+୩ ନାମଲେଖା ନିୟମରେ ପରିବର୍ତ୍ତନ
ଭୁବନେଶ୍ୱର : ଯୁକ୍ତ ତିନିରେ ନାମ ଲେଖାଇବା ନିୟମରେ ବଡ଼ ପରିବର୍ତ୍ତନ । ପ୍ରଥମ ପର୍ଯାୟରେ ନାଁ ଲେଖାଇବାକୁ ଚାହୁଁଥିବା ଛାତ୍ରଛାତ୍ରୀମାନେ ଯଦି ଚାହିଁବେ ତେବେ ୨ୟ ପର୍ୟ୍ୟାୟ ପାଇଁ ବି ଆବେଦନ କରି ପାରିବେ । ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଏନେଇ ଗାଇଡଲାଇନରେ ଜାରି କରାଯାଇଛି। ଏନେଇ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ପ୍ରେସମିଟ କରି ସୂଚନା ଦେଇଛନ୍ତି । ଏ ନେଇ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ “ଏକ୍ସ’ ଜରିଆରେ ସୂଚନା ଦିଆଯାଇଛି । ୨୦୨୪-୨୫ […]
ଭୁବନେଶ୍ୱର : ଯୁକ୍ତ ତିନିରେ ନାମ ଲେଖାଇବା ନିୟମରେ ବଡ଼ ପରିବର୍ତ୍ତନ । ପ୍ରଥମ ପର୍ଯାୟରେ ନାଁ ଲେଖାଇବାକୁ ଚାହୁଁଥିବା ଛାତ୍ରଛାତ୍ରୀମାନେ ଯଦି ଚାହିଁବେ ତେବେ ୨ୟ ପର୍ୟ୍ୟାୟ ପାଇଁ ବି ଆବେଦନ କରି ପାରିବେ । ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଏନେଇ ଗାଇଡଲାଇନରେ ଜାରି କରାଯାଇଛି। ଏନେଇ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ପ୍ରେସମିଟ କରି ସୂଚନା ଦେଇଛନ୍ତି । ଏ ନେଇ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ “ଏକ୍ସ’ ଜରିଆରେ ସୂଚନା ଦିଆଯାଇଛି ।
୨୦୨୪-୨୫ ଶିକ୍ଷା ବର୍ଷରେ ଯୁକ୍ତ ତିନି ନାମଲେଖା ପାଇଁ ଗତ ୧୨ ତାରିଖରୁ ଆରମ୍ଭ ହୋଇଛି ପ୍ରକ୍ରିୟା । ଯେଉଁମାନେ ପ୍ରଥମ ପର୍ଯ୍ୟାୟରେ ଆବେଦନ କରି ସାରିଛନ୍ତି ସେମାନେ ପୁନର୍ବାର ଦ୍ୱିତୀୟ ପର୍ଯ୍ୟାୟରେ ଆବେଦନ କରିବାର ସୁଯୋଗ ପାଇ ପାରିବେ । ଏହି ଆବେଦନ ପ୍ରକ୍ରିୟା ୨୬ ତାରିଖ ପର୍ଯ୍ୟନ୍ତ ଚାଲିବ ।
ପୂର୍ବରୁ ପ୍ରଥମ ପର୍ଯ୍ୟାୟରେ ଯେଉଁମାନେ ନାମଲେଖାଇ ସାରିଛନ୍ତି, ସେମାନେ ଦ୍ୱିତୀୟ ପର୍ଯ୍ୟାୟରେ ଆବେଦନ କରିପାରିବେ ନାହିଁ ବୋଲି ଗାଇଡଲାଇନରେ ଉଲ୍ଲେଖ ରହିଥିଲା। ତେବେ ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ ଏଥିରେ ପରିବତ୍ତର୍ନ କରାଯାଇଛି । ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ କ୍ରମେ ଯେଉଁ ଛାତ୍ରୀଛାତ୍ରମାନେ ପ୍ରଥମ ପର୍ଯ୍ୟାୟରେ ନାମଲେଖାଇ ସାରିଛନ୍ତି, ସେମାନେ ମଧ୍ୟ ଦ୍ୱିତୀୟ ପର୍ଯ୍ୟାୟରେ ଅଂଶଗ୍ରହଣ କରିପାରିବେ ବୋଲି ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ରାଜ୍ୟର ୧ ହଜାର ୫୬ଟି ଡିଗ୍ରୀ କଲେଜରେ ଯୁକ୍ତ ତିନି ନାମଲେଖା ପାଇଁ ମୋଟ ୨ ଲକ୍ଷ ୭୪ ହଜାର ୧୫୧ଟି ସିଟ୍ ରହିଛି । ପ୍ରଥମ ପର୍ଯ୍ୟାୟରେ ୧ ଲକ୍ଷ ୭୭ ହଜାର ୬୭୩ ଜଣ ନାମ ଲେଖାଇଥିବା ବେଳେ, ଆଉ ୯୬ ହଜାର ୪୭୮ଟି ସିଟ୍ ଖାଲି ପଡ଼ିଛି । ସିଟ୍ ପୂରଣ କରିବା ପାଇଁ ବିଭାଗ ପକ୍ଷରୁ ଦ୍ୱିତୀୟ ପର୍ଯ୍ୟାୟ ଆବେଦନ ପ୍ରକ୍ରିୟା ଆରମ୍ଭ ହୋଇଛି । ସେପ୍ଟେମ୍ବର ୨ ତାରିଖରେ ଦ୍ୱିତୀୟ ପର୍ଯ୍ୟାୟ ପ୍ରଥମ ମେଧା ତାଲିକା ପ୍ରକାଶ ପାଇବ । ମନୋନୀତ ଛାତ୍ରୀଛାତ୍ରମାନେ ୩ ତାରିଖ ସକାଳ ୧୦ଟାରୁ ୬ ତାରିଖ ସଂଧ୍ୟା ୫ଟା ଭିତରେ ନାମ ଲେଖାଇବେ ।




