ସିଏମଓରୁ ବଦଳି ହେଲେ ୨୨ ଜଣ ଓଏସଏସ ଅଧିକାରୀ

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ହଟିଲେ ୨୨ ଜଣ ଅଧିକାରୀ I ନୂଆ ମୁଖ୍ୟମନ୍ତ୍ରୀ ଭାବେ ମୋହନ ମାଝି ଶପଥ ନେବା ପରେ ବିଭିନ୍ନ ବିଭାଗର ସମୀକ୍ଷା କରୁଛନ୍ତି। ରାଜ୍ୟ ଅତିଥି ଭବନରୁ ସରକାର ଚଳାଉଥିବା ମୋହନଙ୍କ ସରକାରରେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରେ କାର୍ଯ୍ୟରତ ଥିବା ୨୨ଜଣ ଓଏସ୍‌‌ଏସ୍‌‌ ଅଧିକାରୀଙ୍କୁ ବଦଳି କରାଯାଇଛି। ସେମାନଙ୍କୁ ନିଜ ବିଭାଗକୁ ବଦଳି କରାଯାଇଥିବା ସୂଚନା ମିଳିଛି। ସେପଟେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ନିଯୁକ୍ତ ହୋଇଛନ୍ତି ୨ ନୂଆ ଅଫିସର। ସତୀଶ ଚନ୍ଦ୍ର ସାମଲ […]

Samaya Live Picture
Published On

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ହଟିଲେ ୨୨ ଜଣ ଅଧିକାରୀ I ନୂଆ ମୁଖ୍ୟମନ୍ତ୍ରୀ ଭାବେ ମୋହନ ମାଝି ଶପଥ ନେବା ପରେ ବିଭିନ୍ନ ବିଭାଗର ସମୀକ୍ଷା କରୁଛନ୍ତି। ରାଜ୍ୟ ଅତିଥି ଭବନରୁ ସରକାର ଚଳାଉଥିବା ମୋହନଙ୍କ ସରକାରରେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରେ କାର୍ଯ୍ୟରତ ଥିବା ୨୨ଜଣ ଓଏସ୍‌‌ଏସ୍‌‌ ଅଧିକାରୀଙ୍କୁ ବଦଳି କରାଯାଇଛି। ସେମାନଙ୍କୁ ନିଜ ବିଭାଗକୁ ବଦଳି କରାଯାଇଥିବା ସୂଚନା ମିଳିଛି। ସେପଟେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ନିଯୁକ୍ତ ହୋଇଛନ୍ତି ୨ ନୂଆ ଅଫିସର। ସତୀଶ ଚନ୍ଦ୍ର ସାମଲ ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ବ୍ୟକ୍ତିଗତ ସଚିବ ଭାବେ ନିଯୁକ୍ତ ପାଇଥିବା ବେଳେ ବିନୋଦ ବିହାରୀ ସିଂହଙ୍କୁ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ନିଯୁକ୍ତି ମିଳିଛି।

Tags: