ପୋଲିସ ଏସ୍ଆଇ ନିଯୁକ୍ତି ପରୀକ୍ଷା ଜାଲିଆତି ମାମଲାରେ ୧୧୪ ଜଣଙ୍କୁ ମିଳିଲା ଜାମିନ
ବ୍ରହ୍ମପୁର : ପୋଲିସ ଏସ୍ଆଇ ନିଯୁକ୍ତି ପରୀକ୍ଷା ଜାଲିଆତି ମାମଲା । ଗିରଫ ହୋଇଥିବା ୧୧୪ ଜଣଙ୍କୁ ମିଳିଲା ଜାମିନ। ୫୦ ହଜାର ଟଙ୍କା ଓ ଦୁଇ ଜାମିନଦାରଙ୍କ ମୁଚାଲିକାରେ ଜାମିନ ମିଳିଛି। ସ୍ୱତନ୍ତ୍ର ଭିଜିଲାନ୍ସ କୋର୍ଟ ଏହି ଜାମିନ ପ୍ରଦାନ କରିଛନ୍ତି । ଏ ନେଇ ହାଇକୋର୍ଟ ଓକିଲ ବିରଞ୍ଚି ନାରାୟଣ ମହାପାତ୍ର ସୂଚନା ପ୍ରଦାନ କରିଛନ୍ତି । ଏହି ଘଟଣାରେ ୧୨୦ ଜଣଙ୍କୁ ଗିରଫ କରାଯାଇଥିଲା। ସେମାନଙ୍କ ମଧ୍ୟରୁ ୧୧୪ ଜଣଙ୍କ ଜାମିନ ମଞ୍ଜୁର […]
ବ୍ରହ୍ମପୁର : ପୋଲିସ ଏସ୍ଆଇ ନିଯୁକ୍ତି ପରୀକ୍ଷା ଜାଲିଆତି ମାମଲା । ଗିରଫ ହୋଇଥିବା ୧୧୪ ଜଣଙ୍କୁ ମିଳିଲା ଜାମିନ। ୫୦ ହଜାର ଟଙ୍କା ଓ ଦୁଇ ଜାମିନଦାରଙ୍କ ମୁଚାଲିକାରେ ଜାମିନ ମିଳିଛି। ସ୍ୱତନ୍ତ୍ର ଭିଜିଲାନ୍ସ କୋର୍ଟ ଏହି ଜାମିନ ପ୍ରଦାନ କରିଛନ୍ତି । ଏ ନେଇ ହାଇକୋର୍ଟ ଓକିଲ ବିରଞ୍ଚି ନାରାୟଣ ମହାପାତ୍ର ସୂଚନା ପ୍ରଦାନ କରିଛନ୍ତି । ଏହି ଘଟଣାରେ ୧୨୦ ଜଣଙ୍କୁ ଗିରଫ କରାଯାଇଥିଲା। ସେମାନଙ୍କ ମଧ୍ୟରୁ ୧୧୪ ଜଣଙ୍କ ଜାମିନ ମଞ୍ଜୁର ହୋଇଛି। ଏମାନଙ୍କ ବେଲ୍ ପାଇଁ ୪୦ଜଣ ଓକିଲ ଆବେଦନ କରିଥିଲେ ।
ଓଡ଼ିଶାରୁ ବିଜୟୱାଡା ଯିବାବେଳେ ସମସ୍ତଙ୍କୁ ଗିରଫ କରିଥିଲା ବ୍ରହ୍ମପୁର ପୋଲିସ । ଦଲାଲ ମୁନ୍ନା ମହାନ୍ତିଙ୍କ ସମେତ ୯ ଜଣଙ୍କ ଜାମିନ ଆବେଦନ ଖାରଜ ହୋଇଥିବା ସୂଚନା ରହିଛି ।
ସୂଚନାଯୋଗ୍ୟ, ଓଡିଶା ପୁଲିସ ନିଯୁକ୍ତି ବୋର୍ଡ୍ ଦ୍ୱାରା ଆୟୋଜିତ ସବ୍-ଇନ୍ସପେକ୍ଟର୍ ପରୀକ୍ଷା ଜାଲିଆତି ମାମଲାରେ ମୋଟ୍ ୧୨୩ ଜଣ ଵ୍ରହ୍ମପୁର ମଣ୍ଡଳ କାରାଗାରରେ ଅଛନ୍ତି । ସେମାନଙ୍କ ମଧ୍ୟରୁ ୧୧୪ଜଣ ପରୀକ୍ଷାର୍ଥୀ ଏବଂ ୭ଜଣ ଦଲାଲ ମୋଟ୍ ୧୨୧ଜଣଙ୍କ ଜାମିନ ପାଇଁ କୋର୍ଟରେ ଆବେଦନ ହୋଇଥିଲା । ସ୍ୱତନ୍ତ୍ର ଭିଜିଲାନ୍ସ ଜଜ୍ ଜଷ୍ଟିସ୍ ଜ୍ଞାନେନ୍ଦ୍ର କୁମାର ବାରିକ ଏହାର ଶୁଣାଣି କରି ୧୧୪ ଜଣ ଅଶାୟୀଙ୍କୁ ଜାମିନ ପ୍ରଦାନ କରିଛନ୍ତି । ଅନ୍ୟପଟେ ୭ଜଣ ଦଲାଲଙ୍କ ବେଲ୍ ଆବେଦନ ଖାରଜ ହୋଇଛି । ଏନେଇ ଏପିପି ରଜତ କୁମାର ଦାଶ ସୂଚନା ଦେଇଛନ୍ତି । ବୁଧବାର ଅଶାୟୀ ମାନେ ଜାମିନରେ ଵ୍ରହ୍ମପୁର ଜେଲରୁ ବାହାରିବେ । ସେହିପରି ସେମାନଙ୍କ ପରିବାର ଲୋକଙ୍କ ଭିଡ଼ ଏବେ ଜେଲ୍ ବାହାରେ ଦେଖିବାକୁ ମିଳିଛି।




