ରାଜ୍ୟ କ୍ୟାବିନେଟ୍‌ ବୈଠକରେ ୭ ପ୍ରସ୍ତାବକୁ ମଞ୍ଜୁରୀ

ଭୁବନେଶ୍ୱର : ଲୋକସେବା ଭବନରେ ଶନିବାର ଅନୁଷ୍ଠିତ ହୋଇଯାଇଛି ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ବସିଥିବା କ୍ୟାବିନେଟ୍‌ ବୈଠକରେ ୭ ପ୍ରସ୍ତାବ ଉପରେ ମୋହର ବାଜିଛି। ମୁଖ୍ୟମନ୍ତ୍ରୀ କାମଧେନୁ ଯୋଜନା ସମେତ ୭ ପ୍ରସ୍ତାବକୁ କ୍ୟାବିନେଟ ଅନୁମୋଦନ ପ୍ରଦାନ କରିଥିବା ସୂଚନା ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। କ୍ୟାବିନେଟ ନିଷ୍ପତ୍ତିନୁସାରେ, ରାଜ୍ୟ ସରକାର ହାଇକୋର୍ଟର କର୍ମଚାରୀମାନଙ୍କ ପାଇଁ ୫୫୦ଟି ଷ୍ଟାଫ କ୍ବାର୍ଟସ ନିର୍ମାଣ କରିବେ। ଏହାର ନିର୍ମାଣ କାମ […]

Samaya Live Picture
Published On

ଭୁବନେଶ୍ୱର : ଲୋକସେବା ଭବନରେ ଶନିବାର ଅନୁଷ୍ଠିତ ହୋଇଯାଇଛି ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ବସିଥିବା କ୍ୟାବିନେଟ୍‌ ବୈଠକରେ ୭ ପ୍ରସ୍ତାବ ଉପରେ ମୋହର ବାଜିଛି। ମୁଖ୍ୟମନ୍ତ୍ରୀ କାମଧେନୁ ଯୋଜନା ସମେତ ୭ ପ୍ରସ୍ତାବକୁ କ୍ୟାବିନେଟ ଅନୁମୋଦନ ପ୍ରଦାନ କରିଥିବା ସୂଚନା ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ।

କ୍ୟାବିନେଟ ନିଷ୍ପତ୍ତିନୁସାରେ, ରାଜ୍ୟ ସରକାର ହାଇକୋର୍ଟର କର୍ମଚାରୀମାନଙ୍କ ପାଇଁ ୫୫୦ଟି ଷ୍ଟାଫ କ୍ବାର୍ଟସ ନିର୍ମାଣ କରିବେ। ଏହାର ନିର୍ମାଣ କାମ ଆସନ୍ତା ୩୦ ମାସ ମଧ୍ୟରେ ଶେଷ କରାଯିବାକୁ ଲକ୍ଷ୍ୟ ରଖାଯାଇଛି। ସେହିପରି ବେସରକାରୀ ଡିଲରଙ୍କୁ ଆଉ ଦେଢ଼ ବର୍ଷର ଏକ୍ସଟେନସନ ମିଳିଛି। ଏଥିସହ ଗୋପାଳକ ଓ ଦୁଗ୍ଧଚାଷୀଙ୍କ ସ୍ବାର୍ଥ ପାଇଁ କାମଧେନୁ ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି। ଏହା ଦ୍ବାରା ରାଜ୍ୟର ଦୁଗ୍ଧଚାଷୀ ଉପକୃତ ହେବେ।

କାମଧେନୁ ଯୋଜନା ସହିତ ୭ଟି ପ୍ରସ୍ତାବକୁ ଅନୁମୋଦନ ମିଳିଛି। ଗୋପାଳନ, ସୁରକ୍ଷା, ଦୁଗ୍ଧ ଉପାଦାନକୁ ଜାତୀୟ ସ୍ତରରେ ପହଞ୍ଚାଇବା, ମଇଁଷି ପାଳନ, ଗୋ ସମ୍ପଦ ବୀମା (୮୫% ସରକାର ଦେବେ, ୧୫%ଚାଷୀ ଦେବେ ), ବାଛୁରୀ ମାନଙ୍କୁ ଖାଦ୍ୟ ଯୋଗାଣ, ଦୁଗ୍ଧ ଉତ୍ପାଦନକୁ ସହାୟତା, ଓମଫେଡକୁ ସଶକ୍ତ ପାଇଁ ସହାୟତା, ଫଡର ଚାଷ ପାଇଁ ଇନସେଟିଭ ପାଇଁ ପ୍ରସ୍ତାବ ରହିଛି। ଆଗାମୀ ୫ ବର୍ଷରେ ଏଥି ପାଇଁ ୧୪୨୩ କୋଟି ଟଙ୍କାର ସହାୟତା ରାଶି ପ୍ରଦାନ ପାଇଁ କ୍ୟାବିନେଟ ଅନୁମୋଦନ ମିଳିଛି।

Tags: