ସୁନ୍ଦରଗଡ଼ରେ ପୁଣି ୧୦ ସ୍କ୍ରବ ଟାଇଫସ ଆକ୍ରାନ୍ତ ଚିହ୍ନଟ

ସୁନ୍ଦରଗଡ଼ : ସୁନ୍ଦରଗଡ଼ରେ ସଙ୍ଗୀନ ହେବାରେ ଲାଗିଛି ସ୍କ୍ରବ୍ ଟାଇଫସ୍ ସଂକ୍ରମଣ । ଆଜି ପୁଣି ୧୦ ସ୍କ୍ରବ୍ ଟାଇଫସ୍ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଗତକାଲି ୫୯ ଟି ନମୁନା ପରୀକ୍ଷା କରିଥିବା ବେଳେ ୧୦ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ବର୍ତ୍ତମାନ ସୁଦ୍ଧା ସୁନ୍ଦରଗଡ଼ ଜିଲ୍ଲାରେ ୧୯୩ ଜଣ ସ୍କ୍ରବ୍ ଟାଇଫସ୍ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ମୋଟ ଆକ୍ରାନ୍ତଙ୍କ ମଧ୍ୟରୁ ରାଉରକେଲା ଅର୍ବାନରୁ ୨୦ ଓ ସୁନ୍ଦରଗଡ ଅର୍ବାନରୁ ୧୪ଟି କେସ୍ […]

Samaya Live Picture
Published On

ସୁନ୍ଦରଗଡ଼ : ସୁନ୍ଦରଗଡ଼ରେ ସଙ୍ଗୀନ ହେବାରେ ଲାଗିଛି ସ୍କ୍ରବ୍ ଟାଇଫସ୍ ସଂକ୍ରମଣ । ଆଜି ପୁଣି ୧୦ ସ୍କ୍ରବ୍ ଟାଇଫସ୍ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଗତକାଲି ୫୯ ଟି ନମୁନା ପରୀକ୍ଷା କରିଥିବା ବେଳେ ୧୦ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ବର୍ତ୍ତମାନ ସୁଦ୍ଧା ସୁନ୍ଦରଗଡ଼ ଜିଲ୍ଲାରେ ୧୯୩ ଜଣ ସ୍କ୍ରବ୍ ଟାଇଫସ୍ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ମୋଟ ଆକ୍ରାନ୍ତଙ୍କ ମଧ୍ୟରୁ ରାଉରକେଲା ଅର୍ବାନରୁ ୨୦ ଓ ସୁନ୍ଦରଗଡ ଅର୍ବାନରୁ ୧୪ଟି କେସ୍ ରହିଛି। ଏନେଇ ସୂଚନା ଦେଇଛନ୍ତି ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ।

ସେହିପରି ମଝାପଡାରୁ ଅନେକ ପଜିଟିଭ୍ ଚିହ୍ନଟ ହୋଇଥିବା କହିଛନ୍ତି ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ । ସେ କହିଛନ୍ତି, ହସ୍ପିଟାଲରେ ପର୍ଯ୍ୟାପ୍ତ ପରିମାଣର ଔଷଧ ମହଜୁଦ ରଖାଯାଇଛି । ଏହା ସହ ସ୍ୱତନ୍ତ୍ର ଡାକ୍ତରୀ ଦଳ ପ୍ରସ୍ତୁତ ହୋଇରହିଛନ୍ତି । ସେହିଭଳି ଜିଲ୍ଲପାଳଙ୍କ ସ୍ତରରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଛି । ଜିଲ୍ଲାର ସମସ୍ତ ଏଏନଏମ , ପିଏସଚସି ଓ ସିଏଚସି ଏବଂ ଜିଲ୍ଲା ମୁଖ୍ୟଚିକିତ୍ସାଳୟର ସ୍ଥିତିକୁ ନଜରରେ ରଖି ତ୍ୱରିତ ବ୍ୟବସ୍ଥା ଗ୍ରହଣ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ଜିଲ୍ଲାପାଳ ।

ସେହିପରି ବରଗଡ଼ ଜିଲ୍ଲାରେ ୧୨ ରୋଗୀ ସ୍କ୍ରବ୍‌ ଟାଇଫ୍‌ସରେ ଚିହ୍ନଟ ହୋଇଥିବା ବେଳେ ସେଥିରୁ ୬ ଜଣଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି ।

ସୂଚନାନୁସାରେ,ଚିଗର ନାମକ ଏକ ପୋକ କାମୁଡ଼ିଲେ ସ୍କ୍ରବ ଟାଇଫସ ରୋଗ ହୋଇଥାଏ। ପ୍ରଥମେ ରୋଗୀ ଶରୀରରେ ଘା ଭଳି ହୁଏ । ଘା ଚାରିପାଖ ନାଲି ପଡ଼ିଯାଏ। ଧୀରେ ଧୀରେ ମଝି ଅଂଶ କଳା ପଡ଼ିଯାଇ ସ୍କିନ ଡେଡ଼ ହୋଇଯାଏ । ରୋଗୀଙ୍କୁ ଜ୍ୱର ହେବା ସହ ଦେହ ହାତ ଘୋଳାବିନ୍ଧା ହୁଏ । ବିଶେଷକରି ଏହି ପୋକ ଚାଷ ଜମି ଅଂଚଳରେ ଅଧିକ ମାତ୍ରାରେ ଦେଖାଯାଏ I ଏଭଳି ଲକ୍ଷଣ ଦେଖାଗଲେ, ତୁରନ୍ତ ସ୍କ୍ରବ ଟାଇଫସ ପରୀକ୍ଷା କରାଇ ନେବାକୁ ପରାମର୍ଶ ଦିଆଯାଇଛି ।

 

Tags: