ଲଘୁଚାପ ପ୍ରଭାବରେ ରାଜ୍ୟରେ ୪ ଦିନ ଧରି ଲାଗି ରହିବ ଲଗାଣ ବର୍ଷା

ଭୁବନେଶ୍ୱର : ଘୂର୍ଣ୍ଣିବଳୟ ପ୍ରଭାବରେ ସାରା ରାଜ୍ୟରେ ଜାରି ରହିଛି ପ୍ରବଳ ବର୍ଷା । ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଉତ୍ତର ଓଡ଼ିଶା ଗାଙ୍ଗେୟ ପଶ୍ଚିମବଙ୍ଗ ଉପକୂଳ ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ ଉପରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଲଘୁଚାପ ପ୍ରଭାବରେ ଆସନ୍ତା ୫ ଦିନ ଧରି ସାରା ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଆସନ୍ତା ୧୯ ତାରିଖ ବେଳକୁ ଆଉ ଏକ ଲଘୁଚାପର ସମ୍ଭାବନା ଥିବା ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ତେଣୁ […]

Samaya Live Picture
Published On

ଭୁବନେଶ୍ୱର : ଘୂର୍ଣ୍ଣିବଳୟ ପ୍ରଭାବରେ ସାରା ରାଜ୍ୟରେ ଜାରି ରହିଛି ପ୍ରବଳ ବର୍ଷା । ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଉତ୍ତର ଓଡ଼ିଶା ଗାଙ୍ଗେୟ ପଶ୍ଚିମବଙ୍ଗ ଉପକୂଳ ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ ଉପରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଲଘୁଚାପ ପ୍ରଭାବରେ ଆସନ୍ତା ୫ ଦିନ ଧରି ସାରା ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଆସନ୍ତା ୧୯ ତାରିଖ ବେଳକୁ ଆଉ ଏକ ଲଘୁଚାପର ସମ୍ଭାବନା ଥିବା ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ତେଣୁ ୨୦ରୁ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି ।

ଗତ ୨୪ ଘଣ୍ଟାରେ ରାଜ୍ୟରେ ୨୭.୩ ମି.ମି ବର୍ଷା ରେକର୍ଡ ହୋଇଛି, ଯାହା ସ୍ୱାଭାବିକ ବର୍ଷା ୧୩.୫ମି.ମି ତୁଳନାରେ ୧୦୩% ଅଧିକ। ଗତ ୨୪ ଘଣ୍ଟାରେ ହୋଇଥିବା ବର୍ଷା ପ୍ରଭାବରେ ୫% ନିଅଣ୍ଟିଆ ବର୍ଷା ଭରଣା ହୋଇଛି। ଝାରସୁଗୁଡ଼ା ଜିଲାର କିରମିରାରେ ସର୍ବାଧିକ ବର୍ଷା ୨୧୫ମି.ମି ରେକର୍ଡ ହୋଇଛି। ଏଥିସହିତ ଏହି ଜିଲାର ଲାଇକେରା ୧୮୪.୬, ଭଦ୍ରକ ୧୬୬, କୁଚିଣ୍ଡା ୧୬୦, ଧାମନଗର ୧୫୦, କୋଲାବିରା ୧୩୯, ବାଙ୍ଗିରପୋଷି ୧୩୮, ଜଗତସିଂହପୁର ୧୩୨.୬, କଣ୍ଟାପଡ଼ା ୧୩୧, ଝାରସୁଗୁଡ଼ା ୧୨୮.୪, ଲହୁଣିପରା ୧୨୦, ବଣାଇଗଡ଼ ୧୧୮, କପ୍ତିପଦା ୧୧୩ ଏବଂ ବାଲିଗୁଡ଼ା ୧୦୧ମି.ମି ବର୍ଷା ହୋଇଛି। ରବିବାର ଆକାଶ ମେଘୁଆ ରହିବା ସହ ଅଧିକାଂଶ ଅଞ୍ଚଳରେ ବର୍ଷା ହୋଇଥିଲା। ବୌଦ୍ଧରେ ସବୁଠୁ ଅଧିକ ୫୪ମି.ମି ବର୍ଷା ହୋଇଥିବା ବେଳେ ନୂଆପଡ଼ା, ପାରଳାଖେମୁଣ୍ଡି, ସମ୍ବଲପୁର, ସୁନ୍ଦରଗଡ଼, ତାଳଚେର, ବଲାଙ୍ଗୀର, ସୁବର୍ଣ୍ଣପୁର, ନୟାଗଡ଼, ନବରଙ୍ଗପୁର ଏବଂ ରାଉରକେଲାରେ ତୁହାକୁ ତୁହା ବର୍ଷା ହୋଇଛି।

ବର୍ଷା ପାଇଁ ଆଗାମୀ ୨୪ଘଣ୍ଟା ପାଇଁ ୧୫ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି । ସୁନ୍ଦରଗଡ଼, କେନ୍ଦୁଝର, ଝାରସୁଗୁଡ଼ା, ସମ୍ୱଲପୁର, ନୂଆପଡ଼ା, କନ୍ଧମାଳ, ବଲାଙ୍ଗିର, ସୁବର୍ଣ୍ଣପୁର, ଦେବଗଡ଼, ନବରଙ୍ଗପୁର. କୋରାପୁଟ, ମାଲକାନଗିରି, କଳାହାଣ୍ଡି ଓ ବରଗଡ଼ର କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲାରେ ୭ରୁ ୧୧ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।

Tags: