ରାଜ୍ୟରେ ନିର୍ମାଣ ହେବ ୮୩୫ ଟି ଆଦର୍ଶ ବିଦ୍ୟାଳୟ – ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବଡ଼ ଘୋଷଣା । ରାଜ୍ୟରେ ପ୍ରଥମ ପର୍ଯ୍ୟାୟରେ ନିର୍ମାଣ ହେବ ୮୩୫ ଟି ଆଦର୍ଶ ବିଦ୍ୟାଳୟ । ଏନେଇ ଆଜି ଲୋକସେବା ଭବନରେ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ସମୀକ୍ଷା ବୈଠକରେ ଏହି ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ। ପ୍ରତ୍ୟେକ ପଞ୍ଚାୟତ ହେଡକ୍ୱାର୍ଟର୍ସରେ ଗୋଟିଏ ଲେଖାଏଁ ଆଦର୍ଶ ସ୍କୁଲ ନିର୍ମାଣ ହେବ। ପ୍ରତ୍ୟେକ ବିଦ୍ୟାଳୟ ପାଇଁ ୭ କୋଟି ଟଙ୍କା ପର୍ଯ୍ୟନ୍ତ ବ୍ୟୟ […]
ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବଡ଼ ଘୋଷଣା । ରାଜ୍ୟରେ ପ୍ରଥମ ପର୍ଯ୍ୟାୟରେ ନିର୍ମାଣ ହେବ ୮୩୫ ଟି ଆଦର୍ଶ ବିଦ୍ୟାଳୟ । ଏନେଇ ଆଜି ଲୋକସେବା ଭବନରେ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ।
ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ସମୀକ୍ଷା ବୈଠକରେ ଏହି ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ। ପ୍ରତ୍ୟେକ ପଞ୍ଚାୟତ ହେଡକ୍ୱାର୍ଟର୍ସରେ ଗୋଟିଏ ଲେଖାଏଁ ଆଦର୍ଶ ସ୍କୁଲ ନିର୍ମାଣ ହେବ। ପ୍ରତ୍ୟେକ ବିଦ୍ୟାଳୟ ପାଇଁ ୭ କୋଟି ଟଙ୍କା ପର୍ଯ୍ୟନ୍ତ ବ୍ୟୟ ଅଟକଳ ରଖାଯାଇଛି । ଏହି ବିଦ୍ୟାଳୟ ଗୁଡିକ ରାଜ୍ୟର ଉଚ୍ଚ ବିଦ୍ୟାଳୟ ପାଇଁ ଏକ ଫିଡର ସ୍କୁଲ ଭାବରେ କାର୍ଯ୍ୟ କରିବ । ଦୁର୍ଗମ ଅଂଚଳର ପିଲାଙ୍କ ଯିବା ଆସିବା ପାଇଁ ମାଗଣା ପରିବହନ ସୁବିଧା କରାଯିବ ।
ପର୍ଯ୍ୟାପ୍ତ ଜମି ଥିବା ସ୍କୁଲଗୁଡ଼ିକୁ ଚୟନ କରାଯାଇ, ଭବିଷ୍ୟତରେ ହାଇସ୍କୁଲ ସ୍ତରକୁ ଅପଗ୍ରେଡ୍ ପାଇଁ ଏହାକୁ ଉନ୍ନତିକରଣ କରାଯିବ, ପ୍ରଯୁକ୍ତିବିଦ୍ୟା ବ୍ୟବହାର କରି ଶିକ୍ଷା ଫଳାଫଳକୁ ଉନ୍ନତ କରିବା ଏବଂ ଶିକ୍ଷକ ଚୟନ ପ୍ରକ୍ରିୟାରେ ଉନ୍ନତ ପଦକ୍ଷେପ ଗ୍ରହଣ କରିବା ପାଇଁ ମୁଖ୍ୟମନ୍ତ୍ରୀ ବିଭାଗୀୟ ସଚିବ ଓ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ ।
ଭିତ୍ତିଭୂମିରେ ଉନ୍ନତି ଆଣିବା, ଆଧୁନିକ ଶିକ୍ଷାଦାନ ପଦ୍ଧତି ଗ୍ରହଣ କରିବା ଏବଂ ଅଭିଭାବକ, ପୂର୍ବତନ ଛାତ୍ର ଏବଂ ସ୍ଥାନୀୟ ଅଂଶୀଦାରଙ୍କ ସମ୍ପୃକ୍ତିକୁ ପ୍ରୋତ୍ସାହିତ କରିବା ଜାତୀୟ ଶିକ୍ଷା ନୀତି ୨୦୨୦( NEΡ 2020 ) ସହିତ ସମନ୍ୱୟ ରଖି, ତୃତୀୟ ଶ୍ରେଣୀ ସୁଦ୍ଧା ମୌଳିକ ଶିକ୍ଷାଗତ ଦକ୍ଷତା ହାସଲ କରିବା ପାଇଁ ମୂଳଦୁଆ ସାକ୍ଷରତା ଏବଂ ସଂଖ୍ୟାକୁ ସୁଦୃଢ଼ କରିବା ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ୱାରୋପ କରିଥିଲେ ।




