ଆଜି ଅପରାହ୍ନରେ ପ୍ରକାଶ ପାଇବ +୨ କଳା ଓ ଧନ୍ଦା ମୂଳକ ପରୀକ୍ଷାଫଳ
ଭୁବନେଶ୍ୱର : ଆଜି ପ୍ରକାଶ ପାଇବ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍ଏସ୍ଇ) ଦ୍ବାରା ପରିଚାଳିତ ଯୁକ୍ତ ୨ କଳା ପରୀକ୍ଷା ଫଳ I ଅପରାହ୍ଣ ୪ଟାରେ କଳା ସହିତ ଧନ୍ଦା ମୂଳକ ପରୀକ୍ଷାଫଳ ପ୍ରକାଶ ପାଇବ। ପରୀକ୍ଷାର୍ଥୀମାନେ www.orissaresults.nic.in ମାଧ୍ୟମରେ ସେମାନଙ୍କ ପରୀକ୍ଷା ଫଳ ପାଇପାରିବେ। ଏଥିସହ ସାମ୍ସ କଲେଜ ଇ-ସ୍ପେସ୍ରେ ମଧ୍ୟ ପରୀକ୍ଷା ଫଳ ଉପଲବ୍ଧ ହେବ। ଚଳିତବର୍ଷ କଳା ବିଭାଗରେ ୨ଲକ୍ଷ ୩୩ହଜାର ୮୫୫ ଓ ଧନ୍ଦାମୂଳକ ପାଠ୍ୟକ୍ରମରେ ୫୮୬୨ଜଣ ଛାତ୍ରଛାତ୍ରୀ ପରୀକ୍ଷା […]
ଭୁବନେଶ୍ୱର : ଆଜି ପ୍ରକାଶ ପାଇବ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍ଏସ୍ଇ) ଦ୍ବାରା ପରିଚାଳିତ ଯୁକ୍ତ ୨ କଳା ପରୀକ୍ଷା ଫଳ I ଅପରାହ୍ଣ ୪ଟାରେ କଳା ସହିତ ଧନ୍ଦା ମୂଳକ ପରୀକ୍ଷାଫଳ ପ୍ରକାଶ ପାଇବ। ପରୀକ୍ଷାର୍ଥୀମାନେ www.orissaresults.nic.in ମାଧ୍ୟମରେ ସେମାନଙ୍କ ପରୀକ୍ଷା ଫଳ ପାଇପାରିବେ। ଏଥିସହ ସାମ୍ସ କଲେଜ ଇ-ସ୍ପେସ୍ରେ ମଧ୍ୟ ପରୀକ୍ଷା ଫଳ ଉପଲବ୍ଧ ହେବ।
ଚଳିତବର୍ଷ କଳା ବିଭାଗରେ ୨ଲକ୍ଷ ୩୩ହଜାର ୮୫୫ ଓ ଧନ୍ଦାମୂଳକ ପାଠ୍ୟକ୍ରମରେ ୫୮୬୨ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେଇଛନ୍ତି। ମାର୍ଚ୍ଚ ୧ରୁ ଏପ୍ରିଲ ୫ ତାରିଖ ଯାଏଁ ପରୀକ୍ଷା ଅନୁଷ୍ଠିତ ହୋଇଥିଲା । ଏହା ପୂର୍ବରୁ ଗତ ମେ’ ୩୧ ତାରିଖରେ ବିଜ୍ଞାନ ଓ ବାଣିଜ୍ୟ ବିଭାଗ ପରୀକ୍ଷା ଫଳ ପ୍ରକାଶ ପାଇ ସାରିଛି । ବିଜ୍ଞାନରେ ଝିଅଙ୍କ ପାସ୍ ହାର ୮୫.୬୭ ପ୍ରତିଶତ ରହିଥିବା ବେଳେ ପୁଅଙ୍କ ସଫଳତା ହାର ୮୪.୨୮ ପ୍ରତିଶତ ରହିଥିଲା । ବାଣିଜ୍ୟରେ ୮୩.୮୭ ପ୍ରତିଶତ ଝିଅଙ୍କ ପାସ୍ ହାର ଥିବା ବେଳେ ପୁଅଙ୍କ ପାସ୍ ହାର ୮୯.୫୨ ପ୍ରତିଶତ ରହିଥିଲା ।




