ବରିଷ୍ଠ ଓଏଏସ୍‌ ସ୍ତରରେ ଅଦଳବଦଳ

ଭୁବନେଶ୍ୱର : ବରିଷ୍ଠ ଓଏଏସ୍ ସ୍ତରରେ ଅଦଳବଦଳ I ୯ ଜଣ ବରିଷ୍ଠ ଓଏଏସ୍ ଅଫିସରଙ୍କୁ ବଦଳି କରିଛନ୍ତି ରାଜ୍ୟ ସରକାର । ଏ ନେଇ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ସେହି ଅନୁସାରେ ଅନୁଗୁଳ ଅତିରିକ୍ତ ଜିଲ୍ଲାପାଳ ବରିଷ୍ଠ ଓଏଏସ୍‌ ଅଫିସର ସନ୍ତୋଷ କୁମାର ପ୍ରଧାନଙ୍କୁ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗର ଅତିରିକ୍ତ ସଚିବ ଭାବେ ବଦଳି କରାଯାଇଛି । ସେହିପରି ନୟାଗଡ଼ […]

Samaya Live Picture
Published On

ଭୁବନେଶ୍ୱର : ବରିଷ୍ଠ ଓଏଏସ୍ ସ୍ତରରେ ଅଦଳବଦଳ I ୯ ଜଣ ବରିଷ୍ଠ ଓଏଏସ୍ ଅଫିସରଙ୍କୁ ବଦଳି କରିଛନ୍ତି ରାଜ୍ୟ ସରକାର । ଏ ନେଇ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ସେହି ଅନୁସାରେ ଅନୁଗୁଳ ଅତିରିକ୍ତ ଜିଲ୍ଲାପାଳ ବରିଷ୍ଠ ଓଏଏସ୍‌ ଅଫିସର ସନ୍ତୋଷ କୁମାର ପ୍ରଧାନଙ୍କୁ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗର ଅତିରିକ୍ତ ସଚିବ ଭାବେ ବଦଳି କରାଯାଇଛି ।

ସେହିପରି ନୟାଗଡ଼ ଅତିରିକ୍ତ ଜିଲ୍ଲାପାଳ ବିଧାନ ଚନ୍ଦ୍ର ରାୟଙ୍କୁ ବାଣିଜ୍ୟ ଓ ପରିବହନ ବିଭାଗର ଅତିରିକ୍ତ ସଚିବ ଭାବେ ବଦଳି ହୋଇଛି । ବରଗଡ଼ ଅତିରିକ୍ତ ଜିଲ୍ଲାପାଳ ମିର୍ଦ୍ଧା ଟୋପୋ ସମ୍ବଲପୁର ଚକବନ୍ଦୀ ଓ ବନ୍ଦୋବସ୍ତ ଅତିରିକ୍ତ କମିଶନର,ବଲାଙ୍ଗିର ଉପଜିଲ୍ଲାପାଳ କୁମାର ନାଗଭୂଷଣଙ୍କୁ ବରଗଡ଼ ଉପଜିଲ୍ଲାପାଳ,ମ୍ବଲପୁର ଅତିରିକ୍ତ ଉପଜିଲ୍ଲାପାଳ ଆଞ୍ଜେଲିନା ପ୍ରଧାନଙ୍କୁ ସୋନପୁର ଅତିରିକ୍ତ ଜିଲ୍ଲାପାଳ, ସମ୍ବଲପୁରର ଉପଜିଲ୍ଲାପାଳ ପ୍ରଭାସ ଚନ୍ଦ୍ର ଦଣ୍ଡସେନାଙ୍କୁ ବଲାଙ୍ଗିର ଉପଜିଲ୍ଲାପାଲ,ଭଦ୍ରକ ଅତିରିକ୍ତ ଜିଲ୍ଲାପାଳ ରାମଦାସ ଟୁଡ଼ୁଙ୍କୁ ବାରିପଦାସ୍ଥିତ ପଣ୍ଡିତ ରଘୁନାଥ ମୁର୍ମୁ ମେଡିକାଲ କଲେଜ ଓ ହସ୍ପିଟାଲର ରେଜିଷ୍ଟ୍ରାର(ପ୍ରଶାସନିକ) ଏବଂ ବଲାଙ୍ଗିର ତହସିଲଦାର ପୁଷ୍ପାଞ୍ଜଳି ପଣ୍ଡାଙ୍କୁ ସମ୍ୱଲପୁର ଉପଜିଲ୍ଲାପାଳ ଭାବେ ବଦଳି କରାଯାଇଥିବାବେଳେ ,ବରଗଡ଼ ଉପଜିଲ୍ଲାପାଳ ଲଲାଟ କୁମାର ଲୁହାଙ୍କୁ ସେହି ବରଗଡ଼ ଜିଲ୍ଲାର ଅତିରିକ୍ତ ଉପଜିଲ୍ଲାପାଳ ଭାବେ ନିଯୁକ୍ତି ମିଳିଛି I

Tags: