ବସ୍ ଧକ୍କାରେ ୨ ବାଇକ୍ ଆରୋହୀଙ୍କ ମୃତ୍ୟୁ
ସାଲେପୁର : ବସ ଧକ୍କାରେ ୨ ବାଇକ ଆରୋହୀଙ୍କ ମୃତ୍ୟୁ I କଟକ ଜିଲା ସାଲିପୁର ଥାନା ଅଧୀନ କଟକ-ଚାନ୍ଦବାଲି ରାସ୍ତାର ଜହ୍ନିଆ ଛକ ନିକଟରେ ଆଜି ଭୋର ସମୟରେ ଏହି ଦୁର୍ଘଟଣା ଘଟିଛି। ବାଇକ ଆରୋହୀଙ୍କୁ ଧକ୍କା ଦେଇ ବସଟି ନିକଟସ୍ଥ ଏକ ବିଲ ମଧ୍ୟକୁ ପଶିଯାଇଥିଲା I ତେବେ ବସରେ ଥିବା ସମସ୍ତ ଯାତ୍ରୀ ସହିତ ଡ୍ରାଇଭର ସୁରକ୍ଷିତ ଥିବା ଜଣାପଡ଼ିଛି । ଘନ କୁହୁଡି ଯୋଗୁଁ ଏହି ଦୁର୍ଘଟଣା ଘଟିଥିବା ଅନୁମାନ କରାଯାଉଛି […]
ସାଲେପୁର : ବସ ଧକ୍କାରେ ୨ ବାଇକ ଆରୋହୀଙ୍କ ମୃତ୍ୟୁ I କଟକ ଜିଲା ସାଲିପୁର ଥାନା ଅଧୀନ କଟକ-ଚାନ୍ଦବାଲି ରାସ୍ତାର ଜହ୍ନିଆ ଛକ ନିକଟରେ ଆଜି ଭୋର ସମୟରେ ଏହି ଦୁର୍ଘଟଣା ଘଟିଛି। ବାଇକ ଆରୋହୀଙ୍କୁ ଧକ୍କା ଦେଇ ବସଟି ନିକଟସ୍ଥ ଏକ ବିଲ ମଧ୍ୟକୁ ପଶିଯାଇଥିଲା I ତେବେ ବସରେ ଥିବା ସମସ୍ତ ଯାତ୍ରୀ ସହିତ ଡ୍ରାଇଭର ସୁରକ୍ଷିତ ଥିବା ଜଣାପଡ଼ିଛି । ଘନ କୁହୁଡି ଯୋଗୁଁ ଏହି ଦୁର୍ଘଟଣା ଘଟିଥିବା ଅନୁମାନ କରାଯାଉଛି I ଘଟଣାସ୍ଥଳରେ ପୋଲିସ ପହଁଚି ଉଭୟ ଗାଡିକୁ ଜବତ କରିଛି।
ମିଳିଥିବା ସୂଚନା ମୁତାବକ, ଗତକାଲି ବିଳମ୍ବିତ ରାତିରେ ବସଟି କେନ୍ଦ୍ରାପଡ଼ାରୁ କଟକ ଯାଉଥିବା ବେଳେ ବିପରୀତ ଦିଗରୁ ଆସୁଥିବା ଏକା ବାଇକ୍ ସହ ଧକ୍କା ହୋଇଥିଲା। ଫଳରେ ବାଇକ୍ରେ ଥିବା ୨ଜଣକୁ ଗୁରୁତର ଆହତ ହୋଇଥିଲେ। ସେମାନଙ୍କୁ ଉଦ୍ଧାର କରି ସାଲେପୁର ମେଡିକାଲକୁ ନିଆଯାଇଥିଲା। ସେଠାରେ ଡାକ୍ତର ୨ଜଣଙ୍କୁ ମୃତ ଘୋଷଣା କରିଥିଲେ। ଖବର ପାଇ ସାଲିପୁର ଥାନା ପୋଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ଘନକୁହୁଡି ପାଇଁ ଦୁର୍ଘଟଣା ଘଟିଥିବା ପ୍ରାଥମିକ ତଦନ୍ତରୁ ଜଣାପଡିଛି।




