ନିଯୁକ୍ତ ପାଇବେ ୨୦ ହଜାର ପ୍ରାଥମିକ ଶିକ୍ଷକ, ପ୍ରକାଶ ପାଇଲା ବିଜ୍ଞପ୍ତି
ଭୁବନେଶ୍ୱର : ରାଜ୍ୟରେ ନିଯୁକ୍ତି ପାଇବେ ୨୦ ହଜାର ପ୍ରାଥମିକ ଶିକ୍ଷକ I ଏ ନେଇ ଗଣଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି I ଆସନ୍ତା ୧୩ ତାରିଖରୁ ଆଶାୟୀ ପ୍ରାର୍ଥୀମାନେ ଓସେପା ୱେବସାଇଟ୍ରେ ଶିକ୍ଷକ ପଦବୀ ପାଇଁ ଆବେଦନ କରିପାରିବେ । ଆବେଦନର ଶେଷ ସମୟ ଆସନ୍ତା ଅକ୍ଟୋବର ୧୦ ତାରିଖ । ତେବେ କିଛି ବର୍ଷ ବ୍ୟବଧାନରେ ବ୍ୟାପକ ସଂଖାରେ ଏହି ନିଯୁକ୍ତି ପ୍ରକ୍ରିୟା ଆରମ୍ଭ ହୋଇଛି। ଏହାପରେ ରାଜ୍ୟର ସରକାରୀ ପ୍ରାଥମିକ […]
ଭୁବନେଶ୍ୱର : ରାଜ୍ୟରେ ନିଯୁକ୍ତି ପାଇବେ ୨୦ ହଜାର ପ୍ରାଥମିକ ଶିକ୍ଷକ I ଏ ନେଇ ଗଣଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି I ଆସନ୍ତା ୧୩ ତାରିଖରୁ ଆଶାୟୀ ପ୍ରାର୍ଥୀମାନେ ଓସେପା ୱେବସାଇଟ୍ରେ ଶିକ୍ଷକ ପଦବୀ ପାଇଁ ଆବେଦନ କରିପାରିବେ । ଆବେଦନର ଶେଷ ସମୟ ଆସନ୍ତା ଅକ୍ଟୋବର ୧୦ ତାରିଖ ।
ତେବେ କିଛି ବର୍ଷ ବ୍ୟବଧାନରେ ବ୍ୟାପକ ସଂଖାରେ ଏହି ନିଯୁକ୍ତି ପ୍ରକ୍ରିୟା ଆରମ୍ଭ ହୋଇଛି। ଏହାପରେ ରାଜ୍ୟର ସରକାରୀ ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷକ ଅଭାବ ଦୂର ହେବ । ପ୍ରାଥମିକ ଶିକ୍ଷା ବ୍ୟବସ୍ଥା ସୁଦୃଢ଼ ହେବ । ବିଭାଗ ଅଧୀନରେ ହେବାକୁ ଥିବା ଏହି ୨୦ ହଜାର ଶିକ୍ଷକ ନିଯୁକ୍ତି ପ୍ରକ୍ରିୟା ସମ୍ପୂର୍ଣ୍ଣ ଭାବେ ଅନ୍ଲାଇନ୍ରେ କରାଯିବ ।
ବିଭାଗ ଅଧୀନରେ ହେବାକୁ ଥିବା ଏହି ୨୦ ହଜାର ଶିକ୍ଷକ ନିଯୁକ୍ତି ପ୍ରକ୍ରିୟା ସମ୍ପୂର୍ଣ୍ଣ ଭାବେ ଅନ୍ଲାଇନ୍ରେ କରାଯିବ । କମ୍ପ୍ୟୁଟର ବେସଡ୍ ଟେଷ୍ଟ (ସିବିଟି) ମାଧ୍ୟମରେ ଲିଖିତ ପରୀକ୍ଷା କରାଯାଇ ଆଶାୟୀ ପ୍ରାର୍ଥୀଙ୍କୁ ଚୟନ କରାଯିବ । ସମଗ୍ର ଶିକ୍ଷା କାର୍ଯ୍ୟକ୍ରମ ଅଧୀନରେ ଜିଲ୍ଲା ଅନୁସାରେ ଜିଲ୍ଲା ପରିଷଦ ପକ୍ଷରୁ ସମସ୍ତ ପ୍ରାଥମିକ କନିଷ୍ଠ ଶିକ୍ଷକ (ସିମାଟିକ୍)ଙ୍କୁ ନିଯୁକ୍ତି ଦିଆଯିବ । ଓସେପାରେ ୱେବସାଇଟ୍ରେ ନିଯୁକ୍ତି ପାଇଁ ଜିଲ୍ଲାୱାରୀ ପଦବୀ, ଲିଖିତ ପରୀକ୍ଷାର ସିଲାବସ୍, କେଉଁ କେଉଁ ତଥ୍ୟ ଅପଲୋଡ୍ କରାଯିବ ଆଦି ସବିଶେଷ ବିବରଣୀ ଉପଲବ୍ଧ ରହିଛି । ସୂଚନା ଥାଉକି, କମ୍ପ୍ୟୁଟର ବେସଡ୍ ଟେଷ୍ଟ ମାଧ୍ୟମରେ ଲିଖିତ ପରୀକ୍ଷା କରାଯାଇ ଆଶାୟୀ ପ୍ରାର୍ଥୀଙ୍କୁ ଚୟନ କରାଯିବ । ସମଗ୍ର ଶିକ୍ଷା କାର୍ଯ୍ୟକ୍ରମ ଅଧୀନରେ ଜିଲ୍ଲା ଅନୁସାରେ ଜିଲ୍ଲା ପରିଷଦ ପକ୍ଷରୁ ସମସ୍ତ ପ୍ରାଥମିକ କନିଷ୍ଠ ଶିକ୍ଷକଙ୍କୁ ନିଯୁକ୍ତି ଦିଆଯିବ । ଓସେପାରେ ୱେବସାଇଟ୍ରେ ନିଯୁକ୍ତି ପାଇଁ ଜିଲ୍ଲାୱାରୀ ପଦବୀ, ଲିଖିତ ପରୀକ୍ଷାର ସିଲାବସ୍, କେଉଁ କେଉଁ ତଥ୍ୟ ଅପଲୋଡ୍ କରାଯିବ ଆଦି ସବିଶେଷ ବିବରଣୀ ଉପଲବ୍ଧ ରହିଛି ।




