ମତଦାନ ପାଇଁ ସରକାରୀ ଛୁଟି ଘୋଷଣା

ଭୁବନେଶ୍ୱର : ଚଳିତ ଲୋକସଭା ଓ ବିଧାନ ସଭା ନିର୍ବାଚନ -୨୦୨୪ ପାଇଁ ଛୁଟି ଘୋଷଣା କରିଛନ୍ତି ରାଜ୍ୟ ସରକାର ନିର୍ବାଚନ କାର୍ଯ୍ୟରେ ନିୟୋଜିତ ସରକାରୀ କର୍ମଚାରୀ ମାନଙ୍କ ପାଇଁ ଗୋଟିଏ ଦିନର ସ୍ୱତନ୍ତ୍ର ଛୁଟି ଘୋଷଣା ହୋଇଛି I ଆସନ୍ତା ମାସରୁ ଓଡ଼ିଶାରେ ନିର୍ବାଚନ ଆରମ୍ଭ ହେବାକୁ ଯାଉଛି । ମେ’ ୧୩ ତାରିଖରେ ରାଜ୍ୟ ନିର୍ବାଚନର ପ୍ରଥମ ପର୍ଯ୍ୟାୟ ମତଦାନ ହେବାକୁ ଥିବା ବେଳେ ପର୍ଯ୍ୟାୟକ୍ରମେ ମେ’ ୨୦, ୨୫ ଏବଂ ଜୁନ୍ ୧ […]

Samaya Live Picture
Published On

ଭୁବନେଶ୍ୱର : ଚଳିତ ଲୋକସଭା ଓ ବିଧାନ ସଭା ନିର୍ବାଚନ -୨୦୨୪ ପାଇଁ ଛୁଟି ଘୋଷଣା କରିଛନ୍ତି ରାଜ୍ୟ ସରକାର ନିର୍ବାଚନ କାର୍ଯ୍ୟରେ ନିୟୋଜିତ ସରକାରୀ କର୍ମଚାରୀ ମାନଙ୍କ ପାଇଁ ଗୋଟିଏ ଦିନର ସ୍ୱତନ୍ତ୍ର ଛୁଟି ଘୋଷଣା ହୋଇଛି I

ଆସନ୍ତା ମାସରୁ ଓଡ଼ିଶାରେ ନିର୍ବାଚନ ଆରମ୍ଭ ହେବାକୁ ଯାଉଛି । ମେ’ ୧୩ ତାରିଖରେ ରାଜ୍ୟ ନିର୍ବାଚନର ପ୍ରଥମ ପର୍ଯ୍ୟାୟ ମତଦାନ ହେବାକୁ ଥିବା ବେଳେ ପର୍ଯ୍ୟାୟକ୍ରମେ ମେ’ ୨୦, ୨୫ ଏବଂ ଜୁନ୍ ୧ ତାରିଖରେ ଓଡ଼ିଶାରେ ନିର୍ବାଚନ ମତଦାନ କରାଯିବ । ତେଣୁ ସରକାରୀ କର୍ମଚାରୀମାନଙ୍କୁ ପର୍ଯ୍ୟାୟକ୍ରମେ ଭୋଟ ଦେବାକୁ ଛୁଟି ମଞ୍ଜୁର କରିଛନ୍ତି ରାଜ୍ୟ ସରକାର ।

ଲୋକସଭା ଓ ଓଡ଼ିଶା ବିଧାନ ସଭା ସାଧାରଣ ନିର୍ବାଚନ-୨୦୨୪ ପରିପ୍ରେକ୍ଷୀରେ ନିର୍ବାଚନ କାର୍ୟ୍ୟରେ ନିୟୋଜିତ ସରକାରୀ କର୍ମଚାରୀଙ୍କ ପାଇଁ ରାଜ୍ୟ ସରକାର ଗୋଟିଏ ଦିନ ସ୍ୱତନ୍ତ୍ର ସାମୟିକ ଛୁଟି ମଞ୍ଜୁର କରିଛନ୍ତି । ନିର୍ବାଚନ ପରିଚାଳନାରେ ନିୟୋଜିତ କର୍ମଚାରୀମାନେ ନିର୍ବାହ କରୁଥିବା କାର୍ୟ୍ୟ କଷ୍ଟକର ହୋଇଥାଏ। ଏହାକୁ ଦୃଷ୍ଟିରେ ରଖି ଯେଉଁ ସରକାରୀ କର୍ମଚାରୀମାନେ ସାଧାରଣ ନିର୍ବାଚନ, ୨୦୨୪ କାର୍ୟ୍ୟରେ ନିୟୋଜିତ ହେବେ, ସେମାନଙ୍କୁ ଡ୍ୟୁଟି ପରେ ଗୋଟିଏ ଦିନ ସ୍ୱତନ୍ତ୍ର ସାମୟିକ ଛୁଟି ଦିଆଯିବ। ସେହିପରି ଯେଉଁ ସରକାରୀ କର୍ମଚାରୀମାନଙ୍କୁ ସେମାନେ ଅବସ୍ଥାପିତ ମୁଖ୍ୟାଳୟଠାରୁ ଦୂରସ୍ଥାନରେ ଥିବା ନିଜ ମତଦାନ କେନ୍ଦ୍ରକୁ ଯାଇ ନିଜର ମତାଧିକାର ସାବ୍ୟସ୍ତ କରିବାର ଅଛି, ସେମାନଙ୍କୁ ପୂର୍ବ ନିର୍ବାଚନ ସମୟରେ ସର୍ବାଧିକ ଦୁଇଦିନ ପାଇଁ ସ୍ୱତନ୍ତ୍ର ସାମୟିକ ଛୁଟିକୁ ଅନୁମତି ପ୍ରଦାନ କରାଯାଇଛି ।

ଅନ୍ୟପକ୍ଷେ ଯେଉଁ ସରକାରୀ କର୍ମଚାରୀ ମାନେ ନିଜ ମତଦାନ କେନ୍ଦ୍ର ଠାରୁ ଦୂରରେ ଅଛନ୍ତି,ସେମାନଙ୍କୁ ଭୋଟ ଦେବାପାଇଁ ସେଠାକୁ ଯିବାକୁ ପଡୁଥିବାରୁ ଭୋଟ ଦିନ ମାନଙ୍କରେ ଆବଶ୍ୟକସ୍ଥଳେ ୨ ଦିନ ଅର୍ଥାତ ମତଦାନ ପୂର୍ବ ଦିନ ଓ ମତଦାନ ପରଦିନ ପାଇଁ ସ୍ୱତନ୍ତ୍ର ସାମୟିକ ଛୁଟି ଅନୁମତି ପ୍ରଦାନ କରାଯିବାକୁ ମଧ୍ୟ ମୁଖ୍ୟ ଶାସନ ସଚିବ ଚିଠି ଲେଖିଛନ୍ତି I ମଞ୍ଜୁର ହେବାକୁ ଥିବା ଏହି ଛୁଟି ଗୁଡିକୁ ସ୍ୱତନ୍ତ୍ର ସାମୟିକ ଛୁଟି ଭାବରେ ବିବେଚନା କରାଯିବ । କ୍ୟାଲେଣ୍ଡର ବର୍ଷରେ ଜଣେ ସରକାରୀ କର୍ମଚାରୀଙ୍କ ପାଇଁ ଗ୍ରହଣୀୟ ୧୫ଦିନର କାଜୁଆଲ ଛୁଟି ଏବଂ ସ୍ପେଶାଲ କାଜୁଆଲ ଛୁଟିର ସମୁଦାୟ ଅବଧିରେ ଏହାକୁ ସାମିଲ କରାଯିବ ନାହିଁ ।

Tags: