୬୯ତମ ପୋଲିସ ଡ୍ୟୁଟି ମିଟ୍: ଅପରାଧୀ ଠାରୁ ପାଦେ ଆଗରେ ରହିବାକୁ ପୋଲିସ ବାହିନୀକୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ
ଭୁବନେଶ୍ଵର:ଆଜିକାଲି ଅପରାଧୀମାନେ ନୂଆ ନୂଆ ଉପାୟ ଅବଲମ୍ବନ କରୁଛନ୍ତି। ତେଣୁ, ପୋଲିସକୁ ମଧ୍ୟ ଅପରାଧୀଙ୍କ ଠାରୁ ପାଦେ ଆଗରେ ରହିବାକୁ ହେବ। ଆଜି କଟକରେ ୬୯ତମ ପୋଲିସ ଡ୍ୟୁଟି ମିଟ୍ ୨୦୨୪ର ଉଦଯାପନୀ ସମାରୋହରେ ପୋଲିସ ବାହିନୀକୁ ଉଦ୍ବୋଧନ ଦେଇ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଏହା କହିଛନ୍ତି। ମୁଖ୍ୟମନ୍ତ୍ରୀ କହିଥିଲେ ଏଥିପାଇଁ ପୋଲିସ ବଳର ଆଧୁନିକୀକରଣ, ପୋଲିସ ବ୍ୟବସ୍ଥାରେ ସଂସ୍କାର, ପୋଲିସ ଅନୁସନ୍ଧାନ ପାଇଁ ଭିତ୍ତିଭୂମି ଏବଂ ପ୍ରଶିକ୍ଷିତ ମାନବ ସମ୍ବଳର ନିତାନ୍ତ ଜରୁରୀ। […]
ଭୁବନେଶ୍ଵର:ଆଜିକାଲି ଅପରାଧୀମାନେ ନୂଆ ନୂଆ ଉପାୟ ଅବଲମ୍ବନ କରୁଛନ୍ତି। ତେଣୁ, ପୋଲିସକୁ ମଧ୍ୟ ଅପରାଧୀଙ୍କ ଠାରୁ ପାଦେ ଆଗରେ ରହିବାକୁ ହେବ। ଆଜି କଟକରେ ୬୯ତମ ପୋଲିସ ଡ୍ୟୁଟି ମିଟ୍ ୨୦୨୪ର ଉଦଯାପନୀ ସମାରୋହରେ ପୋଲିସ ବାହିନୀକୁ ଉଦ୍ବୋଧନ ଦେଇ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଏହା କହିଛନ୍ତି। ମୁଖ୍ୟମନ୍ତ୍ରୀ କହିଥିଲେ ଏଥିପାଇଁ ପୋଲିସ ବଳର ଆଧୁନିକୀକରଣ, ପୋଲିସ ବ୍ୟବସ୍ଥାରେ ସଂସ୍କାର, ପୋଲିସ ଅନୁସନ୍ଧାନ ପାଇଁ ଭିତ୍ତିଭୂମି ଏବଂ ପ୍ରଶିକ୍ଷିତ ମାନବ ସମ୍ବଳର ନିତାନ୍ତ ଜରୁରୀ। ନହେଲେ, ଏକ ଅର୍ଦ୍ଧ-ପ୍ରସ୍ତୁତ ପୋଲିସ ବଳ ଅପରାଧୀଙ୍କୁ ଧରି ଦଣ୍ଡବିଧାନ କରିବା କାଠିକର ପାଠ ହୋଇଯିବ ବୋଲି ସେ କହିଥିଲେ।
ପୁଲିସ ବିଭାଗର ଆଧୁନିକୀକରଣକୁ ସରକାର ସର୍ବୋଚ୍ଚ ପ୍ରାଧାନ୍ୟ ଦେଇ ଆସୁଛନ୍ତି ବୋଲି ପ୍ରକାଶ କରି କହିଥିଲେ ଯେ, ଆଗାମୀ ଦିନରେ ପୋଲିସ୍ର ବ୍ୟବହାର ପାଇଁ ସମଗ୍ର ରାଜ୍ୟରେ ଗାଡ଼ି ସଂଖ୍ୟା ବଢ଼ାଯିବ ଯାହାଦ୍ୱାରା ପୋଲିସ ପେଟ୍ରୋଲିଙ୍ଗ୍, ତଦନ୍ତ, Victim ପାଖରେ ପହଁଞ୍ଚିବା, ଅପରାଧୀ ଧରିବା ଆହୁରି ସୁଦୃଢ଼ ହେବ ।ଏହି ଅବସରରେ ମୁଖ୍ୟମନ୍ତ୍ରୀ ପୁରୀ ଜିଲ୍ଲାରେ ଥିବା ଅସ୍ତରଙ୍ଗ, ବଳଙ୍ଗା ଏବଂ ଡେଲାଙ୍ଗ ପୋଲିସ ଷ୍ଟେସନର ନୂତନ ଗୃହର ଉଦଘାଟନ କରିଥିଲେ।




