ରାଜ୍ୟରୁ ପୁଣି ଆଉ ୨ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର : ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରୁ ଆଉ ୨ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି I ଫଳରେ ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୭ରେ ପହଁଚିଛି I ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି I କରୋନା କଡ଼ ଲେଉଟାଇବା ପରେ ତତ୍ପର ହୋଇଛି ସ୍ୱାସ୍ଥ୍ୟ ବିଭାଗ । କରୋନା ପାଇଁ ସତର୍କ ରହିବାକୁ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ମାର୍ଗଦର୍ଶିକା ଜାରି କରାଯାଇଛି । ବୟସ୍କ ଓ ବହୁବିଧ ରୋଗାକ୍ରାନ୍ତଙ୍କୁ ମାସ୍କ […]

Samaya Live Picture
Published On

ଭୁବନେଶ୍ୱର : ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରୁ ଆଉ ୨ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି I ଫଳରେ ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୭ରେ ପହଁଚିଛି I ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି I

କରୋନା କଡ଼ ଲେଉଟାଇବା ପରେ ତତ୍ପର ହୋଇଛି ସ୍ୱାସ୍ଥ୍ୟ ବିଭାଗ । କରୋନା ପାଇଁ ସତର୍କ ରହିବାକୁ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ମାର୍ଗଦର୍ଶିକା ଜାରି କରାଯାଇଛି । ବୟସ୍କ ଓ ବହୁବିଧ ରୋଗାକ୍ରାନ୍ତଙ୍କୁ ମାସ୍କ ପିନ୍ଧିବାକୁ ପରାମର୍ଶ ଦିଆଯାଇଛି । ଘରୁ ବାହାରକୁ କୁଆଡ଼େ ଯାଉଥିଲେ, ମାସ୍କ ପିନ୍ଧିବାକୁ କୁହାଯାଇଛି । ଏଭଳି ଲୋକଙ୍କୁ ଜନଗହଳି ଜାଗାକୁ ମଧ୍ୟ ନଯିବାକୁ ପରାମର୍ଶ ଦିଆଯାଇଛି ।
ଅନ୍ୟପଟେ ଗଞ୍ଜାମରେ ପୁଣି ଠାରେ ଲାଗୁହୋଇଛି କୋଭିଡ କଟକଣା I କୋଭିଡ ନିୟମାବଳୀ ମାନିବାକୁ ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ନିର୍ଦେଶ ଦିଆଯାଇଥିବା ନେଇ ଗଂଜାମ ଜିଲ୍ଲାପାଳ ସୂଚନା ଦେଇଛନ୍ତି I

ସୂଚନାନୁସାରେ,ଦେଶରେ ପୁଣିଥରେ କଡ଼ ଲେଉଟାଇଛି କରୋନା । ଗତ ୨୪ ଘଣ୍ଟାରେ ଦେଶରେ ୪୧୨ କୋରନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଦେଶରେ ସଂକ୍ରମିତଙ୍କ ସଂଖ୍ୟା ୪ ହଜାର ଟପିଛି। ସେହିପରି ଗତ ୨୪ ଘଣ୍ଟାରେ ଦେଶରେ ୩ଜଣ କୋରାନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ନେଇ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆ ଯାଇଛି ।

Tags: