ଡମ୍ପର ପଛରେ ଆମ୍ବୁଲାନ୍ସ ପିଟି ହୋଇ ୧ ମୃତ,୩ ଗୁରୁତର

ଯାଜପୁର: ଯାଜପୁର ଜିଲ୍ଲା NH 16 ଚଣ୍ଡିଖୋଲ ଛକ ନିକଟସ୍ଥ ନେଉଳପୁର ରେଲୱେ ଓଭରବ୍ରିଜ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା । ଡମ୍ପରକୁ ପିଟିଲା ଆମ୍ବୁଲାନ୍ସ । ଘଟଣାସ୍ଥଳରେ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ୩ ଜଣ ଗୁରୁତର ଆହତ ହୋଇଛନ୍ତି । ସମସ୍ତ ମୃତାହତ ପଶ୍ଚିମବଙ୍ଗ ମେଦିନୀପୁର ଅଂଚଳର ବୋଲି ସୂଚନା ମିଳିଛି । ଦୁର୍ଘଟଣା ଏତେ ଭୟଙ୍କର ଥିଲା ଯେ ଆମ୍ବୁଲାନ୍ସର ସାମ୍ନା ପଟ ସଂପୂର୍ଣ୍ଣ ଭାଙ୍ଗି ଚୁରମାର ହୋଇଯାଇଛି । ସୂଚନା ଅନୁଯାୟୀ, ପଶ୍ଚିମବଙ୍ଗରୁ ଏକ […]

Samaya Live Picture
Published On

ଯାଜପୁର: ଯାଜପୁର ଜିଲ୍ଲା NH 16 ଚଣ୍ଡିଖୋଲ ଛକ ନିକଟସ୍ଥ ନେଉଳପୁର ରେଲୱେ ଓଭରବ୍ରିଜ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା । ଡମ୍ପରକୁ ପିଟିଲା ଆମ୍ବୁଲାନ୍ସ । ଘଟଣାସ୍ଥଳରେ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ୩ ଜଣ ଗୁରୁତର ଆହତ ହୋଇଛନ୍ତି । ସମସ୍ତ ମୃତାହତ ପଶ୍ଚିମବଙ୍ଗ ମେଦିନୀପୁର ଅଂଚଳର ବୋଲି ସୂଚନା ମିଳିଛି । ଦୁର୍ଘଟଣା ଏତେ ଭୟଙ୍କର ଥିଲା ଯେ ଆମ୍ବୁଲାନ୍ସର ସାମ୍ନା ପଟ ସଂପୂର୍ଣ୍ଣ ଭାଙ୍ଗି ଚୁରମାର ହୋଇଯାଇଛି ।

ସୂଚନା ଅନୁଯାୟୀ, ପଶ୍ଚିମବଙ୍ଗରୁ ଏକ ଆମ୍ବୁଲାନ୍ସଟି ରୋଗୀ ନେଇ ଭୁବନେଶ୍ୱର ଯାଉଥିବା ବେଳେ ନେଉଳପୁର ରେଲୱେ ଓଭରବ୍ରିଜ ପାଖରେ ଛିଡା ହୋଇଥିବା ଏକ ଡମ୍ଫରକୁ ଧକ୍କା ଦେଇଥିଲା । ଫଳରେ ଆମ୍ବୁଲାନ୍ସରେ ଥିବା ରୋଗୀ ସହ ଚାରି ଜଣଙ୍କ ମଧ୍ୟରୁ ଜଣକର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ତିନି ଜଣ ଗୁରୁତର ହୋଇଛନ୍ତି। ଘଟଣା ସ୍ଥଳରେ ଚଣ୍ଡିଖୋଲ ଅଗ୍ନିଶମ ବାହିନୀ ପହଂଚି ଗୁରୁତରଙ୍କୁ ମେଡିକାଲରେ ଭର୍ତ୍ତି କରିଛି । ଡ୍ରାଇଭରର ଆଖି ଲାଗି ଯାଇଥିବାରୁ ଏହି ଦୁର୍ଘଟଣା ଘଟିଥିବା ସନ୍ଦେହ କରାଯାଉଛି । ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରୁଛି।

Tags: