫ ତାରିଖ ସନ୍ଧ୍ୟା ସୁଦ୍ଧା ବାଂଲାଦେଶ ଉପକୂଳକୁ ଗଭୀର ଅବପାତ ଭାବରେ ଖେପପୁରା ଓ ଚିଟାଗଙ୍ଗ ମଧ୍ୟରେ ସ୍ଥଳଭାଗ ଅତିକ୍ରମ କରିବା ସମ୍ଭାବନା ରହିଛି । ବାତ୍ୟାର ପ୍ରଭାବ ଓଡ଼ିଶାରେ ପଡ଼ିବ ନାହିଁ । କିନ୍ତୁ ୨୫ତାରିଖ ଯାଏ ଉପକୂଳ ଓଡ଼ିଶାର କିଛି କିଛି ଜିଲ୍ଲାରେ ହାଲୁକାରୁ ମଧ୍ୟମ ବର୍ଷାର ସମ୍ଭାବନା ରହିଛି। ପ୍ରବଳ ବର୍ଷା ପାଇଁ ୨୪ ଘଣ୍ଟାରେ ୩ ଜିଲ୍ଲା ଭଦ୍ରକ, କେନ୍ଦ୍ରାପଡ଼ା ଓ ଜଗତସିଂହପୁରକୁ ଜାରି ହୋଇଛି ୟେଲୋ ୱାର୍ଣ୍ଣିଂଜାରି ହୋଇଛି । ଆଜି ୭ଟି ଜିଲ୍ଲାରେ ସଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି। ସେହି ଜିଲ୍ଲା ଗୁଡିକ ହେଉଛି ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡ଼ା, ପୁରୀ, ଜଗତସିଂହପୁର, ଯାଜପୁର ଓ କଟକ।

Tags: