୨୩ରେ ବିଧାନସଭା ଘେରିବ ବିଜେଡି

ଭୁବନେଶ୍ୱର : ଆସନ୍ତା ୨୩ ତାରିଖରେ ବିଜେଡି ପକ୍ଷରୁ ବିଧାନସଭା ଘେରାଉ କରାଯିବ । ତ୍ରିସ୍ତରୀୟ ପଞ୍ଚାୟତିରାଜ ବ୍ୟବସ୍ଥାରେ ଜନ ପ୍ରତିନିଧିଙ୍କ କ୍ଷମତାକୁ ସଙ୍କୁଚିତ କରିବା ଓ ହଡପ କରିବା ଅଭିଯୋଗରେ ବିଧାନସଭା ଘେରାଉ କରିବ ବିଜେଡି । ଏଥିରେ ସରପଞ୍ଚ, ୱାର୍ଡମେମ୍ବର, ସମିତି ସଭ୍ୟ, ଜିଲ୍ଲା ପରିଷଦ ସଦସ୍ୟ, ବ୍ଲକ ଅଧ୍ୟକ୍ଷ, ଜିଲ୍ଲା ପରିଷଦ ଅଧ୍ୟକ୍ଷ, ଗ୍ରାମର ମୁଖିଆ ତଥା ଅନ୍ୟ ଜନ ପ୍ରତିନିଧି ସାମିଲ ହେବେ । ଆଜି ସାମ୍ବାଦିକ ସମ୍ମିଳନୀରେ ବିଜେଡି ପକ୍ଷରୁ […]

୨୩ରେ ବିଧାନସଭା ଘେରିବ ବିଜେଡି
Samaya Live Picture
Published On

ଭୁବନେଶ୍ୱର : ଆସନ୍ତା ୨୩ ତାରିଖରେ ବିଜେଡି ପକ୍ଷରୁ ବିଧାନସଭା ଘେରାଉ କରାଯିବ । ତ୍ରିସ୍ତରୀୟ ପଞ୍ଚାୟତିରାଜ ବ୍ୟବସ୍ଥାରେ ଜନ ପ୍ରତିନିଧିଙ୍କ କ୍ଷମତାକୁ ସଙ୍କୁଚିତ କରିବା ଓ ହଡପ କରିବା ଅଭିଯୋଗରେ ବିଧାନସଭା ଘେରାଉ କରିବ ବିଜେଡି । ଏଥିରେ ସରପଞ୍ଚ, ୱାର୍ଡମେମ୍ବର, ସମିତି ସଭ୍ୟ, ଜିଲ୍ଲା ପରିଷଦ ସଦସ୍ୟ, ବ୍ଲକ ଅଧ୍ୟକ୍ଷ, ଜିଲ୍ଲା ପରିଷଦ ଅଧ୍ୟକ୍ଷ, ଗ୍ରାମର ମୁଖିଆ ତଥା ଅନ୍ୟ ଜନ ପ୍ରତିନିଧି ସାମିଲ ହେବେ । ଆଜି ସାମ୍ବାଦିକ ସମ୍ମିଳନୀରେ ବିଜେଡି ପକ୍ଷରୁ ଏହା ଘୋଷଣା କରାଯାଇଛି । ସାମ୍ବାଦିକ ସମ୍ମିଳନୀରେ ବିଜେଡିର ବରିଷ୍ଠ ଉପସଭାପତି ଦେବୀ ପ୍ରସାଦ ମିଶ୍ର, ବିଧାୟକ ଅରୁଣ ସାହୁ ଓ ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ ଉପସ୍ଥିତ ରହି ବିଜେପିକୁ ଟାର୍ଗେଟ କରିଛନ୍ତି। ସାମ୍ବାଦିକ ସମ୍ମିଳନୀରେ ଗଣତନ୍ତ୍ରକୁ ହତ୍ୟା କରି କର୍ମୀ ପୋଷିବା ଯୋଜନା ବନ୍ଦ କରିବାକୁ ଚେତାବନୀ ଦେଇଛି ବିଜେଡି। ସମ୍ମିଳନୀରେ ଆହୁରି କୁହାଯାଇଛି ଯେ, “ବିକଶିତ ଓଡ଼ିଶା ନାଁରେ ଆଉ ଏକ ପ୍ରକଳ୍ପ କରି ତାକୁ ବି ଦିଆଯାଉ ନାହିଁ। ତଳ ସ୍ତରରେ ଚାପ ସୃଷ୍ଟି କରାଯାଇ ପଂଚାୟତ ସ୍ତରର ନେତାଙ୍କୁ ବିଲ ଦିଆଗଲା ନାହିଁ । ପଞ୍ଚାୟତିରାଜ ବ୍ୟବସ୍ଥାକୁ ଧ୍ୱଂସ କରାଯାଉଛି। ବିଜେଡି ନିରବ ଦ୍ରଷ୍ଟା ହୋଇ ରହିବ ନାହିଁ।

Tags: