ଓଡ଼ିଶାରେ ଖୋଲିବ ୮ ଟି ନୂଆ କେନ୍ଦ୍ରୀୟ ବିଦ୍ୟାଳୟ
ଭୁବନେଶ୍ୱର : ଓଡ଼ିଶାରେ ଖୋଲିବା ଆଉ ୮ ଟି କେନ୍ଦ୍ରୀୟ ବିଦ୍ୟାଳୟ । ଏହାସହ ସମଗ୍ର ଦେଶରେ ୮୫ଟି ନୂଆ କେନ୍ଦ୍ରୀୟ ବିଦ୍ୟାଳୟ ସହ ୨୮ଟି ନବୋଦୟ ବିଦ୍ୟାଳୟ ପ୍ରତିଷ୍ଠାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଆର୍ଥିକ ବ୍ୟାପାର ସଂକ୍ରାନ୍ତ କ୍ୟାବିନେଟ୍ କମିଟି(ସିସିଇଏ) ମଞ୍ଜୁରୀ ମିଳିଛି । ଏନେଇ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସୂଚନା ଦେଇଛନ୍ତି । ଓଡ଼ିଶାରେ ଯେଉଁ ୮ଟି ସ୍ଥାନରେ ନୂଆ କେନ୍ଦ୍ରୀୟ ବିଦ୍ୟାଳୟ ଖୋଲିବା ପାଇଁ ନୀତିଗତ ନିଷ୍ପତ୍ତି ହୋଇଛି […]
ଭୁବନେଶ୍ୱର : ଓଡ଼ିଶାରେ ଖୋଲିବା ଆଉ ୮ ଟି କେନ୍ଦ୍ରୀୟ ବିଦ୍ୟାଳୟ । ଏହାସହ ସମଗ୍ର ଦେଶରେ ୮୫ଟି ନୂଆ କେନ୍ଦ୍ରୀୟ ବିଦ୍ୟାଳୟ ସହ ୨୮ଟି ନବୋଦୟ ବିଦ୍ୟାଳୟ ପ୍ରତିଷ୍ଠାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଆର୍ଥିକ ବ୍ୟାପାର ସଂକ୍ରାନ୍ତ କ୍ୟାବିନେଟ୍ କମିଟି(ସିସିଇଏ) ମଞ୍ଜୁରୀ ମିଳିଛି । ଏନେଇ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସୂଚନା ଦେଇଛନ୍ତି ।
ଓଡ଼ିଶାରେ ଯେଉଁ ୮ଟି ସ୍ଥାନରେ ନୂଆ କେନ୍ଦ୍ରୀୟ ବିଦ୍ୟାଳୟ ଖୋଲିବା ପାଇଁ ନୀତିଗତ ନିଷ୍ପତ୍ତି ହୋଇଛି ସେଗୁଡ଼ିକ ହେଲା ସମ୍ବଲପୁର ଜିଲ୍ଲାର କୁଚିଣ୍ଡା, ଅନୁଗୋଳ ଜିଲ୍ଲାର ତାଳଚେର ଓ ଆଠମଲ୍ଲିକ, ଢେଙ୍କାନାଳର କାମାକ୍ଷାନଗର, ଖୋର୍ଦ୍ଧା ଜିଲ୍ଲାର ଆଇଟିବିପି ଖୋର୍ଦ୍ଧା, କୋରାପୁଟ ଜିଲ୍ଲାର ଜୟପୁର, ବଲାଙ୍ଗୀର ଜିଲ୍ଲାର ରେଲୱେ ଟିଟିଲାଗଡ଼ ଓ ପାଟଣାଗଡ଼ରେ ନୂଆ କେନ୍ଦ୍ରୀୟ ବିଦ୍ୟାଳୟ ସ୍ଥାପନା ହେବ । ଭାରତ ସରକାର ୮୫ଟି ନୂଆ କେନ୍ଦ୍ରୀୟ ବିଦ୍ୟାଳୟ ପାଇଁ ପ୍ରାୟ ୫୮୭୨ କୋଟି ଟଙ୍କା ଏବଂ ୨୮ଟି ନବୋଦୟ ବିଦ୍ୟାଳୟ ପ୍ରତିଷ୍ଠା ପାଇଁ ପ୍ରାୟ ୨୩୫୯ କୋଟି ଟଙ୍କା ଖର୍ଚ୍ଚ କରିବେ । ଓଡ଼ିଶା ସମେତ ଭାରତରେ ଶିକ୍ଷାର ବିକାଶ ଓ ଛାତ୍ରଛାତ୍ରୀଙ୍କ ଉଜ୍ବଳ ଭବିଷ୍ୟତ ଗଠନ କରିବା ଦିଗରେ ନିଷ୍ପତି ନେଇଥିବାରୁ ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇଛନ୍ତି କେନ୍ଦ୍ରମନ୍ତ୍ରୀ ।




