୯ ପରିବର୍ତ୍ତେ ମେ ୪ ମୟୁରଭଞ୍ଜ ଆସିବେ ରାଷ୍ଟ୍ରପତି

ବାରିପଦା : ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ମୟୂରଭଞ୍ଜ ଗସ୍ତ କାର୍ଯ୍ୟକ୍ରମରେ ପରିବର୍ତ୍ତନ ହୋଇଛି। ମେ ୯ ତାରିଖ ପରିବର୍ତ୍ତେ ୪ ତାରିଖରେ ମୟୂରଭଞ୍ଜ ଆସିବେ ରାଷ୍ଟ୍ରପତି। ୪ ତାରିଖରେ ରାଇରଙ୍ଗପୁରରେ ପହଞ୍ଚିବା ପରେ ପୂର୍ବରୁ ସ୍ଥିରୀକୃତ ହୋଇଥିବା କାର୍ଯ୍ୟକ୍ରମରେ ଯୋଗ ଦେବେ। ସେହି ରାତିରେ ବାରିପଦା ଆସି ସର୍କିଟ୍‌ ହାଉସ୍‌ରେ ରହିବେ। ୬ ତାରିଖରେ ବାରିପଦାସ୍ଥିତ ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ବବିଦ୍ୟାଳୟ ସମାବର୍ତ୍ତନ ଉତ୍ସବରେ ଯୋଗ ଦେବେ। ଏ ସଂକ୍ରାନ୍ତରେ ରାଷ୍ଟ୍ରପତିଙ୍କ ବ୍ୟକ୍ତିଗତ ସଚିବ ଆଜି ଫୋନ୍‌ […]

Samaya Live Picture
Published On

ବାରିପଦା : ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ମୟୂରଭଞ୍ଜ ଗସ୍ତ କାର୍ଯ୍ୟକ୍ରମରେ ପରିବର୍ତ୍ତନ ହୋଇଛି। ମେ ୯ ତାରିଖ ପରିବର୍ତ୍ତେ ୪ ତାରିଖରେ ମୟୂରଭଞ୍ଜ ଆସିବେ ରାଷ୍ଟ୍ରପତି। ୪ ତାରିଖରେ ରାଇରଙ୍ଗପୁରରେ ପହଞ୍ଚିବା ପରେ ପୂର୍ବରୁ ସ୍ଥିରୀକୃତ ହୋଇଥିବା କାର୍ଯ୍ୟକ୍ରମରେ ଯୋଗ ଦେବେ। ସେହି ରାତିରେ ବାରିପଦା ଆସି ସର୍କିଟ୍‌ ହାଉସ୍‌ରେ ରହିବେ। ୬ ତାରିଖରେ ବାରିପଦାସ୍ଥିତ ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ବବିଦ୍ୟାଳୟ ସମାବର୍ତ୍ତନ ଉତ୍ସବରେ ଯୋଗ ଦେବେ।

ଏ ସଂକ୍ରାନ୍ତରେ ରାଷ୍ଟ୍ରପତିଙ୍କ ବ୍ୟକ୍ତିଗତ ସଚିବ ଆଜି ଫୋନ୍‌ ଯୋଗେ ଅବଗତ କରିଥିବା କହିଛନ୍ତି କୁଳପତି ପ୍ରଫେସର ସନ୍ତୋଷ କୁମାର ତ୍ରିପାଠୀ। କାର୍ଯ୍ୟକ୍ରମ ସଅଳ ହେବାକୁ ଥିବାରୁ ଆଗୁଆ ପ୍ରସ୍ତୁତ ହେଉଛୁ ବୋଲି କୁଳପତି ପ୍ରଫେସର ତ୍ରିପାଠୀ କହିଛନ୍ତି। ରାଷ୍ଟ୍ରପତିଙ୍କ ଗସ୍ତକୁ ସଫଳ କରିବା ପାଇଁ ଜିଲ୍ଲା ପ୍ରଶାସନ ମଧ୍ୟ ସମସ୍ତ ବ୍ୟବସ୍ଥା କରୁଛି ବୋଲି ଅତିରିକ୍ତ ଜିଲ୍ଲାପାଳ ରୁଦ୍ରନାରାୟଣ ମହାନ୍ତି ସୂଚନା ଦେଇଛନ୍ତି।

ସୂଚନାନୁସାରେ,ପୂର୍ବରୁ ମେ ୯ ତାରିଖରେ ରାଷ୍ଟ୍ରପତି ବିଶ୍ବବିଦ୍ୟାଳୟ ସମାବର୍ତ୍ତନ ଉତ୍ସବକୁ ଆସିବାର ଥିଲା। ଏ ନେଇ ଗତ ୨୦ ତାରିଖରେ ରାଷ୍ଟ୍ରପତି ଭବନରୁ ସୂଚନା ଦିଆଯାଇଥିଲା। କିନ୍ତୁ ବର୍ତ୍ତମାନ ରାଷ୍ଟ୍ରପତି ଭବନ ପକ୍ଷରୁ ଏହି କାର୍ଯ୍ୟସୂଚୀରେ ପରିବର୍ତନ କରାଯାଇ ଏହାକୁ ମେ ମାସ ୪ ତାରିଖ କରାଯାଇଛି I

Tags: