ରାଜ୍ୟ କ୍ୟାବିନେଟ ବୈଠକରେ ୧୮ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ମଞ୍ଜୁରୀ

ଭୁବନେଶ୍ୱର : ସୋମବାର ଲୋକସେବା ଭବନରେ ବସିଥିବା ରାଜ୍ୟ କ୍ୟାବିନେଟ ବୈଠକରେ ୧୮ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିଥିବା ଏହି ବୈଠକରେ ‘ମୋ ଘର’ ଯୋଜନାକୁ କ୍ୟାବିନେଟ୍‌ ମଞ୍ଜୁରୀ ମିଳିଛି। ବିଜେଡି ୫ମ ପାଳି ସରକାରକୁ ୪ ବର୍ଷ ପୂରଣ ହୋଇଛି। ୨୦୧୯ ମେ’ ୨୯ ତାରିଖରେ ଲଗାତର ପଞ୍ଚମ ଥର ପାଇଁ ନବୀନ ପଟ୍ଟନାୟକ ସରକାର ଗଠନ କରିଥିଲେ। ସରକାର ଗଠନର ପ୍ରଥମ ଦିନରେ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ […]

Samaya Live Picture
Published On

ଭୁବନେଶ୍ୱର : ସୋମବାର ଲୋକସେବା ଭବନରେ ବସିଥିବା ରାଜ୍ୟ କ୍ୟାବିନେଟ ବୈଠକରେ ୧୮ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିଥିବା ଏହି ବୈଠକରେ ‘ମୋ ଘର’ ଯୋଜନାକୁ କ୍ୟାବିନେଟ୍‌ ମଞ୍ଜୁରୀ ମିଳିଛି।

ବିଜେଡି ୫ମ ପାଳି ସରକାରକୁ ୪ ବର୍ଷ ପୂରଣ ହୋଇଛି। ୨୦୧୯ ମେ’ ୨୯ ତାରିଖରେ ଲଗାତର ପଞ୍ଚମ ଥର ପାଇଁ ନବୀନ ପଟ୍ଟନାୟକ ସରକାର ଗଠନ କରିଥିଲେ। ସରକାର ଗଠନର ପ୍ରଥମ ଦିନରେ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହୋଇଥିଲା। ନିର୍ବାଚନୀ ଇସ୍ତାହାରରେ ଦିଆଯାଇଥିବା ପ୍ରତିଶ୍ରୁତି ପୂରଣ କରିବା ଲାଗି କ୍ୟାବିନେଟ୍‌ ନିଷ୍ପତ୍ତି ହୋଇଥିଲା।

ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପଞ୍ଚମ ପାଳିର ଚତୁର୍ଥ ବର୍ଷ ପୂର୍ତ୍ତି ହୋଇଛି। ଏହି ପ୍ରରିପେକ୍ଷୀରେ ଆଜିର କ୍ୟାବିନେଟରେ ନବୀନ ପଟ୍ଟନାୟକ ମୋ ଘର ପରି ଏକ ଗୁରୁତ୍ବପୂର୍ଣ୍ଣ ଯୋଜନା ଆରମ୍ଭ କରିଛନ୍ତି। ରାଜ୍ୟ ସରକାରଙ୍କ ଫୋକସରେ ସବୁବେଳେ ଗରିବ କଲ୍ୟାଣ ରହିଥିବା ବେଳେ ଏନେଇ ବଡ଼ ନିଷ୍ପତ୍ତି ସୂରୂପ ମୋ ଘର ଯୋଜନା ଆରମ୍ଭ କରାଯାଇଛି। ରାଜ୍ୟ ସରକାର ୨୦୧୯ ନିର୍ବାଚନ ପରେ ରାଜ୍ୟର ସବୁ ଲୋକଙ୍କ ମୁଣ୍ଡ ଉପରେ ପକ୍କର ଛାତ ନେଇ ଘୋଷଣା କରିଥିଲେ। ଯାହା ବର୍ତ୍ତମାନ କିଛି ମାତ୍ରାରେ ପୂରଣ ହୋଇଥିବା ବେଳେ ଏହି ନୂଆ ଯୋଜନା ‘ମୋ ଘର’ ମାଧ୍ୟମରେ ବାକି ଲୋକଙ୍କୁ ପକ୍କା ଘର ଯୋଗାଇ ଦିଆଯିବ।

Tags: