ଜାଗା ଦର୍ଶନ ପୂର୍ବରୁ ଡାକିନେଲା ଯମ,କାର ଦୁର୍ଘଟଣାରେ ୨ ମୃତ

ଭଦ୍ରକ : ଜଗାଦର୍ଶନ ଆଗରୁ ଡାକିନେଲା ଯମ। ବିଦ୍ୟୁତ ଖୁଣ୍ଟକୁ ଧକ୍କାଦେଲା କାର I ଘଟଣାସ୍ଥଳରେ ଦୁଇଜଣଙ୍କର ମୃତ୍ୟୁ ଘଟିବା ସହିତ ଆଉ ଦୁଇଜଣ ଗୁରୁତର ଆହତ ହୋଇଛନ୍ତି I ଏଭଳି ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି ଭଦ୍ରକ ଜିଲ୍ଲା ରାଣୀତାଲ ଛକ ନିକଟରେ। ଆଜି ଭୋର ପ୍ରାୟ ୫ଟା ସମୟରେ ଏହି ଦୁର୍ଘଟଣା ଘଟିଥିବା ସମୟରେ କାରଟି ୪ ଜଣ ଶ୍ରଦ୍ଧାଳୁଙ୍କୁ ନେଇ ପଶ୍ଚିମବଙ୍ଗରୁ ପୁରୀ ଯାଉଥିଲା I ସୂଚନାନୁସାରେ,ଗତକାଲି ବିଳମ୍ବିତ ରାତିରେ ପଶ୍ଚିମବଙ୍ଗରୁ […]

Samaya Live Picture
Published On

ଭଦ୍ରକ : ଜଗାଦର୍ଶନ ଆଗରୁ ଡାକିନେଲା ଯମ। ବିଦ୍ୟୁତ ଖୁଣ୍ଟକୁ ଧକ୍କାଦେଲା କାର I ଘଟଣାସ୍ଥଳରେ ଦୁଇଜଣଙ୍କର ମୃତ୍ୟୁ ଘଟିବା ସହିତ ଆଉ ଦୁଇଜଣ ଗୁରୁତର ଆହତ ହୋଇଛନ୍ତି I ଏଭଳି ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି ଭଦ୍ରକ ଜିଲ୍ଲା ରାଣୀତାଲ ଛକ ନିକଟରେ। ଆଜି ଭୋର ପ୍ରାୟ ୫ଟା ସମୟରେ ଏହି ଦୁର୍ଘଟଣା ଘଟିଥିବା ସମୟରେ କାରଟି ୪ ଜଣ ଶ୍ରଦ୍ଧାଳୁଙ୍କୁ ନେଇ ପଶ୍ଚିମବଙ୍ଗରୁ ପୁରୀ ଯାଉଥିଲା I

ସୂଚନାନୁସାରେ,ଗତକାଲି ବିଳମ୍ବିତ ରାତିରେ ପଶ୍ଚିମବଙ୍ଗରୁ ୪ଜଣ ବ୍ୟକ୍ତି ଏକ କାର୍ (ଓଡି-୦୫ ଜେଡ ୭୨୦୭) କାର୍‌ ଯୋଗେ ପୁରୀ ଜଗନ୍ନାଥ ଦର୍ଶନ ପାଇଁ ଯାଉଥିଲେ I ଏହି ସମୟରେ କାରଟି ରାଣୀତାଲ ଛକ ନିକଟରେ ଭାରସାମ୍ୟ ହରାଇ ବିଦ୍ୟୁତ ଖୁଣ୍ଟକୁ ଧକ୍କା ଦେଇଥିଲା। ଦୁର୍ଘଟଣା ଏତେ ଜୋର ହୋଇଥିଲା ଯେ ଘଟଣାସ୍ଥଳରେ ଜଣଙ୍କର ମୃତ୍ୟୁ ଘଟିଥିଲା। ଏବଂ ଅନ୍ୟ ୩ଜଣ ଗୁରୁତର ଆହତ ହୋଇଥିଲେ। ସମସ୍ତ ମୃତାହତଙ୍କୁ ସ୍ଥାନୀୟ ଲୋକେ ଉଦ୍ଧାର କରି ଭଦ୍ରକ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିବାକୁ ନେବା ସମୟରେ ଆଉ ଜଣଙ୍କର ପ୍ରାଣହାନି ଘଟିଥିଲା। ଦୁଇ ଗୁରୁତର ଭଦ୍ରକ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇଛନ୍ତି। ଉଭୟଙ୍କ ଅବସ୍ଥା ସଂକଟାପନ୍ନ ଥିବା କୁହାଯାଉଛି। ପୁଲିସ ଦୁର୍ଘଟଣାଗ୍ରସ୍ତ କାର୍‌କୁ ଜବତ କରି ଘଟଣାର ତଦନ୍ତ କରୁଛି। ଡ୍ରାଇଭରର ଆଖି ଲାଗିଯିବା ଯୋଗୁ ଏହି ଦୁର୍ଘଟଣା ଘଟିଥିବା ସନ୍ଦେହ କରାଯାଉଛି।

Tags: