୨୩ ରୁ ୨୫ କଲେଜ ଏବଂ ବିଶ୍ୱବିଦ୍ୟାଳୟ ବନ୍ଦ,ଡାକ୍ତରଙ୍କ ଛୁଟି ବାତିଲ

ଭୁବନେଶ୍ୱର : ବଙ୍ଗୋପସାଗରେ ଦାନା ବାନ୍ଧୁଛି ସମ୍ଭାବ୍ୟ ବାତ୍ୟା ‘ଦାନା’। ଏହାର ପ୍ରଭାବ ଓଡ଼ିଶା ଉପରେ ପଡ଼ିବାର ଆଶଙ୍କା ଥିବାରୁ ରାଜ୍ୟ ସରକାର କଲେଜ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି। ବାତ୍ୟା ପାଇଁ ଆସନ୍ତା ୨୩ରୁ ୨୫ ଅକ୍ଟୋବର ଯାଏ କଲେଜ ଏବଂ ବିଶ୍ୱବିଦ୍ୟାଳୟଗୁଡ଼ିକ ବନ୍ଦ ରଖିବାକୁ କୁହାଯାଇଛି। ଅନ୍ୟପଟେ ସମ୍ଭାବ୍ୟ ବାତ୍ୟା ଦାନା ପାଇଁ ସମସ୍ତ ଡାକ୍ତରଙ୍କ ଛୁଟି ବାତିଲ କରାଯାଇଛି । ଏନେଇ ସୂଚନା ଦେଇଛନ୍ତି ସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ବିଜୟ ମହାପାତ୍ର । […]

Samaya Live Picture
Published On

ଭୁବନେଶ୍ୱର : ବଙ୍ଗୋପସାଗରେ ଦାନା ବାନ୍ଧୁଛି ସମ୍ଭାବ୍ୟ ବାତ୍ୟା ‘ଦାନା’। ଏହାର ପ୍ରଭାବ ଓଡ଼ିଶା ଉପରେ ପଡ଼ିବାର ଆଶଙ୍କା ଥିବାରୁ ରାଜ୍ୟ ସରକାର କଲେଜ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି। ବାତ୍ୟା ପାଇଁ ଆସନ୍ତା ୨୩ରୁ ୨୫ ଅକ୍ଟୋବର ଯାଏ କଲେଜ ଏବଂ ବିଶ୍ୱବିଦ୍ୟାଳୟଗୁଡ଼ିକ ବନ୍ଦ ରଖିବାକୁ କୁହାଯାଇଛି।

ଅନ୍ୟପଟେ ସମ୍ଭାବ୍ୟ ବାତ୍ୟା ଦାନା ପାଇଁ ସମସ୍ତ ଡାକ୍ତରଙ୍କ ଛୁଟି ବାତିଲ କରାଯାଇଛି । ଏନେଇ ସୂଚନା ଦେଇଛନ୍ତି ସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ବିଜୟ ମହାପାତ୍ର । ଡାଇରିଆ ଓ ସର୍ପାଘାତ ଔଷଧ ସବୁ ମେଡିକାଲରେ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି। ହସ୍ପିଟାଲରେ ୨୪ ଘଣ୍ଟିଆ ପାୱାର ବ୍ୟାକ୍ ଅପ୍ ରଖିବାକୁ କୁହାଯାଇଛି। ସ୍ଵାସ୍ଥ୍ୟ ନିର୍ଦ୍ଦେଶକ କହିଛନ୍ତି ଯେ, ବାତ୍ୟା ପ୍ରଭାବିତ ଅଞ୍ଚଳରେ ଟିମ୍ ପଠାଯାଇ ସେବା ଦିଆଯିବ। ରାଜ୍ୟ ଏବଂ ବ୍ଲକ ସ୍ତରରେ କଣ୍ଟ୍ରୋଲ ରୁମ୍ କରି ମନିଟର କରାଯାଉଛି। ସୋମବାର ଠାରୁ ଗର୍ଭବତୀଙ୍କୁ ସ୍ଥାନାନ୍ତର ପ୍ରକ୍ରିୟା ଚାଲିଛି।

Tags: