ମୁଖ୍ୟମନ୍ତ୍ରୀଙ୍କ ନିର୍ଦେଶ,ଜଟଣୀବାସୀଙ୍କୁ ମିଳିବ ଜମି ପଟ୍ଟା
ଭୁବନେଶ୍ୱର : ଜଟଣୀ ଖାସମାହଲ ଜମି ସମସ୍ୟାର ସମାଧାନ କରି ଲୋକଙ୍କୁ ପଟ୍ଟା ଦେବାପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ । ଅନେକ ଦିନ ଧରି ଜଟଣୀ ତହସିଲରେ ଖାସମାହଲ ଜମି ସମସ୍ୟା ଲାଗି ରହିଛି I ଏସଂକ୍ରାନ୍ତରେ ୫ଟି ସଚୀବଙ୍କ ଗସ୍ତ ସମୟରେ ସମସ୍ୟା ର ସମାଧାନ ପାଇଁ ଜନସାଧାରଣ ଜଣାଇ ଥିଲେ । ଏ ବିଷୟରେ ୫ଟି ସଚିବ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରାଇବା ପରେ, ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଆଜି ଏ ସଂପର୍କରେ ଏକ ଉଚ୍ଚସ୍ତରୀୟ ବୈଠକ […]
ଭୁବନେଶ୍ୱର : ଜଟଣୀ ଖାସମାହଲ ଜମି ସମସ୍ୟାର ସମାଧାନ କରି ଲୋକଙ୍କୁ ପଟ୍ଟା ଦେବାପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ । ଅନେକ ଦିନ ଧରି ଜଟଣୀ ତହସିଲରେ ଖାସମାହଲ ଜମି ସମସ୍ୟା ଲାଗି ରହିଛି I ଏସଂକ୍ରାନ୍ତରେ ୫ଟି ସଚୀବଙ୍କ ଗସ୍ତ ସମୟରେ ସମସ୍ୟା ର ସମାଧାନ ପାଇଁ ଜନସାଧାରଣ ଜଣାଇ ଥିଲେ । ଏ ବିଷୟରେ ୫ଟି ସଚିବ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରାଇବା ପରେ, ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଆଜି ଏ ସଂପର୍କରେ ଏକ ଉଚ୍ଚସ୍ତରୀୟ ବୈଠକ କରାଯାଇ ନିଷ୍ପତ୍ତି ନିଆଯାଇଛି । ବୈଠକରେ ୫ଟି ସଚିବ ଭି.କେ. ପାଣ୍ଡିଆନଙ୍କ ସହିତ, ମୁଖ୍ୟ ଶାସନ ସଚିବ ଶ୍ରୀ ପ୍ରଦିପ କୁମାର ଜେନା, ଉନ୍ନୟନ କମିଶନର ଶ୍ରୀମତୀ ଅନୁ ଗର୍ଗ, ରାଜସ୍ୱ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ, ଖୋର୍ଦ୍ଧା ଜିଲ୍ଲାପାଳ ଏବଂ ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ ।
ବୈଠକରେ ତିନି ମାସ ମଧ୍ୟରେ ଜମିଜମା ସମସ୍ୟାର ସ୍ଥାୟୀ ସମାଧାନ କରାଯାଇ ଆଗାମୀ ଡିସେମ୍ବରରେ ଲୋକଙ୍କୁ ପଟ୍ଟା ବଣ୍ଟନ କରିବାକୁ ଖୋର୍ଦ୍ଧା ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ଏହା ଦ୍ୱାରା ୫୩୭ ପରିବାର ଉପକାର ପାଇବେ। ସେହିପରି ଭୁବନେଶ୍ୱର ତହସିଲରେ ପତିତ ଜମିର ସତ୍ତ୍ୱ ନେଇ ଦୀର୍ଘ ୬୦ ବର୍ଷ ଧରି ସମସ୍ୟା ଲାଗି ରହିଛି । ଏ ସମ୍ପର୍କରେ ବିଭିନ୍ନ ରାଜସ୍ୱ ଅଦାଲତରେ ୧୦୫୪୩ଟି ମାମଲା ଚାଲିଛି। ଏହି ପତିତ ଜମି ସମ୍ପର୍କରେ ଗଠିତ ରାଜସ୍ୱ ବିଭାଗର ଟାସ୍କ ଫୋର୍ସ ଦ୍ୱାରା ନିର୍ଦ୍ଧାରିତ ଏସଓପି ଭିତ୍ତିରେ ଏ ସମସ୍ୟାର ସମାଧାନ କରାଯିବ ବୋଲି ବୈଠକରେ ନିଷ୍ପତ୍ତି ହୋଇଛି।




