ବିକ୍ରମ ଅର୍ଥ, ଶାରଦା ଶ୍ରମ,ସୁଦାମ ହେଲେ ସ୍କୁଲ ଓ ଗଣଶିକ୍ଷା ବିଭାଗ ମନ୍ତ୍ରୀ

ଭୁବନେଶ୍ବର : ୩ ନୂଆ କ୍ୟାବିନେଟ ମନ୍ତ୍ରୀଙ୍କର ହେଲା ବିଭାଗ ବଣ୍ଟନ I ବିକ୍ରମ କେଶରୀ ଆରୁଖଙ୍କୁ ଅର୍ଥ ବିଭାଗର ଦାୟିତ୍ୱ ମିଳିଥିବାବେଳେ ସୁଦାମ ମାର୍ଣ୍ଡିଙ୍କୁ ସ୍କୁଲ ଓ ଗଣଶିକ୍ଷା ବିଭାଗ ଓ ଶାରଦା ନାୟକଙ୍କୁ ଶ୍ରମ ବିଭାଗର ଦାୟିତ୍ୱ ମିଳିଛି | ଆଜି ସକାଳ ୯ଟା ୫୦ ମିନିଟରେ ଲୋକସେବା ଭବନର ସମ୍ମିଳନୀ କକ୍ଷରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ବିକ୍ରମ କେଶରୀ ଆରୁଖ, ସୁଦାମ ମାର୍ଣ୍ଡି ଓ ଶାରଦା ନାୟକଙ୍କୁ ଶପଥ ପାଠ କରାଇଥିଲେ […]

Samaya Live Picture
Published On

ଭୁବନେଶ୍ବର : ୩ ନୂଆ କ୍ୟାବିନେଟ ମନ୍ତ୍ରୀଙ୍କର ହେଲା ବିଭାଗ ବଣ୍ଟନ I ବିକ୍ରମ କେଶରୀ ଆରୁଖଙ୍କୁ ଅର୍ଥ ବିଭାଗର ଦାୟିତ୍ୱ ମିଳିଥିବାବେଳେ ସୁଦାମ ମାର୍ଣ୍ଡିଙ୍କୁ ସ୍କୁଲ ଓ ଗଣଶିକ୍ଷା ବିଭାଗ ଓ ଶାରଦା ନାୟକଙ୍କୁ ଶ୍ରମ ବିଭାଗର ଦାୟିତ୍ୱ ମିଳିଛି | ଆଜି ସକାଳ ୯ଟା ୫୦ ମିନିଟରେ ଲୋକସେବା ଭବନର ସମ୍ମିଳନୀ କକ୍ଷରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ବିକ୍ରମ କେଶରୀ ଆରୁଖ, ସୁଦାମ ମାର୍ଣ୍ଡି ଓ ଶାରଦା ନାୟକଙ୍କୁ ଶପଥ ପାଠ କରାଇଥିଲେ | ଆଜି ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ତିନିଜଣ ମନ୍ତ୍ରୀ କ୍ୟାବିନେଟ ମନ୍ତ୍ରୀ ଭାବେ ଶପଥ ନେଇଥିବାବେଳେ ଏବେ ବିଭାଗ ବଣ୍ଟନ କରାଯାଇଛି |

ଗତ ମେ ମାସ ୧୨ ତାରିଖ ଦିନ ବାଚସ୍ପତି ବିକ୍ରମ କେଶରୀ ଆରୁଖଙ୍କ ସହିତ ସ୍କୁଲ ଓ ଗଣଶିକ୍ଷାମନ୍ତ୍ରୀ ସମୀର ରଞ୍ଜନ ଦାସ ଏବଂ ଶ୍ରମ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ଇସ୍ତଫା ଦେଇଥିଲେ I ଏମାନଙ୍କ ମଧ୍ୟରୁ ଆଜି ୩ ଜଣଙ୍କୁ କ୍ୟାବିନେଟ ମନ୍ତ୍ରୀ କରାଯାଇଛି I ବିକ୍ରମ କେଶରୀ ଆରୁଖଙ୍କୁ ଅର୍ଥ ବିଭାଗ ଦାୟିତ୍ୱ ଦିଆଯାଇଛି। ଏହି ବିଭାଗ ପୂର୍ବରୁ ମନ୍ତ୍ରୀ ନିରଞ୍ଜନ ପୂଜାରୀଙ୍କ ହାତରେ ଥିଲା। ନିରଞ୍ଜନ ପୂଜାରୀ ଏବେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ଏବଂ ସଂସଦୀୟ ବ୍ୟାପାରା ମନ୍ତ୍ରୀ ଅଛନ୍ତି।

ସେହିପରି ସାରଦା ପ୍ରସାଦ ନାୟକଙ୍କୁ ଶ୍ରମ ବିଭାଗର ମନ୍ତ୍ରୀ କରାଯାଇଛି। ଏହି ବିଭାଗଟି ପୂର୍ବରୁ ଶ୍ରୀକାନ୍ତ ସାହୁଙ୍କ ହାତରେ ଥିଲା। ଶ୍ରୀକାନ୍ତ ସାହୁ ରାଷ୍ଟ୍ରମନ୍ତ୍ରୀ ଭାବେ ଏହି ବିଭାଗର ଦାୟିତ୍ୱ ତୁଲାଉଥିବା ବେଳେ କିଛି ଦିନ ତଳେ ନିଜ ପଦରୁ ଇସ୍ତଫା ଦେଇଥିଲେ। ଅନ୍ୟପଟେ ସ୍କୁଲ ଓ ଗଣଶିକ୍ଷା ବିଭାଗ ରୁ ଇସ୍ତଫା ଦେଇଥିବା ମନ୍ତ୍ରୀ ଥିବା ସମୀର ରଞ୍ଜନ ଦାଶଙ୍କ ବଦଳରେ ଏହି ବିଭାଗର ଦାୟିତ୍ୱ ତୁଲାଇବେ ସୁଦାମ ମାରାଣ୍ଡି I

Tags: