୫ ଜିଲ୍ଲାରେ ଅରେଞ୍ଜ ୱାର୍ଣ୍ଣିଂ; ସୋମବାର ପ୍ରବଳ ବର୍ଷିବ

ଭୁବନେଶ୍ୱର : ଜୁଲାଇ ୫ :୫ ଜିଲ୍ଲାକୁ ଦିଆଯାଇଛି ଅରେଞ୍ଜ ୱାର୍ଣ୍ଣିଂ । ଏହିସବୁ ଜିଲ୍ଲାକୁ ୨୪ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ସୂତରାଂ ସତର୍କ ରହିବାକୁ ପରାମର୍ଶ ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ବର୍ଷା ହେବାକୁ ଥିବା ଜିଲ୍ଲା ଗୁଡ଼ିକ ମଧ୍ୟରେ ରହିଛି, ଯାଜପୁର, ସୋନପୁର, ସମ୍ବଲପୁର, ଭଦ୍ରକ ଏବଂ ବରଗଡ଼ । ଅପରପକ୍ଷରେ ସୋମବାର ସୁଦ୍ଧା ରାଜ୍ୟର କଟକ, କେନ୍ଦ୍ରାପଡ଼ା, ବାଲେଶ୍ୱର, ଙ୍କୋନାଳ, ଅନୁଗୁଳ, କେନ୍ଦୁଝର, ମୟୂରଭଞ୍ଜ, ଦେବଗଡ଼, […]

Samaya Live Picture
Published On

ଭୁବନେଶ୍ୱର : ଜୁଲାଇ ୫ :୫ ଜିଲ୍ଲାକୁ ଦିଆଯାଇଛି ଅରେଞ୍ଜ ୱାର୍ଣ୍ଣିଂ । ଏହିସବୁ ଜିଲ୍ଲାକୁ ୨୪ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ସୂତରାଂ ସତର୍କ ରହିବାକୁ ପରାମର୍ଶ ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ବର୍ଷା ହେବାକୁ ଥିବା ଜିଲ୍ଲା ଗୁଡ଼ିକ ମଧ୍ୟରେ ରହିଛି, ଯାଜପୁର, ସୋନପୁର, ସମ୍ବଲପୁର, ଭଦ୍ରକ ଏବଂ ବରଗଡ଼ । ଅପରପକ୍ଷରେ ସୋମବାର ସୁଦ୍ଧା ରାଜ୍ୟର କଟକ, କେନ୍ଦ୍ରାପଡ଼ା, ବାଲେଶ୍ୱର, ଙ୍କୋନାଳ, ଅନୁଗୁଳ, କେନ୍ଦୁଝର, ମୟୂରଭଞ୍ଜ, ଦେବଗଡ଼, ଝାରସୁଗୁଡ଼ା, କୋରାପୁଟ, ମାଲକାନଗିରି ଏବଂ କଳାହାଣ୍ଡି ଭଳି ଜିଲ୍ଲା ଗୁଡ଼ିକରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ କାଳବୈଶାଖୀ ଜନିତ ଘୂର୍ଣ୍ଣିଝଡ଼ ସହ କୁଆ ବର୍ଷା ହେବାର ପୂର୍ବାନୁମାନ କରିଛି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ।