ଏପ୍ରିଲ ୧୦ରୁ ମେ’ ୭ ପର୍ଯ୍ୟନ୍ତ +୨ ଖାତାଦେଖା
ଭୁବନେଶ୍ବର: ଚଳିତ ମାସ ଏପ୍ରିଲ ୧୦ ତାରିଖ ଠାରୁ ଆରମ୍ଭ ହେବ ଯୁକ୍ତ ଦୁଇ ଖାତାଦେଖା I ଏକI ସାଙ୍ଗରେ ବିଜ୍ଞାନ, ବାଣିଜ୍ୟ, କଳା ଓ ଧନ୍ଦାମୂଳକ ଶିକ୍ଷା ବିଷୟରେ ଖାତାଦେଖା ଆରମ୍ଭ ହେବ। ଖାତାଦେଖାକୁ ସରଳୀକରଣ କରିବାକୁ ଯାଇ ଚଳିତ ବର୍ଷ ଦୁଇଟି ପର୍ଯ୍ୟାୟରେ ଏହାକୁ ବିଭକ୍ତ କରାଯାଇଛି। ପ୍ରଥମ ପର୍ଯ୍ୟାୟ ଏପ୍ରିଲ ୧୦ରୁ ୨୨ ପର୍ଯ୍ୟନ୍ତ ଚାଲିବାକୁ ଥିବା ବେଳେ ଦ୍ୱିତୀୟ ପର୍ଯ୍ୟାୟ ଏପ୍ରିଲ ୨୩ରୁ ଆରମ୍ଭ ହୋଇ ମେ’୭ ତାରିଖ ପର୍ଯ୍ୟନ୍ତ ଚାଲିବ […]
ଭୁବନେଶ୍ବର: ଚଳିତ ମାସ ଏପ୍ରିଲ ୧୦ ତାରିଖ ଠାରୁ ଆରମ୍ଭ ହେବ ଯୁକ୍ତ ଦୁଇ ଖାତାଦେଖା I ଏକI ସାଙ୍ଗରେ ବିଜ୍ଞାନ, ବାଣିଜ୍ୟ, କଳା ଓ ଧନ୍ଦାମୂଳକ ଶିକ୍ଷା ବିଷୟରେ ଖାତାଦେଖା ଆରମ୍ଭ ହେବ। ଖାତାଦେଖାକୁ ସରଳୀକରଣ କରିବାକୁ ଯାଇ ଚଳିତ ବର୍ଷ ଦୁଇଟି ପର୍ଯ୍ୟାୟରେ ଏହାକୁ ବିଭକ୍ତ କରାଯାଇଛି।
ପ୍ରଥମ ପର୍ଯ୍ୟାୟ ଏପ୍ରିଲ ୧୦ରୁ ୨୨ ପର୍ଯ୍ୟନ୍ତ ଚାଲିବାକୁ ଥିବା ବେଳେ ଦ୍ୱିତୀୟ ପର୍ଯ୍ୟାୟ ଏପ୍ରିଲ ୨୩ରୁ ଆରମ୍ଭ ହୋଇ ମେ’୭ ତାରିଖ ପର୍ଯ୍ୟନ୍ତ ଚାଲିବ ବୋଲି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍ଏସ୍ଇ) ପକ୍ଷରୁ ଏହା କୁହାଯାଇଛି। ଚଳିତ ବର୍ଷ ଉଭୟ ଅନ୍ଲାଇନ ଓ ଅଫ୍ଲାଇନ ଜରିଆରେ ମୂଲ୍ୟାୟନ ହେବ ବୋଲି ସୂଚନା ଦିଆଯାଇଛି।
ସୂଚନାଯୋଗ୍ୟ, ଗତମାସ ମାର୍ଚ୍ଚ ୧ ତାରିଖ ଠାରୁ ଯୁକ୍ତ ଦୁଇ ପରୀକ୍ଷା ଆରମ୍ଭ ହୋଇଥିଲା। ମୋଟ ୧୧୪୫ ପରୀକ୍ଷା କେନ୍ଦ୍ରରେ ସାଢେ଼ ୩ଲକ୍ଷ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ। ଏଥିରୁ କଳାରେ ୨ଲକ୍ଷ ୧୯ହଜାର ୧୧୦, ବିଜ୍ଞାନରେ ୯୧,୩୭୯, ବାଣିଜ୍ୟରେ ୨୩,୧୪୮ଜଣ ଓ ଧନ୍ଦାମୂଳକ ଶିକ୍ଷାରେ ୫ହଜାର ପରୀକ୍ଷାର୍ଥୀ ସାମିଲ ଥିଲେ।
ସୂଚନାଯୋଗ୍ୟ, ମାର୍ଚ୍ଚ ୧ରେ ଯୁକ୍ତ ଦୁଇ ପରୀକ୍ଷା ଆରମ୍ଭ ହୋଇଥିବା ବେଳେ ୧୧୪୫ ପରୀକ୍ଷା କେନ୍ଦ୍ରରେ ସାଢେ଼ ୩ଲକ୍ଷ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ। ଏଥର କଳାରେ ୨ଲକ୍ଷ ୧୯ହଜାର ୧୧୦, ବିଜ୍ଞାନରେ ୯୧,୩୭୯, ବାଣିଜ୍ୟରେ ୨୩,୧୪୮ଜଣ ଓ ଧନ୍ଦାମୂଳକ ଶିକ୍ଷାରେ ୫ହଜାର ପରୀକ୍ଷାର୍ଥୀ ପରୀକ୍ଷା ଦେଇଥିଲେ। ଏଥିନିମନ୍ତେ ସାରା ରାଜ୍ୟରେ ମୋଟ୍ ୧୧ ଶହ ୪୫ଟି ପରୀକ୍ଷା କେନ୍ଦ୍ର ଓ ୨୦୨ଟି ହବ୍ କରାଯାଇଥିଲା।




