ସନ୍ଧ୍ୟାରେ କ୍ୟାବିନେଟ ବୈଠକ

ସନ୍ଧ୍ୟାରେ କ୍ୟାବିନେଟ ବୈଠକ
Samaya Live News Picture
Published On

ଭୁବନେଶ୍ୱର : ଶନିବାର ସନ୍ଧ୍ୟାରେ ବସିବ ଗୁରୁତ୍ୱପୂର୍ଣ୍ଣ କ୍ୟାବିନେଟ ବୈଠକ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ସଂଧ୍ୟା ୬ଟାରେ କ୍ୟାବିନେଟ ବୈଠକ ଅନୁଷ୍ଠିତ ହେବ ।  କ୍ୟାବିନେଟ୍ ବୈଠକରେ ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ମୋହର ବାଜିପାରେ ।

୨୦୩୬ ସୁଦ୍ଧା ଓଡ଼ିଶାକୁ ଏକ ବିକଶିତ ରାଜ୍ୟରେ ପରିଣତ କରିବାକୁ ଲକ୍ଷ୍ୟ ରଖିଛନ୍ତି ରାଜ୍ୟସରକାର । ଏହାକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ଶିକ୍ଷା, ସ୍ବାସ୍ଥ୍ୟ, ଭିତ୍ତିଭୂମିଠାରୁ ଆରମ୍ଭ କରି ବିଭିନ୍ନ କ୍ଷେତ୍ରରେ ରୋଡମ୍ୟାପ୍ ପ୍ରସ୍ତୁତ ହୋଇଛି ।

ସେହିପରି ଫେବୃୟାରୀ ମାସରେ ବସିଥିବା ରାଜ୍ୟ କ୍ୟାବିନେଟ୍‌ର ୩୬ତମ ବୈଠକରେ ତିନିଟି ବିଭାଗର ପାଞ୍ଚଟି ପ୍ରସ୍ତାବ ଆଗତ ହୋଇଥିଲା । ସେଥିରୁ ୪ଟି ପ୍ରସ୍ତାବକୁ ମଞ୍ଜୁରି ମିଳିଥିଲା । କ୍ୟାବିନେଟ୍ ବୈଠକରେ ଜଳ ସମ୍ପଦ ଓ ଶ୍ରମ–ESI ବିଭାଗ ସମ୍ବନ୍ଧୀୟ କେତେକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ମଞ୍ଜୁରି ମିଳିଥିଲା ।

 

Tags: