୧୮ତାରିଖରୁ ଆରମ୍ଭ ହେବ +୨ ପରୀକ୍ଷା,୬୩ଟି ଅନଲାଇନ କେନ୍ଦ୍ରରେ ହେବ ଖାତାଦେଖା

ଭୁବନେଶ୍ୱର : ଆସନ୍ତା ୧୮ତାରିଖରୁ ଆରମ୍ଭ ହେବ +୨ ପରୀକ୍ଷା। ଏଥିପାଇଁ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) ପକ୍ଷରୁ ପ୍ରସ୍ତୁତି ପ୍ରାୟ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଚଳିତ ବର୍ଷ କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ପରୀକ୍ଷା ଏକା ସମୟରେ ହେବ। ଆସନ୍ତା ୧୨ରୁ ୧୫ ତାରିଖ ମଧ୍ୟରେ ହବ୍‌ଗୁଡ଼ିକୁ ପ୍ରଶ୍ନପତ୍ର ପଠାଯିବ। ପ୍ରତିବର୍ଷ ପରି ଚଳିତବର୍ଷ ମଧ୍ୟ ଦୁଇଟି ପର୍ଯ୍ୟାୟରେ କଡ଼ା ସୁରକ୍ଷା ମଧ୍ୟରେ ପ୍ରଶ୍ନପତ୍ର ପଠାଇବାକୁ ବ୍ୟବସ୍ଥା ହୋଇଛି। ସେହିପରି ପରୀକ୍ଷା ସରିବା […]

୧୮ତାରିଖରୁ ଆରମ୍ଭ ହେବ +୨ ପରୀକ୍ଷା,୬୩ଟି ଅନଲାଇନ କେନ୍ଦ୍ରରେ ହେବ ଖାତାଦେଖା
Samaya Live Picture
Published On

ଭୁବନେଶ୍ୱର : ଆସନ୍ତା ୧୮ତାରିଖରୁ ଆରମ୍ଭ ହେବ +୨ ପରୀକ୍ଷା। ଏଥିପାଇଁ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) ପକ୍ଷରୁ ପ୍ରସ୍ତୁତି ପ୍ରାୟ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଚଳିତ ବର୍ଷ କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ପରୀକ୍ଷା ଏକା ସମୟରେ ହେବ। ଆସନ୍ତା ୧୨ରୁ ୧୫ ତାରିଖ ମଧ୍ୟରେ ହବ୍‌ଗୁଡ଼ିକୁ ପ୍ରଶ୍ନପତ୍ର ପଠାଯିବ। ପ୍ରତିବର୍ଷ ପରି ଚଳିତବର୍ଷ ମଧ୍ୟ ଦୁଇଟି ପର୍ଯ୍ୟାୟରେ କଡ଼ା ସୁରକ୍ଷା ମଧ୍ୟରେ ପ୍ରଶ୍ନପତ୍ର ପଠାଇବାକୁ ବ୍ୟବସ୍ଥା ହୋଇଛି।

ସେହିପରି ପରୀକ୍ଷା ସରିବା ମାତ୍ରେ ଖାତାଦେଖା ଆରମ୍ଭ ହେବ। ଅନ୍‌ଲାଇନ୍‌ ମୂଲ୍ୟାୟନକୁ ଏଥର ଗୁରୁତ୍ୱ ଦେଉଛି ପରିଷଦ। ପୂର୍ବରୁ ୨୭ଟି ଅନ୍‌ଲାଇନ୍‌ ମୂଲ୍ୟାଙ୍କନ କେନ୍ଦ୍ରରେ ଖାତା ଦେଖା ହେଉଥିବା ବେଳେ ଏହାକୁ ୬୩କୁ ବଢ଼ାଯାଇଛି। ଫଳରେ କଳା, ବିଜ୍ଞାନ ଓ ବାଣିଜ୍ୟର ପରୀକ୍ଷା ଫଳ ଏକାବେଳେ ଏବଂ ରେକର୍ଡ ସମୟରେ ପ୍ରକାଶ କରିବାକୁ ପରିଷଦ ଲକ୍ଷ୍ୟ ରଖିଛି।

ସେହିପରି ଚଳିତ ବର୍ଷ ମୋଟ୍‌ ୧୨୭୬ଟି ପରୀକ୍ଷା କେନ୍ଦ୍ର କରାଯାଇଛି। ରେଗୁଲାର ଓ ଏକ୍ସ ରେଗୁଲାର ପିଲାଙ୍କୁ ମିଶାଇ ମୋଟ୍‌ ୩ଲକ୍ଷ ୯୩ ହଜାର ୬୧୮ ଜଣ ପିଲା ଫର୍ମ ପୂରଣ କରିଛନ୍ତି। କଳାରେ ସର୍ବାଧିକ ୨ଲକ୍ଷ ୪୭ ହଜାର ୩୯୧ ଜଣ ଫର୍ମ ପୂରଣ କରିଥିବା ବେଳେ ବିଜ୍ଞାନରେ ୧ ଲକ୍ଷ ୧୪ ହଜାର ୯୮୦, ବାଣିଜ୍ୟରେ ୨୫ ହଜାର ୫୨୬ ଓ ଧନ୍ଦାମୂଳକ ଶିକ୍ଷାରେ ୫ହଜାର ୭୨୧ ଜଣ ପିଲା ରହିଛନ୍ତି। ପରୀକ୍ଷା ସୁପରିଚାଳନା ପାଇଁ ପ୍ରଶ୍ନପତ୍ରକୁ ସୁରକ୍ଷିତ ଭାବେ ପହଞ୍ଚାଇବାକୁ ପରିଷଦ ପ୍ରାଥମିକତା ଦେଇଛି।

Tags: