ମୁଖ୍ୟମନ୍ତ୍ରୀଙ୍କ ଦ୍ବାରା ୮ଟି ନୂଆ ଗ୍ରୀଡ ସବ୍ଷ୍ଟେସନ ଲୋକାର୍ପିତ
ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ସଂଧ୍ୟାରେ ରାଜ୍ୟର ୮ଟି ଜିଲ୍ଲାରେ ୮ଟି Extra High Voltage Grid Substation ଲୋକାର୍ପିତ କରିଛନ୍ତି । ଏହିସବୁ ସ୍ଥାନ ଗୁଡିକ ହେଲା ଅନୁଗୁଳର ମେରାମୁଣ୍ଡଳି, ଖୋର୍ଦ୍ଧାର କଣ୍ଟାବାଡ, କୋରାପୁଟର ବୋରିଗୁମା, ଝାରସୁଗୁଡାର ଲଖନପୁର, ସୁନ୍ଦରଗଡର କୁମାରମୁଣ୍ଡା, ସମ୍ବଲପୁରର ବାମରା, ବରଗଡର ଭଟଲି ଏବଂ ଭଦ୍ରକ । ଏଥିପାଇଁ ରାଜ୍ୟ ରାଜକୋଷରୁ ୬୫୦ କୋଟି ଟଙ୍କା ବିନିଯୋଗ ହୋଇଛି I ଏହାଦ୍ବାରା ରାଜ୍ୟର ୨ ଲକ୍ଷ ୨୦ ହଜାର ଉପଭୋକ୍ତା […]
ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ସଂଧ୍ୟାରେ ରାଜ୍ୟର ୮ଟି ଜିଲ୍ଲାରେ ୮ଟି Extra High Voltage Grid Substation ଲୋକାର୍ପିତ କରିଛନ୍ତି । ଏହିସବୁ ସ୍ଥାନ ଗୁଡିକ ହେଲା ଅନୁଗୁଳର ମେରାମୁଣ୍ଡଳି, ଖୋର୍ଦ୍ଧାର କଣ୍ଟାବାଡ, କୋରାପୁଟର ବୋରିଗୁମା, ଝାରସୁଗୁଡାର ଲଖନପୁର, ସୁନ୍ଦରଗଡର କୁମାରମୁଣ୍ଡା, ସମ୍ବଲପୁରର ବାମରା, ବରଗଡର ଭଟଲି ଏବଂ ଭଦ୍ରକ । ଏଥିପାଇଁ ରାଜ୍ୟ ରାଜକୋଷରୁ ୬୫୦ କୋଟି ଟଙ୍କା ବିନିଯୋଗ ହୋଇଛି I ଏହାଦ୍ବାରା ରାଜ୍ୟର ୨ ଲକ୍ଷ ୨୦ ହଜାର ଉପଭୋକ୍ତା ଉପକୃତ ହେବେ।
ଭିଡିଓ କନ୍ଫରେନ୍ସିଂ ଜରିଆରେ ଏହି କାର୍ଯ୍ୟକ୍ରମକୁ ଉଦଘାଟିତ କରିଛନ୍ତି ମୁଖ୍ୟମନ୍ତ୍ରୀ I ଏହାଦ୍ବାରା ଜନସାଧାରଣ ଗୁଣାତ୍ମକ ଓ ନିରନ୍ତର ବିଜୁଳି ପାଇପାରିବେ ବୋଲି ନିଜ ଅଭିଭାଷଣରେ ମୁଖ୍ୟମନ୍ତ୍ରୀ କହି ଥିଲେ । ରାଜ୍ୟରେ ୧୬,୩୦୦ ସର୍କିଟ କିଲୋମିଟର ଦୀର୍ଘ ବିଦ୍ୟୁତ ସରବରାହ ନେଟ୍ୱାର୍କ ରହିଛି ଏବଂ ୧୯୩ଟି Extra High Voltage ଗ୍ରୀଡ୍ ସବ୍ଷ୍ଟେସନ ମଧ୍ୟ ନିର୍ମାଣ କରାଯାଇଛି । ରାଜ୍ୟର ସହରାଞ୍ଚଳର ୯୯ ପ୍ରତିଶତ ଓ ଗ୍ରାମାଞ୍ଚଳର ୯୭ ପ୍ରତିଶତର ଲୋକଙ୍କୁ ବର୍ତ୍ତମାନ ବିଜୁଳିର ସୁବିଧା ମିଳୁଥିବା କଥା ମୁଖ୍ୟମନ୍ତ୍ରୀ ନିଜ ବକ୍ତବ୍ୟରେ କହିଛନ୍ତି ।
ନୀତି ଆୟୋଗର ରିପୋର୍ଟ ଅନୁସାରେ ୨୦୧୫-୧୬ ରୁ ୨୦୧୯-୨୦ ମଧ୍ୟରେ ରାଜ୍ୟର ୬୦ ଲକ୍ଷରୁ ଅଧିକ ଲୋକ ଗରିବୀରୁ ଉପରକୁ ଉଠିଛନ୍ତି । ଏଥିରେ ଗୁଣାତ୍ମକ ବିଦ୍ୟୁତର ଏକ ବଡ ଭୂମିକା ରହିଛି ବୋଲି ସେ ମତ ଦେଇଥିଲେ ।
ଏହି ଅବସରରେ ଓଡିଶା ପାୱାର ଜେନେରେସନ କର୍ପୋରେସନ ପକ୍ଷରୁ ୧୦୩.୩୭ କୋଟି ଟଙ୍କା ଏବଂ OPTCL ପକ୍ଷରୁ ୪୨ କୋଟି ଟଙ୍କା ସହିତ OPGC ପକ୍ଷରୁ ୨ କୋଟି ଓ OPTCL ପକ୍ଷରୁ ୩ କୋଟି ଟଙ୍କା ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ପ୍ରଦାନ କରାଯାଇଥିଲା । ଏଥିରେ ଖୁସିବ୍ୟକ୍ତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏହି ଦୁଇଟି public sector unit ରାଜ୍ୟ ସରକାରଙ୍କ ଗୁରୁତ୍ବପୂର୍ଣ୍ଣ ଶିଳ୍ପାନୁଷ୍ଠାନ ଭାବରେ ପରିଣତ ହେବା ଖୁସିର କଥା ।
ଶକ୍ତି ମନ୍ତ୍ରୀ ଶ୍ରୀ ପ୍ରତାପ କେଶରୀ ଦେବ କହିଥିଲେ ଲୋକଙ୍କୁ ଗୁଣାତ୍ମକ ବିଜୁଳି ମିଳିପାରିବ। ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୪୬୩ଟି ଗ୍ରୀଡ ସବ୍ଷ୍ଟେସନ ନିର୍ମାଣ କରାଯାଇଥିବା ବେଳେ, ଆଉ ୧୦୦ଟି ନିର୍ମାଣାଧୀନ ଅଛି ।
ଏହି ଅବସରରେ ମେରାମୁଣ୍ଡଳିରେ ଉପବାଚସ୍ପତି ଶ୍ରୀ ରଜନୀକାନ୍ତ ସିଂହ, କଣ୍ଟାବାଡରେ ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ମନ୍ତ୍ରୀ ଶ୍ରୀ ଅଶୋକ ପଣ୍ଡା, କୁମାରମୁଣ୍ଡାରେ ଶ୍ରମ ମନ୍ତ୍ରୀ ଶ୍ରୀ ସାରଦା ପ୍ରସାଦ ନାୟକ, ବୋରିଗୁମାରେ ସାଂସଦ ଶ୍ରୀ ରମେଶଚନ୍ଦ୍ର ମାଝୀ, ଲଖନପୁରରେ ବିଧାୟିକା ଶ୍ରୀମତୀ ଅଳକା ମହାନ୍ତି, ବାମରାରେ କୁଚିଣ୍ଡା ବିଧାୟକ ଶ୍ରୀ କିଶୋର ଚନ୍ଦ୍ର ନାୟକ ଏବଂ ଭଟଲିରେ ବିଧାୟକ ଶ୍ରୀ ସୁଷାନ୍ତ ସିଂହ ପ୍ରମୁଖ ଯୋଗ ଦେଇ ରାଜ୍ୟର ବିକାଶରେ ମୁଖ୍ୟମନ୍ତ୍ରୀଙ୍କ ଦୃଢ ନେତୃତ୍ବ ଓ ଦୂରଦୃଷ୍ଟିର ଉଚ୍ଚପ୍ରଶଂସା କରିଥିଲେ ।
ଏହି କାର୍ଯ୍ୟକ୍ରମକୁ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଶ୍ରୀ ଭି.କେ. ପାଣ୍ଡିଆନ ପରିଚାଳନା କରିସହିତ ଶକ୍ତି ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ନିକୁଞ୍ଜ ଧଳ ସ୍ବାଗତ ଭାଷଣ ଦେଇଥିଲେ ଏବଂ OPTCLର ଅଧ୍ୟକ୍ଷ ତଥା ପରିଚାଳନା ନିର୍ଦ୍ଦେଶକ ଧନ୍ୟବାଦ ଦେଇଥିଲେ ।




