ନିଯୁକ୍ତି ପାଇବେ ୨୦ ହଜାର କନିଷ୍ଠ ଠିକା ଶିକ୍ଷକ

ଭୁବନେଶ୍ୱର : ରାଜ୍ୟ ଗଣଶିକ୍ଷା ବିଭାଗ ଅଧୀନରେ ଖୁବ୍‌ ଶୀଘ୍ର ୨୦ହଜାର ପ୍ରାଥମିକ ଶିକ୍ଷକ ନିଯୁକ୍ତି ପାଇବେ I ଏନେଇ ଆଜି ଗେଜେଟ୍‌ ବିଜ୍ଞପ୍ତି ପ୍ରକାଶ ପାଇଛି । ରାଜ୍ୟରେ ଚୁକ୍ତି ଭିତ୍ତିକ(କଂଟ୍ରାକଚୁଆଲ୍‌) ନିଯୁକ୍ତି ପ୍ରଥା ଉଚ୍ଛେଦ ହୋଇଥିବାବେଳେ ପ୍ରାଥମିକ ବିଦ୍ୟାଳୟରେ ଖାଲି ଥିବା ଶିକ୍ଷକ ପଦ ପୂରଣ କରିବା ପାଇଁ ୨୦ ହଜାର କନିଷ୍ଠ ଶିକ୍ଷକ(ଯୋଜନା ଭିତ୍ତିରେ)ଙ୍କୁ ନିୟୋଜନ କରାଯିବ। କନିଷ୍ଠ ଶିକ୍ଷକ ନିଯୁକ୍ତି ଲାଗି ଆବେଦନ ପ୍ରକ୍ରିୟା ଆସନ୍ତା ମାସରୁ ଆରମ୍ଭ ହେବା ନେଇ […]

Samaya Live Picture
Published On

ଭୁବନେଶ୍ୱର : ରାଜ୍ୟ ଗଣଶିକ୍ଷା ବିଭାଗ ଅଧୀନରେ ଖୁବ୍‌ ଶୀଘ୍ର ୨୦ହଜାର ପ୍ରାଥମିକ ଶିକ୍ଷକ ନିଯୁକ୍ତି ପାଇବେ I ଏନେଇ ଆଜି ଗେଜେଟ୍‌ ବିଜ୍ଞପ୍ତି ପ୍ରକାଶ ପାଇଛି । ରାଜ୍ୟରେ ଚୁକ୍ତି ଭିତ୍ତିକ(କଂଟ୍ରାକଚୁଆଲ୍‌) ନିଯୁକ୍ତି ପ୍ରଥା ଉଚ୍ଛେଦ ହୋଇଥିବାବେଳେ ପ୍ରାଥମିକ ବିଦ୍ୟାଳୟରେ ଖାଲି ଥିବା ଶିକ୍ଷକ ପଦ ପୂରଣ କରିବା ପାଇଁ ୨୦ ହଜାର କନିଷ୍ଠ ଶିକ୍ଷକ(ଯୋଜନା ଭିତ୍ତିରେ)ଙ୍କୁ ନିୟୋଜନ କରାଯିବ। କନିଷ୍ଠ ଶିକ୍ଷକ ନିଯୁକ୍ତି ଲାଗି ଆବେଦନ ପ୍ରକ୍ରିୟା ଆସନ୍ତା ମାସରୁ ଆରମ୍ଭ ହେବା ନେଇ ସୂଚନା ଦେଇଛନ୍ତି ଗଣଶିକ୍ଷା ସଚିବ ଅଶ୍ୱଥି ଏସ୍।

କନିଷ୍ଠ ଶିକ୍ଷକ ନିଯୁକ୍ତି ନିୟମାବଳୀରେ ସଂଶୋଧନ କରିଛନ୍ତି ରାଜ୍ୟ ସରକାର । ପୁଣି ଠିକାରେ ନିଯୁକ୍ତ ହେବେ ପ୍ରାଥମିକ ଶିକ୍ଷକ । କିନ୍ତୁ ଭିନ୍ନ ଢଙ୍ଗରେ ଏହି କାମ କରିଛନ୍ତି । ଏଥିପାଇଁଏଣିକି ଜିଲ୍ଲା ପରିଷଦ ଅଧିନରେ ରହିବ କନିଷ୍ଠ ଶିକ୍ଷକ ନିଯୁକ୍ତି । ଜିଲ୍ଲା ପରିଷଦ ସ୍ତରରେ ଏକ ଚୟନ କମିଟି ଗଠନ କରାଯିବ । ଏହାର ଅଧ୍ୟକ୍ଷ ରହିବେ ଜିଲ୍ଲାପାଳ । ଜିଲ୍ଲାପାଳଙ୍କ ସମେତ ଜିଲ୍ଲା ଶିକ୍ଷା ଅଧିକାରୀ, ଜିଲ୍ଳା ପ୍ରକଳ୍ପ ଅଧିକାରୀ, ବ୍ଲକ୍ ଶିକ୍ଷା ଅଧିକାରୀ ପ୍ରମୁଖ ରହିବେ ।
ନିଯୁକ୍ତି ପାଇବେ ୨୦ ହଜାର କନିଷ୍ଠ ଠିକା ଶିକ୍ଷକ

୨୦ ହଜାର ପଦବୀ ପାଇଁ ଓସେପା ପକ୍ଷରୁ ବିଜ୍ଞାପନ ବାହାରିବ। ୨୦୧୬ରେ ନିଯୁକ୍ତି ବନ୍ଦ ଥିଲା। ୭ ବର୍ଷ ପରେ ଏହି ନିଯୁକ୍ତି ହେଉଛି। ବିଜ୍ଞପ୍ତି ଅନୁଯାୟୀ ସମସ୍ତ ପ୍ରକ୍ରିୟା କରାଯିବ। ଯୋଜନାଭିତ୍ତିକ ନିଯୁକ୍ତି ହେବ। ଆମ ସରକାରଙ୍କ ପକ୍ଷରୁ କୋହଳ କରାଯାଇଛି କି ସମଗ୍ର ଶିକ୍ଷା ଅନ୍ତର୍ଗତ ନିଯୁକ୍ତି ହୋଇଥିଲେ ମଧ୍ୟ ସେମାନଙ୍କୁ ମଧ୍ୟ ରେଗୁଲାର କରିବାର ନିଷ୍ପତ୍ତି ନିଆଯାଇଛି। ରେଗୁଲାର କରାଯିବ, କିନ୍ତୁ କେଉଁ ପ୍ରକ୍ରିୟାରେ ସେମାନେ ରେଗୁଲାର ହେବେ ତାହା ଆମେ ବିଜ୍ଞପ୍ତିରେ ଦେଇଛୁ। ସ୍କୁଲ ଓ ଗଣ ଶିକ୍ଷା ବିଭାଗ ପକ୍ଷରୁ ଜାରି ହୋଇଥିବା ବିଜ୍ଞପ୍ତିରେ ପ୍ରଥମିକ ସ୍କୁଲରେ ଶିକ୍ଷକ ନିଯୁକ୍ତି ପାଇଁ ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଗାଇଡଲାଇନ ଜାରି କରାଯାଇଛି । କନିଷ୍ଠ ଶିକ୍ଷକ ଯୋଜନାବଦ୍ଧ ନାଁରେ ପ୍ରଥମରୁ ଷଷ୍ଠ ଏବଂ ଷଷ୍ଠରୁ ଅଷ୍ଟମ ସ୍କୁଲ ଗୁଡ଼ିକରେ ସମଗ୍ର ଶିକ୍ଷା ଯୋଜନାରେ ଏହି ଶିକ୍ଷକମାନେ ନିଯୁକ୍ତି ପାଇବେ । ବିଭାଗର ଗାଇଡଲାଇନ ଅନୁସାରେ, ରାଜ୍ୟ ସରକାର ଏଲିମେଂଟାରୀ ଶିକ୍ଷା ପରିଚାଳନାକୁ ପର୍ଯ୍ୟାୟକ୍ରମେ ଜିଲ୍ଲା ପରିଷଦ ଓ ଅନ୍ୟ ପଂଚାୟତିରାଜ ଅନୁଷ୍ଠାନକୁ ହସ୍ତାନ୍ତର କରିବାକୁ ନିଷ୍ପତ୍ତି ନିଆଯାଇଛି । ଯୋଗ୍ୟ ପ୍ରାର୍ଥୀମାନଙ୍କୁ ଏହି ଶିକ୍ଷକ ପଦବୀ ନିମନ୍ତେ ଅନଲାଇନରେ କମ୍ପ୍ୟୁଟର ଆଧାରିତ ପରୀକ୍ଷା ଦେବାକୁ ପଡ଼ିବ ।

ତେବେ ଯେଉଁମାନେ ଏହି ବର୍ଷିକିଆ ନିଯୁକ୍ତି ପାଇବେ ସେମାନେ ପରବର୍ତ୍ତୀ ବର୍ଷଗୁଡ଼ିକରେ ଚୁକ୍ତି ନବୀକରଣ କରିବେ । ଏଥିପାଇଁ ସଂପୃକ୍ତ ଶିକ୍ଷକଙ୍କ ପ୍ରଦର୍ଶନ ଉପରେ ନିର୍ଭର କରିବ । ନବୀକରଣ ପୂର୍ବରୁ କନିଷ୍ଠ ଶିକ୍ଷକମାନେ ନିୟମିତ ଉପସ୍ଥାନ ଓ ସନ୍ତୋଷଜନକ ପ୍ରଦର୍ଶନ ଦର୍ଶାଇ ପ୍ରଧାନ ଶିକ୍ଷକଙ୍କ ଠାରୁ ପ୍ରମାଣ ପତ୍ର ପ୍ରଦାନ କରିବା ନିହାତି ଆବଶ୍ୟକ । ଏହି ପ୍ରମାଣପତ୍ରକୁ ଜିଲ୍ଲା ପରିଷଦରେ ଦାଖଲ କରିବା ଆବଶ୍ୟକ ।

Tags: