୨୪ ଘଣ୍ଟାରେ ରାଜ୍ୟରେ ୧,୧୩୨ କରୋନା ସଂକ୍ରମିତ, ୧,୨୪୩ ସୁସ୍ଥ

ଭୁବନେଶ୍ୱର: ଅଗଷ୍ଟ ୧୪ : ଗତ ୨୪ ଘଣ୍ଟାରେ ରାଜ୍ୟରେ ନୂଆ କରୋନା ଆକ୍ରାନ୍ତଙ୍କ ଅପେକ୍ଷା ସୁସ୍ଥମାନଙ୍କ ସଂଖ୍ୟା ଅଧିକ ରହିଛି । ଯାହା ଏକ ଆଶ୍ୱସ୍ତିକର କଥା । ଗତ ୨୪ ଘଣ୍ଟାରେ ରାଜ୍ୟରେ ୬୮,୮୭୨ ନୂଆ ସ୍ୱାବ ଟେଷ୍ଟ ମଧ୍ୟରୁ ୧,୧୩୨ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୬୫୭ ଜଣ କ୍ୱାରେଣ୍ଟିନରୁ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୪୭୫ ରହିଛି । ଏମାନଙ୍କୁ ମିଶାଇ ଏପର୍ଯ୍ୟନ୍ତ ରାଜ୍ୟରେ କରୋନାରେ […]

Samaya Live Picture
Published On

ଭୁବନେଶ୍ୱର: ଅଗଷ୍ଟ ୧୪ : ଗତ ୨୪ ଘଣ୍ଟାରେ ରାଜ୍ୟରେ ନୂଆ କରୋନା ଆକ୍ରାନ୍ତଙ୍କ ଅପେକ୍ଷା ସୁସ୍ଥମାନଙ୍କ ସଂଖ୍ୟା ଅଧିକ ରହିଛି । ଯାହା ଏକ ଆଶ୍ୱସ୍ତିକର କଥା ।
ଗତ ୨୪ ଘଣ୍ଟାରେ ରାଜ୍ୟରେ ୬୮,୮୭୨ ନୂଆ ସ୍ୱାବ ଟେଷ୍ଟ ମଧ୍ୟରୁ ୧,୧୩୨ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୬୫୭ ଜଣ କ୍ୱାରେଣ୍ଟିନରୁ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୪୭୫ ରହିଛି । ଏମାନଙ୍କୁ ମିଶାଇ ଏପର୍ଯ୍ୟନ୍ତ ରାଜ୍ୟରେ କରୋନାରେ ୯ ଲକ୍ଷ ୯୩ ହଜାର ୫୦୭ ଜଣ ଆକ୍ରାନ୍ତ ହୋଇସାରିଲେଣି ।
ସେହିପରି ୨୪ ଘଣ୍ଟାରେ ୧, ୨୪୩ ଜଣ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି । ଏବେ ରାଜ୍ୟରେ ମୋଟ୍‌ ସୁସ୍ଥଙ୍କ ସଂଖ୍ୟା ୯ ଲକ୍ଷ ୭୫ ହଜାର ୯୯୯ ରହିଥିଲା ବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୧୦,୬୩୨ ରହିଛି ।
୨୪ ଘଣ୍ଟାରେ ରାଜ୍ୟରେ ୬୬ ଜଣ କରୋନା ଆକ୍ରାନ୍ତଙ୍କ ମୃତୁ୍ୟ ହୋଇଛି । ଏମାନଙ୍କୁ ମିଶାଇ ଏପର୍ଯ୍ୟନ୍ତ ରାଜ୍ୟରେ ୬ ହଜାର ୮୨୩ ଜଣଙ୍କ ମୃତ୍ୟ ହୋଇସାରିଲାଣି ।
ଖୋର୍ଦ୍ଧାରେ ସର୍ବାଧିକ ୪୧୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତିି ।
ଆଜିର ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳରୁ ୨୫, ବାଲେଶ୍ୱରରୁ ୭୦, ବରଗଡ଼ରୁ ୧୦, ଭଦ୍ରକରୁ ୧୪, ବଲାଙ୍ଗିରରୁ ୭, ବୌଦ୍ଧରୁ ୪, କଟକରୁ ୧୯୭, ଦେଓଗଡ଼ରୁ ୪, ଢ଼େଙ୍କାନାଳରୁ ୧୧, ଗଜପତିରୁ ୬, ଗଞ୍ଜାମରୁ ୨, ଜଗତସିଂହପୁରରୁ ୪୨ , ଯାଜପୁରରୁ ୨୯, ଝାରସୁଗୁଡ଼ାରୁ ୧, କଳାହାଣ୍ଡିରୁ ୭, କନ୍ଧମାଳରୁ ୪ , କେନ୍ଦ୍ରାପଡ଼ାରୁ ୨୭, କେନ୍ଦୁଝରରୁ ୧୫, କୋରାପୁଟରୁ ୩, ମାଲକାନଗିରିରୁ ୧୦, ମୟୁରଭଞ୍ଜରୁ ୪୦, ନବରଙ୍ଗପୁରରୁ ୧, ନୟାଗଡ଼ରୁ ୩୧, ପୁରୀରୁ ୨୨, ରାୟଗଡ଼ାରୁ ୭, ସମ୍ବଲପୁରରୁ ୧୫,ସୋନପୁରରୁ ୧, ସୁନ୍ଦରଗଡ଼ରୁ ୨୩ ଏବଂ ଷ୍ଟେଟ ପୁଲରୁ ୯୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।