ସୃଷ୍ଟି ହେଲା ଲଘୁଚାପ,୨୪ ତାରିଖ ଯାଏଁ ବର୍ଷା
ଭୁବନେଶ୍ୱର : ବଙ୍ଗୋପସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ । ଏହି ଘୂର୍ଣ୍ଣିବଳୟ ପ୍ରଭାବରେ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାରୁ, ଆଜି ସକାଳ ଫରୁ ରାଜ୍ୟର ବିଭିନ୍ନ ସ୍ଥାନରେ ଝିପି ଝିପି ବର୍ଷା ଆରମ୍ଭ ହୋଇଛି । ଏହା ଆଗାମୀ ୨ ଦିନ ଯାଏଁ ପଶ୍ଚିମ ଉତ୍ତର-ପଶ୍ଚିମ ଦିଗ ଦେଇ ଗତି କରିବ । ଫଳରେ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ବିଶେଷ କରି ମାଲକାନଗିରି ଜିଲ୍ଲା ସମେତ ଦକ୍ଷିଣ […]
ଭୁବନେଶ୍ୱର : ବଙ୍ଗୋପସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ । ଏହି ଘୂର୍ଣ୍ଣିବଳୟ ପ୍ରଭାବରେ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାରୁ, ଆଜି ସକାଳ ଫରୁ ରାଜ୍ୟର ବିଭିନ୍ନ ସ୍ଥାନରେ ଝିପି ଝିପି ବର୍ଷା ଆରମ୍ଭ ହୋଇଛି । ଏହା ଆଗାମୀ ୨ ଦିନ ଯାଏଁ ପଶ୍ଚିମ ଉତ୍ତର-ପଶ୍ଚିମ ଦିଗ ଦେଇ ଗତି କରିବ । ଫଳରେ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ବିଶେଷ କରି ମାଲକାନଗିରି ଜିଲ୍ଲା ସମେତ ଦକ୍ଷିଣ ଓଡ଼ିଶାର ଅନେକ ସ୍ଥାନରେ ପ୍ରବଳ ବର୍ଷା ଆଶଙ୍କା ରହି ଥିବା ନେଇ ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି ।
ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ପାର୍ଶ୍ବବର୍ତ୍ତୀ ଓଡ଼ିଶା ଉପକୂଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହା ପ୍ରଭାବରେ ଆଗାମୀ ୪୮ ଘଣ୍ଟା ମଧ୍ୟରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛ। ତେବେ ରାଜ୍ୟରେ ଆଗାମୀ ୫ଦିନ ପର୍ଯ୍ୟନ୍ତ ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଓ ଅତିପ୍ରବଳ ବର୍ଷା ହେବାର ସମ୍ଭବନା ରହିଛି I ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗର ତତସଂଲଗ୍ନ ଉତ୍ତର ଆନ୍ଧ୍ର ଏବଂ ଦକ୍ଷିଣ ଓଡିଶା ଉପକୂଳରେ ବାୟୁମଣ୍ଡଳରେ ୭ ଦଶମିକ ୬ କିଲୋମିଟର ଉଚ୍ଚତା ଯାଏଁ ସକ୍ରିୟ ପ୍ରଭାବରେ ଉତ୍ତରପଶ୍ଚିମ ବଙ୍ଗୋପସାଗର ଅଂଚଳରେ ଲଘୁଚାପ କ୍ଷେତ୍ର ସମ୍ଭାବନା ରହିଛି । ଆସନ୍ତା ୪ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ଥିବା ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର।
ସେହିପରି ଆଜି ପାଇଁ କୋରପୁଟ, ନବରଙ୍ଗପୁର, ନୂଆପଡା ଓ କନ୍ଧମାଳ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। ସେହିପରି ପ୍ରବଳ ବର୍ଷା ପାଇଁ ପୁରୀ, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ, ଗଜପତି, ରାୟଗଡା, କଟକ, ବୌଦ୍ଧ, ସୋନପୁର, ବଲାଙ୍ଗିର ଓ ବରଗଡ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି ଭଳି ପାହାଡିଆ ଅଞ୍ଚଳରେ ଭୂସ୍ଖଳନ ଆଶଙ୍କା ରହିଛି।
ସେପଟେ ଦକ୍ଷିଣ ଓଡ଼ିଶାରେ ବର୍ଷା ବିତ୍ପାତ ଦେଖାଦେଇଛି । ଲଘୁଚାପ ଜନିତ ଲଗାଣ ବର୍ଷାରେ ବେହାଲ ହୋଇଛି ମାଲକାନଗିରି ଓ ଗଜପତି ଜିଲ୍ଲା । ଲଘୁଚାପ ପ୍ରଭାବରେ ଓଡିଶା ଉପକୂଳ ତଥା ପାଶ୍ୱବର୍ତ୍ତୀ ଉତ୍ତରପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ଝଡ଼ପବନ ତଥା ଝଟକା ପବନର ଘଣ୍ଟାପ୍ରତି ବେଗ ୪୦ ରୁ ୫୦ କିଲୋମିଟର ସମ୍ଭାବନା ଥିବାରୁ ସମୁଦ୍ର ଅଶାନ୍ତ ରହିବା ସମ୍ଭାବନା ରହିଛି । ମତ୍ସ୍ୟଜୀବୀମାନଙ୍କୁ ଆଜିଠୁ ୨୨ ଯାଏଁ ସମୁଦ୍ରକୁ ବାରଣ କରାଯାଇଛି ।




