ମେ’ ୨୬ ତାରିଖରେ ଦ୍ୱାଦଶ ରେଜଲ୍ଟ
କଟକ : ମେ’ ୨୬ ତାରିଖରେ ଦ୍ୱାଦଶ ବା ଯୁକ୍ତ ଦୁଇ ରେଜଲ୍ଟ ପ୍ରକାଶ ପାଇବ । ଚଳିତ ଥର ଏକା ସାଙ୍ଗରେ କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ପରୀକ୍ଷାର ଫଳାଫଳ ଘୋଷଣା କରାଯିବ। ଭୁବନେଶ୍ୱର ସ୍ଥିତ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (CHSE) କାର୍ଯ୍ୟାଳୟ ପରିସରରେ ଫଳାଫଳ ପ୍ରକାଶ କରାଯିବ। CHSE ପକ୍ଷରୁ ଆଜି ଏହି ସୂଚନା ଦିଆଯାଇଛି। ସିଏଚ୍ଏସ୍ଇ ପକ୍ଷରୁ ସୂଚନା ଦିଆଯାଇଛି www.orissaresults.nic.inରେ ରେଜଲ୍ଟ ଉପଲବ୍ଧ ହେବ। ଛାତ୍ରଛାତ୍ରୀମାନେ ସେମାନଙ୍କର ଫଳାଫଳ […]
କଟକ : ମେ’ ୨୬ ତାରିଖରେ ଦ୍ୱାଦଶ ବା ଯୁକ୍ତ ଦୁଇ ରେଜଲ୍ଟ ପ୍ରକାଶ ପାଇବ । ଚଳିତ ଥର ଏକା ସାଙ୍ଗରେ କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ପରୀକ୍ଷାର ଫଳାଫଳ ଘୋଷଣା କରାଯିବ। ଭୁବନେଶ୍ୱର ସ୍ଥିତ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (CHSE) କାର୍ଯ୍ୟାଳୟ ପରିସରରେ ଫଳାଫଳ ପ୍ରକାଶ କରାଯିବ। CHSE ପକ୍ଷରୁ ଆଜି ଏହି ସୂଚନା ଦିଆଯାଇଛି।
ସିଏଚ୍ଏସ୍ଇ ପକ୍ଷରୁ ସୂଚନା ଦିଆଯାଇଛି www.orissaresults.nic.inରେ ରେଜଲ୍ଟ ଉପଲବ୍ଧ ହେବ। ଛାତ୍ରଛାତ୍ରୀମାନେ ସେମାନଙ୍କର ଫଳାଫଳ HS School e-space ଓ Digilocker ରୁ ପାଇପାରିବେ। ଗତ ଫେବୃଆରୀ ୧୬ରୁ ମାର୍ଚ୍ଚ ୨୦ ତାରିଖ ପର୍ଯ୍ୟନ୍ତ ଯୁକ୍ତ ଦୁଇ ପରୀକ୍ଷା ହୋଇଥିଲା। ଚଳିତ ବର୍ଷ ୩ ଲକ୍ଷ ୮୬ହଜାର ୨୫୦ ଛାତ୍ରଛାତ୍ରୀ ଯୁକ୍ତଦୁଇ ପରୀକ୍ଷା ଦେଇଛନ୍ତି।




