ଘୋଷଣା ହେଲା ଆଉ ୨୨ ଟି ନୂଆ NAC
ଭୁବନେଶ୍ୱର : ରାଜ୍ୟରେ ଆଉ ୨୨ ଟି ନୂଆ ବିଜ୍ଞାପିତ ଅଞ୍ଚଳ (ନାସି) ଘୋଷଣା କଲେ ମୁଖ୍ୟମନ୍ତ୍ରୀ I ଏହାସହ ଭଞ୍ଜନଗର NAC କୁ ମ୍ୟୁନିସିପାଲିଟି ଘୋଷଣା କରାଯାଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟର ୧୩ ଜିଲ୍ଲାର ୨୨ଟି ନୂତନ ବିଜ୍ଞପିତ ଅଞ୍ଚଳ ପରିଷଦ ଗଠନ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ଘୋଷଣା ଅନୁଯାୟୀ,ବୌଦ୍ଧ ଜିଲ୍ଲାର ମନମୁଣ୍ଡା, ପୁରୁଣା କଟକ,ବାଉଁଶୁଣି, ବଲାଙ୍ଗୀରର ଲୋଇସିଂହା ଓ ସିନ୍ଧେକେଲା, ବରଗଡ଼ର ସୋହେଲା, ବାଲେଶ୍ବରର ବାଲିଆପାଳ ଓ ଖଇରା, ଭଦ୍ରକର […]
ଭୁବନେଶ୍ୱର : ରାଜ୍ୟରେ ଆଉ ୨୨ ଟି ନୂଆ ବିଜ୍ଞାପିତ ଅଞ୍ଚଳ (ନାସି) ଘୋଷଣା କଲେ ମୁଖ୍ୟମନ୍ତ୍ରୀ I ଏହାସହ ଭଞ୍ଜନଗର NAC କୁ ମ୍ୟୁନିସିପାଲିଟି ଘୋଷଣା କରାଯାଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟର ୧୩ ଜିଲ୍ଲାର ୨୨ଟି ନୂତନ ବିଜ୍ଞପିତ ଅଞ୍ଚଳ ପରିଷଦ ଗଠନ ଘୋଷଣା କରିଛନ୍ତି।
ମୁଖ୍ୟମନ୍ତ୍ରୀଙ୍କ ଘୋଷଣା ଅନୁଯାୟୀ,ବୌଦ୍ଧ ଜିଲ୍ଲାର ମନମୁଣ୍ଡା, ପୁରୁଣା କଟକ,ବାଉଁଶୁଣି, ବଲାଙ୍ଗୀରର ଲୋଇସିଂହା ଓ ସିନ୍ଧେକେଲା, ବରଗଡ଼ର ସୋହେଲା, ବାଲେଶ୍ବରର ବାଲିଆପାଳ ଓ ଖଇରା, ଭଦ୍ରକର ଧାମରା, ଢେଙ୍କାନାଳର ରାସୋଳ, ଜଗତସିଂହପୁରର କୁଜଙ୍ଗ କଳାହାଣ୍ଡିର ନର୍ଲା ଓ ମଦନପୁର ରାମପୁର, ଖୋର୍ଦ୍ଧାର ବୋଲଗଡ଼ ନୟାଗଡ଼ର ଶରଣକୁଳ, ପୁରୀର ସାକ୍ଷୀଗୋପାଳ ଓ କାକଟପୁର,ସମ୍ବଲପୁରର ରେଙ୍ଗାଲି ଓ ବାମଣ୍ଡା ଏବଂ ସୁବର୍ଣ୍ଣପୁର ଜିଲ୍ଲାର ସୁବଳୟା, ଉଲୁଣ୍ଡା ଓ ରାମପୁର ଆଦି ସ୍ଥାନକୁ ବିଜ୍ଞାପିତ ଅଞ୍ଚଳ ପରିଷଦ ମାନ୍ୟତା ପ୍ରଦାନ କରାଯାଇଛି I




