ଏପ୍ରିଲ ୧୬ ତାରିଖରୁ ଆରମ୍ଭ ହେବ +୩ ନାମଲେଖା ଆବେଦନ ପ୍ରକ୍ରିୟା

ଭୁବନେଶ୍ୱର : ଏପ୍ରିଲ ୧୬ରୁ +୩ ନାମଲେଖା ପାଇଁ ଛାତ୍ରୀଛାତ୍ର ଆବେଦନ କରିପାରିବେ। ଆସନ୍ତା ଶିକ୍ଷାବର୍ଷ ୨୦୨୫-୨୬ ନିମନ୍ତେ ରାଜ୍ୟ ସରକାରଙ୍କ ଉଚ୍ଚଶିକ୍ଷା ବିଭାଗ ତରଫରୁ ନିଷ୍ପତ୍ତି ଗ୍ରହଣ କରାଯାଇଛି। ଛାତ୍ରଛାତ୍ରୀ ମାନେ SAM ପୋର୍ଟାଲରେ ମାଧ୍ୟମରେ +୩ ନାମଲେଖା ପାଇଁ ଆବେଦନ କରିପାରିବେ। ଜୁଲାଇ ୧୦ ତାରିଖ ସୁଦ୍ଧା ପାଠ୍ୟକ୍ରମ ଆରମ୍ଭ ହେବ ବୋଲି ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ସ୍ନାତକ ଶ୍ରେଣୀ ପାଠ୍ୟକ୍ରମରେ ନାମଲେଖା ନିମନ୍ତେ ଆବେଦନକାରୀମାନଙ୍କ ପାଇଁ ଆସନ୍ତା ଏପ୍ରିଲ ୧୬ […]

ଏପ୍ରିଲ ୧୬ ତାରିଖରୁ ଆରମ୍ଭ ହେବ +୩ ନାମଲେଖା ଆବେଦନ ପ୍ରକ୍ରିୟା
Samaya Live Picture
Published On

ଭୁବନେଶ୍ୱର : ଏପ୍ରିଲ ୧୬ରୁ +୩ ନାମଲେଖା ପାଇଁ ଛାତ୍ରୀଛାତ୍ର ଆବେଦନ କରିପାରିବେ। ଆସନ୍ତା ଶିକ୍ଷାବର୍ଷ ୨୦୨୫-୨୬ ନିମନ୍ତେ ରାଜ୍ୟ ସରକାରଙ୍କ ଉଚ୍ଚଶିକ୍ଷା ବିଭାଗ ତରଫରୁ ନିଷ୍ପତ୍ତି ଗ୍ରହଣ କରାଯାଇଛି। ଛାତ୍ରଛାତ୍ରୀ ମାନେ SAM ପୋର୍ଟାଲରେ ମାଧ୍ୟମରେ +୩ ନାମଲେଖା ପାଇଁ ଆବେଦନ କରିପାରିବେ। ଜୁଲାଇ ୧୦ ତାରିଖ ସୁଦ୍ଧା ପାଠ୍ୟକ୍ରମ ଆରମ୍ଭ ହେବ ବୋଲି ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ସ୍ନାତକ ଶ୍ରେଣୀ ପାଠ୍ୟକ୍ରମରେ ନାମଲେଖା ନିମନ୍ତେ ଆବେଦନକାରୀମାନଙ୍କ ପାଇଁ ଆସନ୍ତା ଏପ୍ରିଲ ୧୬ ତାରିଖ (୧୬. ୦୪. ୨୦୨୫) ଠାରୁ କମନ ଆପ୍ଳିକେସନ ଫର୍ମ(ସିଏଏଫ) ପୂରଣ ପ୍ରକ୍ରିୟା ଆରମ୍ଭ ହେବ।

ଶିକ୍ଷାବର୍ଷ ୨୦୨୫-୨୬ ପାଇଁ ସ୍ନାତକ ଶ୍ରେଣୀରେ ନାମଲେଖା ପ୍ରକ୍ରିୟା ଜାତୀୟ ଶିକ୍ଷା ନୀତି-୨୦୨୦ ଆଧାରରେ କରାଯିବ। ଫର୍ମ(ସିଏଏଫ) ପୂରଣ କରିବା ସମୟରେ ନିଜ ପସନ୍ଦ ଅନୁଯାୟୀ ପାଠ୍ୟକ୍ରମର ବିଭିନ୍ନ ପ୍ରକାର ଯଥା: ଗୋଟିଏ ମୁଖ୍ୟ ବିଷୟ ସହିତ ଦୁଇଟି ଉପବିଷୟ କିମ୍ବା ଦୁଇଟି ମୁଖ୍ୟ ବିଷୟ କିମ୍ବା ତିନିଟି ଉପବିଷୟ ଚୟନ କରିପାରିବେ।

ଏଥିସହ ଆସନ୍ତା ଜୁଲାଇ ମାସ ୧୦ ତାରିଖ ସୁଦ୍ଧା ଆରମ୍ଭ କରାଯିବାପାଇଁ ଲକ୍ଷ୍ୟ ରଖାଯାଇଛି। ସରକାରଙ୍କ ଏହି ନିଷ୍ପତ୍ତି ଫଳରେ ସଠିକ ସମୟରେ ପାଠ୍ୟକ୍ରମ ଆରମ୍ଭ ହେବା ସହିତ ସଠିକ ସମୟରେ ପରୀକ୍ଷା କରାଯାଇ ଫଳାଫଳ ମଧ୍ୟ ଘୋଷଣା କରାଯାଇପାରିବ, ଯାହାଦ୍ୱାରା ଛାତ୍ରଛାତ୍ରୀମାନେ ଉପକୃତ ହୋଇପାରିବେ।

Tags: