ଭୁବନେଶ୍ୱରରେ ପ୍ରତିଷ୍ଠା ହେବ ଆଉ ୩ଟି ଅଗ୍ନିଶମ ସେବା କେନ୍ଦ୍ର

ଭୁବନେଶ୍ୱର : ଭୁବନେଶ୍ୱରରେ ପ୍ରତିଷ୍ଠା ହେବ ଆଉ ୩ଟି ନୂଆ ଅଗ୍ନିଶମ ସେବା କେନ୍ଦ୍ର । ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି । ଏଥିପାଇଁ ୪୫ ଜଣ ଅଗ୍ନିଶମ କର୍ମଚାରୀ ନୂତନ ନିଯୁକ୍ତି ପାଇବେ I ଏହି ୩ଟି ଅଗ୍ନିଶମ ସେବା କେନ୍ଦ୍ର ତମାଣ୍ଡୋ, ମଞ୍ଚେଶ୍ବର ଓ ପାହାଳରେ ପ୍ରତିଷ୍ଠା କରାଯିବ । ପ୍ରତ୍ୟେକ କେନ୍ଦ୍ରରେ ୧୫ ଜଣ ଲେଖାଏ କର୍ମଚାରୀ ରହିବେ । ଏଥିରେ ଜଣେ ଷ୍ଟେସନ ଅଫିସର, ଦୁଇ ଜଣ ଲିଡିଂ […]

Samaya Live Picture
Published On

ଭୁବନେଶ୍ୱର : ଭୁବନେଶ୍ୱରରେ ପ୍ରତିଷ୍ଠା ହେବ ଆଉ ୩ଟି ନୂଆ ଅଗ୍ନିଶମ ସେବା କେନ୍ଦ୍ର । ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି । ଏଥିପାଇଁ ୪୫ ଜଣ ଅଗ୍ନିଶମ କର୍ମଚାରୀ ନୂତନ ନିଯୁକ୍ତି ପାଇବେ I ଏହି ୩ଟି ଅଗ୍ନିଶମ ସେବା କେନ୍ଦ୍ର ତମାଣ୍ଡୋ, ମଞ୍ଚେଶ୍ବର ଓ ପାହାଳରେ ପ୍ରତିଷ୍ଠା କରାଯିବ । ପ୍ରତ୍ୟେକ କେନ୍ଦ୍ରରେ ୧୫ ଜଣ ଲେଖାଏ କର୍ମଚାରୀ ରହିବେ । ଏଥିରେ ଜଣେ ଷ୍ଟେସନ ଅଫିସର, ଦୁଇ ଜଣ ଲିଡିଂ ଫାୟାରମ୍ୟାନ, ଜଣେ ଡ୍ରାଇଭର-ହାବିଲଦାର, ଜଣେ ଫାୟାରମ୍ୟାନ ଡ୍ରାଇଭର ଓ ୧୦ ଜଣ ଫାୟାରମ୍ୟାନ ନିଯୁକ୍ତି ପାଇବେ ।

ଭୁବନେଶ୍ବରର କ୍ରମବର୍ଦ୍ଧିଷ୍ଣୁ ପରିସର ଓ ଜନସଂଖ୍ୟା ବୃଦ୍ଧିକୁ ଦୃଷ୍ଟିରେ ରଖି ଅଗ୍ନିଶମ ବ୍ୟବସ୍ଥାକୁ ସୁଦୃଢ କରି ଧନଜୀବନକୁ ସୁରକ୍ଷା ଯୋଗାଇଦେବା ପାଇଁ ମୁଖ୍ୟମନ୍ତ୍ରୀ ଏହି ନିଷ୍ପତ୍ତି ନେଇଛନ୍ତି। ତେବେ ଭୁବନେଶ୍ୱରରେ ଆଉ ୩ଟି ଅଗ୍ନିଶମ କେନ୍ଦ୍ର ଖୋଲିଲେ ଲୋକଙ୍କ ଅନେକ ସୁବିଧା ହେବ । କୌଣସି ଅପ୍ରିତିକର ପରିସ୍ଥିତିରେ ଯେଉଁଠି ଅଗ୍ନିଶମ ବାହୀନିକୁ ପହଞ୍ଚିବା ପାଇଁ ଅନେକ ସମୟ ଲାଗୁଥିଲା ସେହି ପରିସ୍ଥିତିରେ ଆହୁରି ଶୀଘ୍ର ଅଗ୍ନିଶମ ବାହୀନି ପହଞ୍ଚିବା ସହ ଅପ୍ରିତିକର ପରିସ୍ଥିତିର ମୁକାବିଲା କରିହେବ I

Tags: