ଭୁଲ ଟୀକାକରଣରୁ ଶିଶୁ ମୃତ୍ୟୁ ଅଭିଯୋଗ
ଗଞ୍ଜାମ : ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭୁଲ ଟୀକାକରଣ ପାଇଁ ଶିଶୁ ମୃତ୍ୟୁ ଅଭିଯୋଗ I ଏନେଇ ମେଡିକାଲ ପରିସରରେ ଉତ୍ତେଜନା ଦେଖାଦେଇଛି । ଗଞ୍ଜାମ ଜିଲ୍ଲା ବୁଗୁଡା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଏଭଳି ଘଟଣା ଦେଖିବାକୁ ମିଳିଛି । ଘଟଣା ସ୍ଥଳରେ ପୋଲିସ ପହଁଚି ପରିବାର ଲୋକଙ୍କୁ ବୁଝାସୁଝା କରିବା ସହ ଘଟଣାର ତଦନ୍ତ ଜାରି ରଖିଛି I ଘଟଣାନୁସାରେ, ବୁଗୁଡା ନେଳିଆବନ୍ଧ ଗାଁର ମାଗି ନାୟକଙ୍କ ୫ମାସର ଶିଶୁପୁତ୍ରକୁ ବୁଧବାର ବୁଗୁଡ଼ା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ […]
ଗଞ୍ଜାମ : ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭୁଲ ଟୀକାକରଣ ପାଇଁ ଶିଶୁ ମୃତ୍ୟୁ ଅଭିଯୋଗ I ଏନେଇ ମେଡିକାଲ ପରିସରରେ ଉତ୍ତେଜନା ଦେଖାଦେଇଛି । ଗଞ୍ଜାମ ଜିଲ୍ଲା ବୁଗୁଡା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଏଭଳି ଘଟଣା ଦେଖିବାକୁ ମିଳିଛି । ଘଟଣା ସ୍ଥଳରେ ପୋଲିସ ପହଁଚି ପରିବାର ଲୋକଙ୍କୁ ବୁଝାସୁଝା କରିବା ସହ ଘଟଣାର ତଦନ୍ତ ଜାରି ରଖିଛି I
ଘଟଣାନୁସାରେ, ବୁଗୁଡା ନେଳିଆବନ୍ଧ ଗାଁର ମାଗି ନାୟକଙ୍କ ୫ମାସର ଶିଶୁପୁତ୍ରକୁ ବୁଧବାର ବୁଗୁଡ଼ା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଟୀକାକରଣ କରାଯାଇଥିଲା । ଟୀକା ନେଇ ଶିଶୁଟି ଘରକୁ ଫେରିଥିଲା। ବିଳମ୍ବିତ ରାତିରେ ଶିଶୁଟି ଅସୁସ୍ଥ ହୋଇପଡିବାରୁ ପରିବାର ଲୋକେ ତାକୁ ପୁଣି ବୁଗୁଡା ମେଡିକାଲକୁ ଆଣିଥିଲେ। ସେଠାରେ ଡାକ୍ତର ଶିଶୁଟିକୁ ମୃତ ଘୋଷଣା କରିଥିଲେ। ଭୁଲ ଟୀକା ଯୋଗୁଁ ଶିଶୁଟିର ମୃତ୍ୟୁ ହୋଇଥିବା ପରିବାର ଲୋକ ଅଭିଯୋଗ କରିଛନ୍ତି । ମେଡିକାଲ ପରିସରରେ ବ୍ୟାପକ ଭଙ୍ଗାରୁଜା କରାଯିବା ସହ ଉତେଜନାମୂଳକ ପରିସ୍ଥିତି ସୃଷ୍ଟି ହୋଇଥିଲା । ଏନେଇ ବୁଗୁଡା ଡାକ୍ତରଖାନା ପକ୍ଷରୁ କୌଣସି ପ୍ରତିକ୍ରିୟା ମିଳିନାହିଁ। ବୁଗୁଡା ପୋଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।




