ରାଜ୍ୟରେ ହ୍ରାସ ପାଉଛି କମୁଛି କରୋନା ସଂକ୍ରମଣ, ୨୪ ଘଣ୍ଟାରେ ୮୪୯ ସଂକ୍ରମିତ

ଭୁବନେଶ୍ୱର: ଅଗଷ୍ଟ ୨୬ : ଆଜି ରାଜ୍ୟରେ ୭୧,୨୩୧ ସ୍ୱାବ ଟେଷ୍ଟ ମଧ୍ୟରୁ ୮୪୯ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ୧୩୦ ଜଣ ୧୮ ବର୍ଷ ବୟସରୁ କମ୍‌ ବୟସର ପିଲା ରହିଛନ୍ତି । ନୂତନ ସଂକ୍ରମଣଙ୍କ ମଧ୍ୟରୁ ୪୯୨ ଜଣ କ୍ୱାରେଣ୍ଟିନରୁ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୩୫୭ ରହିଛି । ଏପର୍ଯ୍ୟନ୍ତ ରାଜ୍ୟରେ କରୋନାରେ ୧୦ ଲକ୍ଷ ୪ ହଜାର ୫୯ ଜଣ ଆକ୍ରାନ୍ତ ହୋଇସାରିଲେଣି । ସେହିପରି […]

Samaya Live Picture
Published On

ଭୁବନେଶ୍ୱର: ଅଗଷ୍ଟ ୨୬ : ଆଜି ରାଜ୍ୟରେ ୭୧,୨୩୧ ସ୍ୱାବ ଟେଷ୍ଟ ମଧ୍ୟରୁ ୮୪୯ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ୧୩୦ ଜଣ ୧୮ ବର୍ଷ ବୟସରୁ କମ୍‌ ବୟସର ପିଲା ରହିଛନ୍ତି । ନୂତନ ସଂକ୍ରମଣଙ୍କ ମଧ୍ୟରୁ ୪୯୨ ଜଣ କ୍ୱାରେଣ୍ଟିନରୁ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୩୫୭ ରହିଛି । ଏପର୍ଯ୍ୟନ୍ତ ରାଜ୍ୟରେ କରୋନାରେ ୧୦ ଲକ୍ଷ ୪ ହଜାର ୫୯ ଜଣ ଆକ୍ରାନ୍ତ ହୋଇସାରିଲେଣି ।
ସେହିପରି ୨୪ ଘଣ୍ଟାରେ ୭୨୧ ଜଣ କରୋନାରୁ ସୁସ୍ଥ ହୋଇଛନ୍ତି । ଏବେ ରାଜ୍ୟରେ ମୋଟ ସୁସ୍ଥଙ୍କ ସଂଖ୍ୟା ୯ ଲକ୍ଷ ୮୮ ହଜାର ୯୦ ରହିଥିଲାବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୮, ୨୮୮ ରହିଛି ।
୨୪ ଘଣ୍ଟାରେ ରାଜ୍ୟରେ ୬୬ ଜଣ କରୋନା ସଂକ୍ରମିତଙ୍କ ମୃତୁ୍ୟ ହୋଇଛି । ଏପର୍ଯ୍ୟନ୍ତ ରାଜ୍ୟରେ ୭ ହଜାର ୬୨୮ ଜଣଙ୍କ ମୃତୁ୍ୟ ହେଲାଣି ।
ଖୋର୍ଦ୍ଧାରେ ସର୍ବାଧିକ ୩୧୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତିି । ବଲାଙ୍ଗୀର ଓ ନବରଙ୍ଗପୁର ଜିଲ୍ଲାରୁ କୌଣସି ସଂକ୍ରମିତ ଚିହ୍ନଟ ହୋଇନାହାନ୍ତି ।
ଆଜିର ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳରୁ ୧୯, ବାଲେଶ୍ୱରରୁ ୪୮, ବରଗଡ଼ରୁ ୧୫, ଭଦ୍ରକରୁ ୯, ବୌଦ୍ଧରୁ ୧, କଟକରୁ ୧୧୫, ଦେଓଗଡ଼ରୁ ୯, ଢ଼େଙ୍କାନାଳରୁ ୧୪ , ଗଜପତିରୁ ୧, ଗଞ୍ଜାମରୁ ୬, ଜଗତସିଂହପୁରରୁ ୪୨ , ଯାଜପୁରରୁ ୪୨, ଝାରସୁଗୁଡ଼ାରୁ ୧, କଳାହାଣ୍ଡିରୁ ୩ , କନ୍ଧମାଳରୁ ୧ , କେନ୍ଦ୍ରାପଡ଼ାରୁ ୨୪, କେନ୍ଦୁଝରରୁ ୮, କୋରପୁଟରୁ ୫, ମାଲକାନଗିରିରୁ ୨, ମୟୁରଭଞ୍ଜରୁ ୨୬, ନୟାଗଡ଼ରୁ ୧୯, ପୁରୀରୁ ୨୨, ରାୟଗଡ଼ାରୁ ୨, ସମ୍ବଲପୁରରୁ ୨୦, ସୋନପୁରରୁ ୧, ସୁନ୍ଦରଗଡ଼ରୁ ୧୫ ଏବଂ ଷ୍ଟେଟ ପୁଲରୁ ୬୫ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।