ଆଜି ଶ୍ରୀମନ୍ଦିରରେ ପଇତାଲାଗି ନୀତି,୫ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ

ଆଜି ଶ୍ରୀମନ୍ଦିରରେ ପଇତାଲାଗି ନୀତି,୫ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ
Samaya Live News Picture
Published On

ପୁରୀ : ମାର୍ଗଶୀର କୃଷ୍ଣ ତ୍ରୟୋଦଶୀ ତିଥିରେ ଶ୍ରୀମନ୍ଦିରରେ ହୋଇଥାଏ ମହାପ୍ରଭୁଙ୍କର ପଇତାଲାଗି ନୀତି  । ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ପାଞ୍ଚ ଘଣ୍ଟା ପାଇଁ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଦ୍ବିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବା ପରେ ଏହି ନୀତି ଅନୁଷ୍ଠିତ ହେବ । ଏଥିପାଇଁ ଅପରାହ୍ନ ୫ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ଶ୍ରଦ୍ଧାଳୁଙ୍କ ଦର୍ଶନ ବନ୍ଦ ରହିବ । ଦଇତାପତି ସେବାୟତଙ୍କ ଏହା ଗୋଷ୍ଠୀଗତ ସେବା ହୋଇଥିବା ବେଳେ ଏହା ଏକ ଗୁପ୍ତନୀତି ହୋଇଥିବାରୁ ଶ୍ରୀମନ୍ଦିରର ଜୟବିଜୟ ଦ୍ଵାର ବନ୍ଦ ରହିବ । ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି I

ଦ୍ବିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବା ପରେ ଏହି ନୀତି ଅନୁଷ୍ଠିତ ହେବ। ଶ୍ରୀବିଗ୍ରହଙ୍କ ଶ୍ରୀଅଙ୍ଗ ସୁରକ୍ଷା ପାଇଁ ଏହି ସ୍ୱତନ୍ତ୍ର ସେବା ହୋଇଥାଏ । ଦଇତାପତି ସେବାୟତମାନଙ୍କ ଦ୍ୱାରା ଅନୁଷ୍ଠିତ ହେବାକୁ ଥିବା ଏହି ଗୁପ୍ତ ନୀତିରେ ମହାପ୍ରଭୁଙ୍କ ଶ୍ରୀଅଙ୍ଗରେ ପାଟରା ସେବାୟତଙ୍କ ଦ୍ୱାରା ପ୍ରସ୍ତୁତ ପଇତା ଲାଗି କରାଯିବ। ପଇତାଲାଗି ନୀତି ପରେ ମହାପ୍ରଭୁଙ୍କ ମହାସ୍ନାନ ନୀତି ସରିବା ପରେ ପୁନର୍ବାର ସର୍ବସାଧାରଣ ଦର୍ଶନ ଆରମ୍ଭ ହେବ। ବର୍ଷକୁ ଦୁଇଥର ମହାପ୍ରଭୁଙ୍କର ଏହି ପଇତା ଲାଗି ନୀତି ଅନୁଷ୍ଠିତ ହେଉଥିବା ବେଳେ ଗୋଟିଏ ଓଢ଼ଣୀ ଷଷ୍ଠୀ ପୂର୍ବରୁ ଏବଂ ଅନ୍ୟଟି ଚନ୍ଦନ ଯାତ୍ରା ପୂର୍ବରୁ ହେବାର ପରମ୍ପରା ରହିଛି।

 

Tags: